Posted inଜାତୀୟ

ସ୍ଥଳଭାଗ ଛୁଇଁଲା ‘ବିପର୍ଯ୍ୟୟ’

ନୂଆଦିଲ୍ଲୀ,୧୬ା୬(ପି.ଟି.): ଆରବସାଗରରେ ୧୦ ଦିନରୁ ଊର୍ଦ୍ଧ୍ୱ ସୃଷ୍ଟି ହୋଇଥିବା ଅତି ଭୀଷଣ ବାତ୍ୟା ‘ବପର୍ଯ୍ୟୟ’ ଗୁରୁବାର ସନ୍ଧ୍ୟାରେ ଗୁଜରାଟର କଚ୍ଛ ଜିଲା ଅନ୍ତର୍ଗତ ଜଖାଉ ବନ୍ଦର ନିକଟରେ ଭୂଭାଗ ଛୁଇଁଛି। ଏହାର ପ୍ରଭାବରେ କଚ୍ଛ ଏବଂ ସୌରାଷ୍ଟ୍ର ଜିଲାରେ ପ୍ରବଳ ବର୍ଷା ସାଙ୍ଗକୁ ଜୋର୍‌ରେ ପବନ ବହୁଛି। ମଧ୍ୟରାତ୍ର ସୁଦ୍ଧା ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହୋଇଯିବ ବୋଲି ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତିି। ବିପର୍ଯ୍ୟୟର ଘଣ୍ଟାପ୍ରତି ଅଗ୍ରଗତି ବେଗ ୧୩ରୁ ୧୪ କିଲୋମିଟର ରହିଥିବାରୁ ସମ୍ପୂର୍ଣ୍ଣ ଲ୍ୟାଣ୍ଡଫଲ୍‌ ହେବାକୁ ପ୍ରାୟ ୫ ଘଣ୍ଟା ଲାଗିଯିବ। ବିପର୍ଯ୍ୟୟ ଲ୍ୟାଣ୍ଡଫଲ୍‌ କରିବା ସହ କଚ୍ଛ ଓ ସୌରାଷ୍ଟ୍ର ଉପକୂଳରେ ପ୍ରବଳ ବର୍ଷା ସାଙ୍ଗକୁ ଜୋର୍‌ରେ ପବନ ବହୁଛି। ବାତ୍ୟାରେ କେହି ପ୍ରାଣ ହରାଇଥିବା ଖବର ମିଳି ନ ଥିବାବେଳେ ଦେବଭୂମି ଦ୍ୱାରକା ଜିଲାରେ ଗଛ ପଡ଼ି ୩ ଜଣ ଆହତ ହୋଇଛନ୍ତି। ଜଖାଉ ଏବଂ ମାଣ୍ଡଭି ସହର ନିକଟରେ ବହୁ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡ଼ିଛି। କେତେକ ଘରର ଟିଣ ଛପର ଉଡ଼ିଯାଇଥିବା ଦେଖାଯାଇଛି। ରାସ୍ତାରୁ ଗଛ ଓ ଉପୁଡ଼ି ପଡ଼ିଥିବା ବିଦ୍ୟୁତ୍‌ ଖୁଣ୍ଟ ହଟାଇବା କାର୍ଯ୍ୟରେ ଗୁଜରାଟ ପୋଲିସ, ଏନ୍‌ଡିଆର୍‌ଏଫ୍‌ ଏବଂ ସେନା ଯବାନଙ୍କୁ ବିଭିନ୍ନ ସ୍ଥାନରେ ନିୟୋଜିତ କରାଯାଇଛି। ଆଇଏମ୍‌ଡିର ସତର୍କ ସୂଚନା ପରେ ସମୁଦ୍ରକୂଳିଆ ଖାଲୁଆ ଅଞ୍ଚଳରୁ ଲକ୍ଷେରୁ ଊର୍ଦ୍ଧ୍ୱ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିଲା। ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟରେ ୧୫ ଏନଡିଆର୍‌ଏଫ୍‌ ଟିମ୍‌, ରାଜ୍ୟ ବିପର୍ଯ୍ୟୟ ପ୍ରଶମନର ୧୨ ଟିମ୍‌, ନୌସେନା, ସୀମା ସୁରକ୍ଷା ବଳ ଏବଂ ଭାରତୀୟ ତଟସୁରକ୍ଷା ବଳ ସମେତ ସୀମା ସୁରକ୍ଷା ବଳର ଯବାନମାନେ ନିୟୋଜିତ ହୋଇଛନ୍ତି। କଚ୍ଛ ଜିଲା, ଦେବଭୂମି ଦ୍ୱାରକା, ଜାମନଗର, ପୋର୍‌ବନ୍ଦର, ରାଜକୋଟ୍‌, ମୋର୍ବି ଅଞ୍ଚଳ ଏବଂ ଜୁନାଗଡ଼ ଜିଲାରେ ୨୦.୫ ସେଣ୍ଟିମିଟରରୁ ୨୫ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ତେଣୁ ଖାଲୁଆ ଅଞ୍ଚଳରେ ବନ୍ୟା ହେବା ସମ୍ଭାବନା ରହିଥିବା ମହାପାତ୍ର ସତର୍କ କରାଇଛନ୍ତି।
ବାତ୍ୟା ‘ବିପର୍ଯ୍ୟୟ’ ପାକିସ୍ତାନ ଛୁଇଁବା ପୂର୍ବରୁ ସିନ୍ଦ୍‌ ପ୍ରଦେଶର ୬୭,୦୦୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବାତ୍ୟା ପ୍ରଭାବରେ ପ୍ରବଳ ବର୍ଷା ସାଙ୍ଗକୁ ବିଭିନ୍ନ ସହରରେ ବନ୍ୟା ସ୍ଥିିତି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?