Posted inଖେଳ

ପ୍ରଥମରୁ ବିପର୍ଯ୍ୟୟ

ଧର୍ମଶାଳା, ୨୬ା୨ (ପି.ଟି.)-ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଓପନର ପାଥୁମ ନିଶାଙ୍କାଙ୍କ ୫୩ ବଲ୍‌ରୁ ଦ୍ରୁତ ୭୫ ରନ (୧୧ଚୌକା) ସହାୟତାରେ ଶ୍ରୀଲଙ୍କା ଭାରତ ପାଇଁ ୧୮୪ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ନିଶାଙ୍କାଙ୍କ ବ୍ୟତୀତ ଅଧିନାୟକ ଦାସୁନ ଶାନକା ୧୯ ବଲ୍‌ରୁ ୪୭ ରନ (୨ ଚୌକା, ୫ ଛକା) କରି ଅପରାଜିତ ରହିଥିଲେ, ଯାହାଫଳରେ ଶ୍ରୀଲଙ୍କା ୪.୨ ଓଭରରୁ ୫୮ରନ ଯୋଗ କରିବା ସହ ୧୭୦ ଅଙ୍କ ଅତିକ୍ରମ କରିଥିଲା। ଦଳ ଶେଷ ୪ ଓଭରରେ ୭୨ରନ ସଂଗ୍ରହ କରିଥିଲା। ଭାରତ ତରଫରୁ ଯଶପ୍ରୀତ ବୁମ୍‌ରା ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ କରି ମାତ୍ର ୨୪ ରନ ବିନିମୟରେ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ବୋଲିଂ କରିଥିବା ଅନ୍ୟ ସମସ୍ତ ବୋଲର ଯଥା ଭୁବନେଶ୍ୱର କୁମାର, ହର୍ଶଲ ପଟେଲ, ୟୁଜବେନ୍ଦ୍ର ଚହଲ ଓ ରବୀନ୍ଦ୍ର ଜାଡେଜା ପ୍ରମୁଖ ଗୋଟିଏ ଲେଖାଏଁ ଉଇକେଟ ସଫଳତା ପାଇଥିଲେ। ଭ୍ରମଣକାରୀ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ବିନିମୟରେ ୧୮୩ ରନ ସଂଗ୍ରହ କରିଥିଲା।
ଭାରତ ବ୍ୟାଟିଂ କରି ପ୍ରଥମ ଓଭରରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରୋହିତ ଶର୍ମା ପ୍ରଥମ ଓଭରରେ ମାତ୍ର ୧ ରନ୍‌ରେ ପାଭିଲିୟନ ଫେରିଛନ୍ତି।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ଇନିଂସ: ୨୦ ଓଭରରେ ୧୮୩/୫ (ପାଥୁମ ନିଶାଙ୍କା-୭୫, ଦାସୁନ ସାନକା-୪୭*, ଦାନୁଷ୍କା ଗୁଣତିଳକା-୩୮; ଯଶପ୍ରୀତ ବୁମ୍‌ରା-୧/୨୪)।

 


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri