ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ମାମଲା: ହାଇକୋର୍ଟରେ ଆବେଦନକାରୀଙ୍କ ସତ୍ୟପାଠ ଦାଖଲ

କଟକ,୩୦ା୧ (କାର୍ତ୍ତିକ ସାହୁ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାକୁ ନେଇ ଆଗତ ଜନସ୍ବାର୍ଥ ମାମଲାରେ ଆବେଦନାରୀଙ୍କ ପକ୍ଷରୁ ହାଇକୋର୍ଟରେ ସୋମବାର ସତ୍ୟପାଠ ଦାଖଲ କରାଯାଇଛି। ରାଜ୍ୟ ସରକାର ହାଇକୋର୍ଟଙ୍କ ନିକଟରେ ଜବାବ ଦାଖଲ ନ କରି ବିଭିନ୍ନ ଆଳ ଦେଖାଇ ପ୍ରସଙ୍ଗକୁ ଏଡ଼ାଇ ଚାଲିଥିବା ଆବେଦନକାରୀ ସତ୍ୟପାଠରେ ଦର୍ଶାଇଛନ୍ତି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ମୁରାହରି ଶ୍ରୀ ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି। ଆସନ୍ତା ଦୁଇ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ରାଜ୍ୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବାକୁ ନେଇ ସାମାଜିକ କର୍ମୀ ଚିତ୍ତରଞ୍ଜନ ମହାନ୍ତି ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ। ହାଇକୋର୍ଟ ମାମଲାର ଶୁଣାଣି କରି ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ପାଇଁ ରିପୋର୍ଟ ତଲବ କରିଥିଲେ। ହେଲେ ସରକାର ଜବାବ ଦାଖଲ କରୁ ନ ଥିବା ନେଇ ଆବେଦନକାରୀ ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି। ରାଜ୍ୟର ସମସ୍ତ ଡାକ୍ତରଖାନାରେ ଡାକ୍ତର ପଦବୀ ପୂରଣ କିମ୍ବା ବିଭିନ୍ନ ଭିତ୍ତିଭୂମିର ବିକାଶ ପାଇଁ ଅଦାଲତଙ୍କ ନିର୍ଦ୍ଦେଶ ସତ୍ତ୍ବେ ସ୍ବତନ୍ତ୍ର ରୋଡ୍‌ମ୍ୟାପ ପ୍ରସ୍ତୁତ ହୋଇପାରିନାହିଁ। ଦଲାଲଙ୍କୁ ହଟାଇବା ଲାଗି ଆଇନରେ କରାଯାଇଥିବା ବ୍ୟବସ୍ଥା ସଂକ୍ରାନ୍ତରେ ମଧ୍ୟ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଅଦାଲତଙ୍କୁ ଅବଗତ କରାଯାଇ ନାହିଁ ବୋଲି ସତ୍ୟପାଠରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri