Posted inଫୁରସତ

ଦୃଢ଼ ମନୋବଳ ଆଗରେ ହାର୍‌ମାନେ ଦିବ୍ୟାଙ୍ଗତା

ଦିବ୍ୟାଙ୍ଗତା ସମସ୍ୟା ଯୋଗୁ ଜଣଙ୍କର ସଫଳତା ପ୍ରାପ୍ତିରେ କୌଣସି ବାଧା ସୃଷ୍ଟି ହୋଇ ନ ଥାଏ। ମନୋବଳ ଦୃଢ଼ ଥିଲେ ଜୀବନ ଯୁଦ୍ଧରେ ବି ବିଜୟ ମିିଳେ। ଦିବ୍ୟାଙ୍ଗଙ୍କ ମଧ୍ୟରେ ସକାରାତ୍ମକ ମନୋଭାବ ସୃଷ୍ଟି ସହିତ ସେମାନଙ୍କ ପ୍ରତି ମାନବ ସମାଜର କର୍ତ୍ତବ୍ୟ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଡିସେମ୍ବର ୩ରେ ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ ହୋଇଥାଏ।

୧୯୮୧ରେ ମିଳିତ ଜାତିସଂଘରେ ଦିବ୍ୟାଙ୍ଗଙ୍କ କଲ୍ୟାଣ ପାଇଁ ଏକ ପ୍ରସ୍ତାବ ଆଗତ କରାଯାଇଥିଲା। ଏହା ଅନ୍ତର୍ଗତ ଦିବ୍ୟାଙ୍ଗଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ଲାଗି ସୁଯୋଗ ପ୍ରଦାନରେ ସମାନତା, ପୁନର୍ବାସ ଏବଂ ଅକ୍ଷମତା ରୋକିବା ଉପରେ ଗୁରୁତ୍ୱ ଦେବା ଲାଗି ଆହ୍ବାନ ଦିଆଯାଇଥିଲା। ସମାଜରେ ଦିବ୍ୟାଙ୍ଗଙ୍କ ଜୀବନ ତଥା ବିକାଶ ପାଇଁ ପଦକ୍ଷେପ ଗ୍ରହଣ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଡିସେମ୍ବର୧୯୮୨ରେ ମିଳିତ ଜାତିସଂଘର ସାଧାରଣ ସଭା ଦ୍ୱାରା ଗ୍ରହଣ କରାଯାଇଥିବା କେତେକ ପ୍ରସ୍ତାବ ଆଧାରରେ ଦିବ୍ୟାଙ୍ଗଙ୍କ ବିକାଶ କାର୍ଯ୍ୟକ୍ରମ ୧୯୮୩ ରୁ ୧୯୯୩ ପର୍ଯ୍ୟନ୍ତ ଏକ ଦଶନ୍ଧି ଧରି ଚାଲିଥିଲା।

ମିଳିତ ଜାତିସଂଘ ସାଧାରଣ ସଭାରେ ଯୁକ୍ତରାଷ୍ଟ୍ର ଆମେରିକାର ଶିକ୍ଷା ବିଭାଗର ସହକାରୀ ସଚିବ ରବର୍ଟ ଆର ଡାଭିଲା ଡିସେମ୍ବର ୩ରେ ଅନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳନ ଲାଗି ପ୍ରସ୍ତାବ ଦେଇଥିଲେ। ଏହାପରେ ୧୯୯୨ଠାରୁ ପ୍ରତିବର୍ଷ ଡିସେମ୍ବର ୩ରେ ଏହି ଦିବସ ପାଳିତ ହୋଇ ଆସୁଛି। ଏହି ଦିବସ ପାଳନ ଅବସରରେ ଦିବ୍ୟାଙ୍ଗଙ୍କ ଅଧିକାର ଏବଂ ସେମାନଙ୍କ ପ୍ରତି ସମାଜର କର୍ତ୍ତବ୍ୟକୁ ପ୍ରୋତ୍ସାହିତ କରାଯିବା ଲାଗି ସଚେତନତା ସୃଷ୍ଟି ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri