୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର ଦୀର୍ଘଦିନ ହେଲା ବିପଦସଙ୍କୁଳ ଅବସ୍ଥାରେ ଜମି ପଟକୁ ନଇଁ କି ରହିଥିଲା। ପୋଲ ତଳେ ପାଣି କାଦୁଅ ମଧ୍ୟ ଜମି ରହିଥିଲା। ବିଦ୍ୟୁତର ଭୟାବହତା ଜାଣି ମଧ୍ୟ ଉକ୍ତ ବିଦ୍ୟୁତ ଖୁଣ୍ଟ ଓ ତାରକୁ ସୁରକ୍ଷିତ ଅବସ୍ଥାରେ ରଖିବାକୁ ଟିପି ଏସ୍‌ଓଡିଏଲ କର୍ତ୍ତୃପକ୍ଷ ଅଣଦେଖା କରିଥିଲେ। ଯାହାର ସଂସ୍ପର୍ଶରେ ଆସି ଶନିବାର ଜଣେ ଦିବ୍ୟାଙ୍ଗ (ମୁକ) ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ଖିଜେଲ ଗ୍ରାମର ୪୨ ବର୍ଷୀୟ ଅନ୍ତ୍ରୀମ ମାଣ୍ଡି ବୋଲି ପରିଚୟ ମିଳିଛି। ତାଙ୍କ ବାମପଟ ହାତରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ସେ ଜମିପଟ ରାସ୍ତା ଦେଇ ଯାଉଥିବା ବେଳେ ଏଭଳି ଅଘଟଣର ଶିକାର ହୋଇଥିବା ଜଣାପଡ଼ିଛି। ଗ୍ରାମବାସୀଙ୍କ ସହାୟତାରେ ତାଙ୍କୁ ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ଚିକିତ୍ସା କରାଯାଉଛି। ସୂଚନା ପାଇ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭଗବାନ ମୁଦୁଲି, ଭାଜପା ଜାତୀୟ କାଉନସିଲ ସଦସ୍ୟ ଜୟରାମ ଭୋଇ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ବିଦ୍ୟୁତ୍‌ଖୁଣ୍ଟ ଓ ପୋଲର ବିପଦସଙ୍କୁଳ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଜିଲାପାଳ ଓ ଟିପିଏସଓଡିଏଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରି ଘଟଣାର ତଦନ୍ତ ଓ ବିଦ୍ୟୁତ ଖୁଣ୍ଟ ଓ ତାରକୁ ସୁରକ୍ଷିତ ଅବସ୍ଥାରେ ରଖିବା ବ୍ୟବସ୍ଥା କରିବେ ବୋଲି ସୂଚନା ଦେଇଛନ୍ତି। ଗ୍ରାମବାସୀ ଗୁରୁତର ଦିବ୍ୟାଙ୍ଗ ମହିଳା ଅନ୍ତ୍ରିମଙ୍କ ଉତ୍ତମ ଚିକିତ୍ସା ବ୍ୟବସ୍ଥା କରିବାକୁ ପ୍ରଶାସନ ଦୃଷ୍ଟି ଦେଉ ବୋଲି ଅନୁରୋଧ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

ପୁରୁଷଙ୍କୁ ହାର୍ଟ ଆଟାକ୍‌ ଆସିଲେ ଛାତିରେ ହୋଇଥାଏ ଯନ୍ତ୍ରଣା, ମାତ୍ର ମହିଳାଙ୍କଠାରେ ଦେଖାଦିଏ ଏସବୁ ଲକ୍ଷଣ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ…

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ମିଳିବ ପଞ୍ଚମ କିସ୍ତି ଟଙ୍କା

ଭୁବନେଶ୍ବର,୧୭ା୮: ସୁଭଦ୍ରା ପଞ୍ଚମ କିସ୍ତି ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି । ରକ୍ଷା ବନ୍ଧନ ଦିନ ହିଁ ମିଳିବ ସୁଭଦ୍ରା ପଞ୍ଚମ…

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

ଗୁଲିଗପ ଇତିହାସକୁ ବଦଳାଇପାରେ ନାହିଁ

କୋଣାର୍କଠାରେ ସୂର୍ଯ୍ୟଙ୍କ ଉପାସନାର ସବିଶେଷ ଆଲୋଚନା ଅନେକଙ୍କ ମନରେ ପ୍ରଶ୍ନ ଉଠାଇପାରେ। ଇତିହାସ ବା ଐତିହ୍ୟ ପ୍ରସଙ୍ଗରେ ଉପାସନା ଧାରାକୁ ଏତେ ଗୁରୁତ୍ୱ ଦେବାର କାରଣ କ’ଣ!…

ଗିଲଙ୍କ ଧମାକା, ଗୋଟିଏ ହାତରେ ଏମତି କ୍ୟାଚ୍‌ ଧରିଲେ ସବୁ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୧୭।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଏକ ଚମତ୍କାର କ୍ୟାଚ୍ ଧରି ସମସ୍ତଙ୍କୁ ଚକିତ କରିଛନ୍ତି। କୁଲଦୀପ ଯାଦବଙ୍କ ବଲ୍‌ରେ ଶ୍ରୀଲଙ୍କା ବ୍ୟାଟର…

ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର

ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ…

ଅଧିକାର ପାଇଁ ଆନ୍ଦୋଳନ: ସମୁଦ୍ର ଆଁରୁ ଭିଟାମାଟି ବଞ୍ଚାଇବାକୁ…

ଛତ୍ରପୁର, ୧୭।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀଠାରେ ସମୁଦ୍ର କୂଳ ଲଙ୍ଘିବା ଘଟଣା ଏବେ ଆନ୍ଦୋଳନର ରୂପ ନେଇଛି। ସମୁଦ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri