ହୁଇଲ୍‌ ଚେୟାରରେ ଥିବା ଦିବ୍ୟାଙ୍ଗ ଯୁୁବତୀଙ୍କୁ ବଳାତ୍କାର: ଧାନବିଲରୁ ଅଭିଯୁକ୍ତ ବାନ୍ଧିଲା ପୋଲିସ…

ବଳଙ୍ଗା,୧୪ା୬(କେଦାରେଶ୍ୱର ନନ୍ଦ): ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ୧୨ଦିନ ତଳେ ଏକ ବଳାତ୍କାର ଘଟଣା ଘଟିଥିବାବେଳେ ଶୁକ୍ରବାର ରାତିରେ ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ରବି ତ୍ରିପାଠୀଙ୍କୁ ଧାନବିଲରୁ ଲୁଚିଥିବାବେଳ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଏଥିସହ ୧୬୪ ଧାରାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇ ତଦନ୍ତ ଜାରି ରହିଛି। ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ ପୀଡ଼ିତାଙ୍କ ପରିବାରର ସମସ୍ତ ସଦସ୍ୟ ଏକ ବିଭାଘର ଭୋଜିକୁ ଯାଇଥିଲେ। ସେହି ସମୟରେ ପୀଡ଼ିତା ଏକାକୀ ଘରେ ଥିଲେ। ଏହାର ସୁଯୋଗ ନେଇ ଅଭିଯୁକ୍ତ ରବି ହୁଇଲ୍‌ ଚେୟାରରେ ବସିରହିଥିବା ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିଥିବା ନେଇ ତାଙ୍କ ମା’ ବଳଙ୍ଗା ଥାନାରେ ଅଭିଯୋଗ କରିଛନ୍ତି। ଥାନା ଅଧିକାରୀ ଦିବ୍ୟରଞ୍ଜନ ପଣ୍ଡାଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇ ରବିଙ୍କୁ ଗ୍ରାମରେ ୨ଘଣ୍ଟାରୁ ଊଦ୍ଧର୍‌ବ ସମୟ ଖୋଜାଖୋଜି କରିବା ପରେ ଏକ ଧାନବିଲରୁ କାବୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri