ସାହସ ଆଗରେ ହାର ମାନିଛି ଭିନ୍ନକ୍ଷମ: ସାଉଁଟୁଛନ୍ତି ପ୍ରଶଂସା

ଭବାନୀପାଟଣା,୧୪ା୩(ଉତ୍ତମ କୁମାର ଦାଶ):ଜନ୍ମରୁ ଭିନ୍ନକ୍ଷମ ହୋଇ ବି ସକ୍ଷମ ଭାବରେ ଜୀବନଯାପନ କରୁଛନ୍ତି। ଜୀବନ ଯୁଦ୍ଧରେ କେବେ ହାର ନ ମାନି ସୃଷ୍ଟି କରିପାରିଛନ୍ତି ନିଜର ସ୍ବତନ୍ତ୍ର ପରିଚୟ। ସେ ହେଲେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନକଟିଗୁଡା ଗ୍ରାମର କ୍ଷୀରାଦ୍ଧି ମାଝୀ। ଜନ୍ମରୁ ତାଙ୍କର ଦୁଇଟି ଗୋଡ଼ ପଙ୍ଗୁ ହୋଇଯାଇଛି। ଛୋଟବେଳୁ ପାଠପଢା ପ୍ରତି ତାଙ୍କର ଥିଲା ଅଦମ୍ୟ ଇଚ୍ଛା। ଗାଁ ସ୍କୁଲରେ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢିଲେ। ପରେ ଜୁନାଗଡ଼ରେ ଥିବା କନ୍ୟାଶ୍ରମରେ ଅଷ୍ଟମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପଢି ପାସ୍‌ କରିଛନ୍ତି। ବାପା ଥିବା ପର୍ଯ୍ୟନ୍ତ ତାଙ୍କର ସବୁ ସୁବିଧା ଥିଲା। କିନ୍ତୁ ବାପାଙ୍କ ଦେହାନ୍ତ ପରେ ସେ ଅନେକ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ତଥାପି ସଂଘର୍ଷ କରି ୨୦୧୭ରୁ ବ୍ଲକ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର କର୍ମଚାରୀଙ୍କ ସଂସ୍ପର୍ଶରେ ଆସିବା ପରେ ଆଉ ସେ ପଛକୁ ଫେରିନାହାନ୍ତି । ସରକାରଙ୍କ ପକ୍ଷରୁ କ୍ଷୀରାଦ୍ଧିଙ୍କୁ ଇ ରିକ୍ସା, ସିଲେଇ ମେଶିନ ସାଙ୍ଗକୁ ଭିନ୍ନକ୍ଷମ ଭତ୍ତା ଓ ରାଶନ କାର୍ଡ ପ୍ରଦାନ କରାଯାଇଛି। ବର୍ତ୍ତମାନ କ୍ଷୀରାଦ୍ଧି ୫୦ରୁ ଊଦ୍ଧର୍‌ବ ଭିନ୍ନକ୍ଷମ ସ୍ବୟଂ ସହାୟକ ଗୋଷ୍ଠୀ ତିଆରି କରି ଅନେକ ପ୍ରଶଂସାପତ୍ର ପାଇଛନ୍ତି। ସେହିପରି ୨୦୨୨ ପଞ୍ଚାୟତ ନିର୍ବାଚନରେ ସେ ୪ନଂ. ୱାର୍ଡର ୱାର୍ଡସଭ୍ୟା ଭାବେ ନିଦ୍ଦର୍‌ବନ୍ଦ୍ୱରେ ନିର୍ବାଚିତ ହୋଇ ଲୋକଙ୍କ ସେବା କରୁଛନ୍ତି । ବର୍ତ୍ତମାନ ସେ ଲୋକଙ୍କ ପାଇଁ କାମ କରୁଥିବା ବେଳେ ବଞ୍ଚତ୍ଥିବା ପର୍ଯ୍ୟନ୍ତ ଏଭଳି କାର୍ଯ୍ୟ ଜାରିରଖିବେ ବୋଲି କ୍ଷୀରାଦ୍ଧି ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ବ୍ୟକ୍ତିଙ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ଘଟଣାସ୍ଥଳରେ…

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସନ୍ଥ ଅରକ୍ଷିତ ଦାସ ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ. ଓଡ଼ି୦୨ଏଡି-୮୯୫୭)ଧକ୍କାରେ ଜଣେ…

ରୁଷିଆ ତେଲକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତର ବଡ଼ ଗେମ୍‌!

ମସ୍କୋ,୧୪।୩: ଇରାନରେ ଚାଲିଥିବା ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ଯୋଗୁଁ, ଅଶୋଧିତ ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହେଉଛି। ସମ୍ପ୍ରତି, ବିଶ୍ୱ ବଜାରରେ ତୈଳ…

ବିରାଟ କୋହଲି ନୁହେଁ, ଏହି ଖେଳାଳି RCBର ଅଧିନାୟକ! ଦିନେଶ କାର୍ତ୍ତିକ ବାଝିଲେ ପ୍ଲେ-୧୧

ନୂଆଦିଲ୍ଲୀ,୧୪।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପୂର୍ବରୁ, RCB ବ୍ୟାଟିଂ ପ୍ରଶିକ୍ଷକ ଦିନେଶ କାର୍ତ୍ତିକ ତାଙ୍କର ପସନ୍ଦର “RCB ଅଲ-ଟାଇମ ଏକାଦଶ” ଚୟନ କରିଛନ୍ତି। ଐତିହାସିକ…

ଆମେରିକୀୟ ଦୂତାବାସ ଉପରେ ଆକ୍ରମଣ କଲା ଇରାନ: ଚାରିଆଡ଼େ ଧୂଆଁମୟ

ଓ୍ବାଶିଂଟନ୍‌,୧୪।୩: ଇସ୍ରାଏଲ ଏବଂ ଆମେରିକା ନିରନ୍ତର ଇରାନ ଉପରେ ଆକ୍ରମଣ କରୁଛନ୍ତି। ଯୁଦ୍ଧକୁ ୧୫ ଦିନ ହୋଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ଶେଷ ହେବାର କୌଣସି ସଙ୍କେତ ନାହିଁ।…

ଶୋଷ ମେଣ୍ଟାଇବା ପାଇଁ ରୋଗକୁ ଆମନ୍ତ୍ରଣ! ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ଧର୍ମଶାଳା ୧୪।୩(ଶିବ ପ୍ରସାଦ ମହାନ୍ତି): ଜଳ ହିଁ ଜୀବନ। ଶୋଷ ମେଣ୍ଟାଇବାକୁ ଆମେ ଜଳକୁ ପିଇଥାଉ। ତେବେ ବଜାରରେ ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଏବେ…

ଡ୍ରୋନ ସର୍ଭେ ଦ୍ୱାରା ଜଙ୍ଗଲ ନିଆଁ ଚିହ୍ନଟ, ରାତିସାରା ଅକ୍ଲାନ୍ତ ଉଦ୍ୟମ ପରେ ନିଆଁକୁ ଆୟତ୍ତ କଲା ବନବିଭାଗ

ପାଟଣା,୧୪।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ ଅଟେଈ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ରାତି ୨ଟାରେ ଲାଗିଥିବା ନିଆଁକୁ ବନବିଭାଗ କର୍ମଚାରୀ…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ।…

ଧୈର୍ଯ୍ୟ, କ୍ଷମା ଲୋଡ଼ା

ହୃଦୟରେ ଅନ୍ୟ ପ୍ରତି ଏପରିକି ପରମ ଶତ୍ରୁ ପ୍ରତି କୌଣସି ପରିସ୍ଥିତିରେ ଘୃଣାଭାବ ପୋଷଣ ନ କରି କ୍ଷମା, ଅନୁକମ୍ପା, କରୁଣା, ତିତିକ୍ଷା, ଦୟା ଭାବ ପ୍ରଦର୍ଶନକରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri