ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ ସମୟ ସରି ଯାଇଥିବା କୁହାଯାଉଛି। ଫଳରେ ଜିଲାର ଦୂରଦୂରାନ୍ତରରୁ ଆସିଥିବା ଦିବ୍ୟାଙ୍ଗଙ୍କୁ ନିରାଶରେ ଘରକୁ ଫେରିବାକୁ ପଡୁଛି। ବୁଧବାର ବରଗଡ଼ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ(ସିଡ଼ିଏମଓ)ଙ୍କ କାର୍ଯ୍ୟାଳୟ ପରିସରରେ ଏଭଳି ସ୍ଥିତି ପରିଲକ୍ଷିତ ହୋଇଥିଲା। ଜିଲାର ବିଭିନ୍ନ ବ୍ଲକରୁ ଦିବ୍ୟାଙ୍ଗମାନେ ପ୍ରମାଣପତ୍ର ପାଇଁ ଉକ୍ତ କାର୍ଯ୍ୟାଳୟକୁ ପହଞ୍ଚି ଥିଲେ। କିଏ ନିଜେ ଆସିଥିଲେ ତ ଆଉ କେହି ସେମାନଙ୍କ ଅଭିଭାବକଙ୍କ ସହିତ ଆସିଥିଲେ। ସେମାନଙ୍କ ମଧ୍ୟରେ ଶିଶୁଠାରୁ ବୃଦ୍ଧ ପର୍ଯ୍ୟନ୍ତ ରହିଥିଲେ। ଅନେକ ଗାଡ଼ି ଭଡ଼ା କରି ମଧ୍ୟ ଏହି କାର୍ଯ୍ୟାଳୟକୁ ପହଞ୍ଚି ଥିଲେ ଏବଂ ଦିବ୍ୟାଙ୍ଗ ପ୍ରମାଣପତ୍ର ଧରି ଘରକୁ ଫେରିବେ ବୋଲି ମନରେ ଆଶା ବାନ୍ଧିଥିଲେ। ମାତ୍ର ସେମାନଙ୍କ ପ୍ରମାଣପତ୍ର ହୋଇପାରି ନଥିଲା। ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁ ଦିବ୍ୟାଙ୍ଗ ପ୍ରମାଣପତ୍ର ହୋଇ ପାରିବ ନାହିଁ ବୋଲି ଉପସ୍ଥିତ କର୍ମଚାରୀମାନେ କହିଥିଲେ। ଶେଷରେ ନିରାଶ ହୋଇ ଦିବ୍ୟାଙ୍ଗମାନେ ପୁଣି ଘରକୁ ଫେରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?