Posted inଖେଳ

ପ୍ରଥମରୁ ବିପର୍ଯ୍ୟୟ

ଧର୍ମଶାଳା, ୨୬ା୨ (ପି.ଟି.)-ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଓପନର ପାଥୁମ ନିଶାଙ୍କାଙ୍କ ୫୩ ବଲ୍‌ରୁ ଦ୍ରୁତ ୭୫ ରନ (୧୧ଚୌକା) ସହାୟତାରେ ଶ୍ରୀଲଙ୍କା ଭାରତ ପାଇଁ ୧୮୪ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି। ନିଶାଙ୍କାଙ୍କ ବ୍ୟତୀତ ଅଧିନାୟକ ଦାସୁନ ଶାନକା ୧୯ ବଲ୍‌ରୁ ୪୭ ରନ (୨ ଚୌକା, ୫ ଛକା) କରି ଅପରାଜିତ ରହିଥିଲେ, ଯାହାଫଳରେ ଶ୍ରୀଲଙ୍କା ୪.୨ ଓଭରରୁ ୫୮ରନ ଯୋଗ କରିବା ସହ ୧୭୦ ଅଙ୍କ ଅତିକ୍ରମ କରିଥିଲା। ଦଳ ଶେଷ ୪ ଓଭରରେ ୭୨ରନ ସଂଗ୍ରହ କରିଥିଲା। ଭାରତ ତରଫରୁ ଯଶପ୍ରୀତ ବୁମ୍‌ରା ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ କରି ମାତ୍ର ୨୪ ରନ ବିନିମୟରେ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ବୋଲିଂ କରିଥିବା ଅନ୍ୟ ସମସ୍ତ ବୋଲର ଯଥା ଭୁବନେଶ୍ୱର କୁମାର, ହର୍ଶଲ ପଟେଲ, ୟୁଜବେନ୍ଦ୍ର ଚହଲ ଓ ରବୀନ୍ଦ୍ର ଜାଡେଜା ପ୍ରମୁଖ ଗୋଟିଏ ଲେଖାଏଁ ଉଇକେଟ ସଫଳତା ପାଇଥିଲେ। ଭ୍ରମଣକାରୀ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ବିନିମୟରେ ୧୮୩ ରନ ସଂଗ୍ରହ କରିଥିଲା।
ଭାରତ ବ୍ୟାଟିଂ କରି ପ୍ରଥମ ଓଭରରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରୋହିତ ଶର୍ମା ପ୍ରଥମ ଓଭରରେ ମାତ୍ର ୧ ରନ୍‌ରେ ପାଭିଲିୟନ ଫେରିଛନ୍ତି।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ଇନିଂସ: ୨୦ ଓଭରରେ ୧୮୩/୫ (ପାଥୁମ ନିଶାଙ୍କା-୭୫, ଦାସୁନ ସାନକା-୪୭*, ଦାନୁଷ୍କା ଗୁଣତିଳକା-୩୮; ଯଶପ୍ରୀତ ବୁମ୍‌ରା-୧/୨୪)।

 


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

ଧାନମଳା ମେଶିନରେ ପଶିଗଲା ଯୁବକଙ୍କ ହାତ, ଆଉ ତା’ ପରେ…

ମୋହନା,୧୩ା୧୨(ମନ୍ମଥ ମିଶ୍ର): ଧାନମଳା ମେଶିନରେ ହାତକଟି ଯିବାରୁ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୋହନା ବ୍ଲକ ଅନ୍ତର୍ଗତ ପିଣ୍ଡିକି ପଞ୍ଚାୟତ ନିଜୁମା...

ମେସିଙ୍କ ୭୦ଫୁଟ୍‌ର ପ୍ରତିମୂର୍ତ୍ତି ଉନ୍ମୋଚିତ

କୋଲକାତା, ୧୩ା୧୨: ଶନିବାର କୋଲକାତାର ଲେକ୍‌ ସହର ଅନ୍ତର୍ଗତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବ ପରିସରରେ ଷ୍ଟାର ଫୁଟ୍‌ବଲର ଲାୟୋନେଲ ମେସି ତାଙ୍କର ଏକ ୭୦ଫୁଟ୍‌ ଉଚ୍ଚତା...

ମେସିଙ୍କ କୋଲକାତା ଇଭେଣ୍ଟ, ଅଡୁଆରେ ପଡ଼ିଲେ ଅର୍ଗାନାଇଜର, ଗଠନ ହେଲା ତଦନ୍ତ କମିଟି

କୋଲକାତା,୧୩।୧୨: କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ କନସର୍ଟରେ ଘଟିଥିବା ବିଶାଳ ବିଶୃଙ୍ଖଳା ସମ୍ପର୍କରେ ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର କହିଛନ୍ତି ଯେ କାର୍ଯ୍ୟକ୍ରମର...

ଧାନ ଉଠାଇବା ପାଇଁ ଜିଲାପାଳଙ୍କୁ ଗୁହାରି: ଗୋଡ଼ତଳେ ଧାନ ପକାଇ ମୁଣ୍ଡିଆ ମାରିଲେ ଚାଷୀ

ପଦ୍ମପୁର,୧୩ା୧୨(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଜିଲାର ବିଭିନ୍ନ ମଣ୍ଡିରେ ବହୁ ପରିମାଣରେ ଧାନ ପଡ଼ିରହିଛି। ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri