Posted inଜାତୀୟ

ଭିନ୍ନମତ ଦେଶଦ୍ରୋହ ନୁହେଁ

ନୂଆଦିଲ୍ଲୀ,୪ା୩(ପି.ଟି.): ସରକାରଙ୍କ ଆଭିମୁଖ୍ୟଠାରୁ ଭିନ୍ନମତ ପୋଷଣ କରିବା ଦେଶଦ୍ରୋହ ପଦବାଚ୍ୟ ହେବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ବିରୋଧରେ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ ଖାରଜ କରି ସର୍ବୋଚ୍ଚ ଅଦାଲତ ଏହି ଐତିହାସିକ ରାୟ ଦେଇଛନ୍ତି। ଏହାସହ ଆବେଦନକାରୀମାନଙ୍କୁ ୫୦ ହଜାର ଟଙ୍କା ଜରିମାନା କରାଯାଇଛି। ଦେଶରେ ଅଭିବ୍ୟକ୍ତି ସ୍ବାଧୀନତା କ୍ରମଶଃ ସଙ୍କୁଚିତ ହେବାରେ ଲାଗିଥିବାବେଳେ ଭିନ୍ନମତ ପୋଷଣ କରୁଥିବା ବୁଦ୍ଧିଜୀବୀ ଓ ଅଧିକାର କର୍ମୀମାନଙ୍କ ବିରୋଧରେ ନାନା ସଙ୍ଗିନ ଅଭିଯୋଗ ଅଣାଯାଇ ସେମାନଙ୍କୁ କେନ୍ଦ୍ରୀୟ ପ୍ରବର୍ତ୍ତନକାରୀ ସଂସ୍ଥାଗୁଡ଼ିକ ଜରିଆରେ ଆଇନର ଜାଲରେ ଛନ୍ଦାଯାଉଥିବା ଅଭିଯୋଗ ହେଉଛି। ଏଭଳି ସମୟରେ ଶୀର୍ଷ ଅଦାଲତଙ୍କ ଏହି ରାୟ କେନ୍ଦ୍ର ସରକାରଙ୍କୁ ଶକ୍ତ ଝଟ୍‌କା ଦେଇଛି।
ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ୨୦୧୯ ଅଗଷ୍ଟ ୫ରେ ହଟାଇଦେଇଥିଲେ। ୮୩ ବର୍ଷୀୟ ଶ୍ରୀନଗର ଏମ୍‌ପି ଫାରୁକ୍‌ ଅବ୍‌ଦୁଲ୍ଲା ଓ ତାଙ୍କ ପୁଅ ତଥା ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି) ଉପାଧ୍ୟକ୍ଷ ଓମାର ଅବ୍‌ଦୁଲ୍ଲାଙ୍କ ସମେତ ଅନେକ ନେତାଙ୍କୁ ଗୃହବନ୍ଦୀ କରାଯାଇଥିଲା। ଫାରୁକ୍‌ ମୁକ୍ତ ହେବା ପରେ କେନ୍ଦ୍ରର ଏହି ପଦକ୍ଷେପ ବିରୋଧରେ ଚାଇନା ଓ ପାକିସ୍ତାନର ସହାୟତା ଲୋଡ଼ିଥିଲେ। ଫାରୁକ୍‌ଙ୍କ ମନ୍ତବ୍ୟକୁ ନେଇ ‘ବିଶ୍ୱ ଗୁରୁ ଇଣ୍ଡିଆ ଭିଜନ୍‌ ଅଫ୍‌ ସର୍ଦ୍ଦାର ପଟେଲ’ ସଙ୍ଗଠନ ସହ ଜଡ଼ିତ ରଜତ ଶର୍ମା ଓ ଡକ୍ଟର ନେହ ଶ୍ରୀବାସ୍ତବା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକାରୀ ଦ୍ୱୟ ନିଜ ଆବେଦନରେ ଉଲ୍ଲେଖ କରିଥିଲେ ଯେ ଫାରୁକ୍‌ ଜଣେ ଦେଶବିରୋଧୀ। ସେ କଶ୍ମୀରକୁ ଚାଇନା ହାତରେ ଟେକି ଦେବା ପାଇଁ ଉଦ୍ୟମ କରୁଥିବାରୁ ଦେଶଦ୍ରୋହ ମାମଲା ରୁଜୁ କରି ଭାରତୀୟ ଦଣ୍ଡ ସଂହିତା ଦଫା ୧୨୪-ଏରେ ଦଣ୍ଡିତ କରାଯାଉ। ଫାରୁକ୍‌ଙ୍କୁ ଯଦି ଜଣେ ଏମ୍‌ପି ଭାବେ ରହିବାକୁ ଦିଆଯାଏ ତେବେ ଭାରତରେ ଯେକୌଣସି ଦେଶବିରୋଧୀଙ୍କୁ ସ୍ବୀକୃତି ମିଳିବା ସହ ସମାନ। ଏପରି ହେଲେ ଦେଶର ଏକତା ପ୍ରତି ବିପଦ ସୃଷ୍ଟି ହେବ। ଜଷ୍ଟିସ୍‌ ସଞ୍ଜୟ କିଷନ କୌଲ ଓ ହେମନ୍ତ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି ଶେଷ କରି ଆବେଦନକାରୀଙ୍କ ପିଟିଶନକୁ ଖାରଜ କରିଦେଇଛନ୍ତି। ଏହାସହ ଅନାବଶ୍ୟକ ଦାବି କରିଥିବାରୁ ୫୦, ୦୦୦ ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri