ନିରାଶ କରୁଛି ମୌସୁମୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେଉ ନ ଥିବାରୁ ଟ୍ରପ୍‌ଲାଇନ୍‌ ଏବେ ସକ୍ରିୟ ନାହିଁ। ଏଥିଯୋଗୁ ରାଜ୍ୟରେ ଆଷାଢ଼ ମାସରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ୬ ଜିଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୪ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଛି। ୧୦ ଜିଲାରେ ୬୦ରୁ ୯୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ପୁରୀ ଜିଲାରେ ସ୍ଥିତି ସଙ୍ଗିନ ରହିଛି। ମଙ୍ଗଳବାର ପୁରୀରେ ସ୍ବାଭାବିକଠାରୁ ୮୮ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ ଜଗତ୍‌ସିଂହପୁରରେ ୮୦ ପ୍ରତିଶତ, ଖୋର୍ଦ୍ଧାରେ ୬୩ ପ୍ରତିଶତ, କେନ୍ଦ୍ରାପଡ଼ାରେ ୭୭ ପ୍ରତିଶତ ଏବଂ କୋରାପୁଟରେ ସ୍ବାଭାବିକ ଠାରୁ ୬୧ ପ୍ରତିଶତ କମ୍‌ ବର୍ଷା ରେକର୍ଡ ହୋଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଉତ୍ତର ଏବଂ ଉପକୂଳ ଓଡ଼ିଶାର କେତେକ ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ କିଛି ନିଅଣ୍ଟିଆ ଭରଣ ହେବାର ସମ୍ଭାବନା ରହିଛି। ବିଶେଷକରି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଅନୁଗୋଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ ରାୟଗଡ଼ାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବାଧିକ ୧୦ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର ୧୦.୩ ଏବଂ ଢେଙ୍କାନାଳରେ ୭.୩ ମିଲିମିଟର ରେକର୍ଡ କରାଯାଇଛି। ଆସନ୍ତା ୨୭ ତାରିଖ ପରେ ରାଜ୍ୟରୁ ଗାଏବ ହୋଇଯିବ ବର୍ଷା। ଆରବ ସାଗରରୁ ଓଡ଼ିଶାକୁ ଆସୁଥିବା ଜଳୀୟବାଷ୍ପ ପର୍ଯ୍ୟାପ୍ତ ହେଉ ନ ହେବାରୁ ରାଜ୍ୟରେ ଏଭଳି ସ୍ଥିତି ସୃଷ୍ଟି ହେବାକୁ ଯାଉଛି। କାରଣ କେରଳ ଛୁଇଁବା ପରେ ମୌସୁମୀ ଦୁର୍ବଳ ହୋଇଥିଲା। ଜୁନ୍‌ ୧୬ରେ ଦକ୍ଷିଣ ଓଡ଼ିଶାକୁ ମୌସୁମୀ ଛୁଇଁବା ପରେ ୪ ଦିନ ପର୍ଯ୍ୟନ୍ତ ଆଗକୁ ବଢ଼ିପାରି ନ ଥିଲା। ସୋମବାର ସମ୍ପୂର୍ଣ୍ଣ ଓଡ଼ିଶାକୁ ମୌସୁମୀ ବାୟୁ ପ୍ରବେଶ କରିଥିବା ବେଳେ ଅଧିକାଂଶ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। ତେବେ ମଙ୍ଗଳବାର ଅଧିକାଂଶ ଜିଲାରେ ପାଗ ମୁଖ୍ୟତଃ ଶୁଖିଲା ରହିଥିବା ବେଳେ କେବଳ ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ନବରଙ୍ଗପୁରରେ ସାମାନ୍ୟ ବର୍ଷା ହୋଇଛି। ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହଛି। ଏଥିଯୋଗୁ ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷାର ପରିମାଣ ବଢ଼ିବ ବୋଲି ଅନୁମାନ କରାଯାଉଛି। ଏହା ପରେ ମୌସୁମୀ ଦୁର୍ବଳ ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?