ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରାଯିବ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୬ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କର ପ୍ରସ୍ତୁତି ଓ ଜନସାଧାରଣଙ୍କ ସହଯୋଗ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ସର୍ବଦା ସଫଳତା ଦେଇଆସିଛି। ଆଗାମୀ ଦିନରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ଅଧିକ ସୁଦୃଢ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି। ରେଳ ଦୁର୍ଘଟଣା ଉଦ୍ଧାର ପରବର୍ତ୍ତୀ ସହାୟତା ସମ୍ପର୍କରେ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ କହିଛନ୍ତି ଯେ, ଏହି ଦୁର୍ଘଟଣାରେ ୧୭୬ ଟି ମୃତଦେହ ଚିହ୍ନଟ କରାଯାଇ ସେମାନଙ୍କର ସମ୍ପର୍କୀୟମାନଙ୍କୁ ହସ୍ତାନ୍ତର କରାଯାଇଛି। ସେଥିମଧ୍ୟରୁ ପୂର୍ବରୁ ବାଲେଶ୍ୱରରେ ୮୫ଟି ମୃତଦେହ ଚିହ୍ନଟ କରାଯାଇଥିବା ବେଳେ ଭୁବନେଶ୍ୱର ଆସିଥିବା ୧୯୩ ମୃତଦେହ ମଧ୍ୟରୁ ମୋଟ ୧୭୬ ଟିର ଚିହ୍ନଟ କରାଯାଇଛି। ବିଭିନ୍ନ ହସ୍ପିଟାଲରେ ରଖାଯାଇଥିବା ମୃତଦେହକୁ ସେମାନଙ୍କର ସମ୍ପର୍କୀୟମାନେ ଚିହ୍ନଟ ପାଇଁ ଆସୁଛନ୍ତି। ମୃତକଙ୍କ ପରିଜନମାନଙ୍କର ଯେପରି କୌଣସି ଅସୁବିଧା ନହୁଏ, ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୃତଦେହ ଚିହ୍ନଟକରଣ ପରେ ସେସବୁକୁ ଓଡିଶା ସରକାରଙ୍କ ଖର୍ଚ୍ଚରେ ସେମାନଙ୍କ ଗନ୍ତବ୍ୟ ସ୍ଥାନରେ ପହଞ୍ଚାଇବା ବ୍ୟବସ୍ଥା କରାଯାଇଛି। ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ପରେ ମୃତ୍ୟୁ ପ୍ରମାଣ ପତ୍ର ଖୁବ୍‌ଶୀଘ୍ର ସେମାନଙ୍କ ପରିବାରଙ୍କୁ ପ୍ରଦାନ ପାଇଁ ରାଜ୍ୟ ସରକାର ବ୍ୟବସ୍ଥା ଗ୍ରହଣ କରିବେ। ଅନ୍‌ ଲାଇନ୍‌ ଏବଂ ଆବଶ୍ୟକସ୍ଥଳେ ସ୍ପିଡପୋଷ୍ଟ ଜରିଆରେ ପଠାଇଦିଆଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ମୃତଦେହ ସବୁର ଚିହ୍ନଟ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଃଶୁଳ୍ପ ଟେଲିଫୋନ୍‌ ନମ୍ବର ୧୮୦୦୩୪୫୦୦୬୧ ଓ ୧୯୨୯ ଜାରି କରାଯାଇଛି। ଏହି ନମ୍ବରକୁ ଦେଶର ଯେ କୌଣସି ସ୍ଥାନରୁ ବ୍ୟବହାର କରି ଆହତ ବା ମୃତକଙ୍କ ସମ୍ପର୍କରେ ଅନୁସନ୍ଧାନ କରାଯାଇପାରିବ। ସେହିପରି ମୃତକଙ୍କ ସମ୍ପର୍କରେ ଜାଣିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ତିନୋଟି ୱେବ୍‌ ସାଇଟ୍‌ www.osdma.org, www.srcodisha.nic.in ଏବଂ www.bmc.gov.in ଜାରି କରାଯାଇଛି। ସବୁଠୁ ଅଧିକ ମୃତଦେହ ରହିଥିବା ଏମ୍ସ ହସ୍ପିଟାଲଠାରେ ଏକ ବଡ ଏଲ୍‌ଇଡି ସ୍କ୍ରିନ୍‌ ଲଗାଯାଇ ମୃତକଙ୍କ ଫଟୋ ପ୍ରଦର୍ଶନ କରାଯାଉଛି। ସେଥିପାଇଁ ସମସ୍ତଙ୍କୁ ଶବ ସଂରକ୍ଷଣ ଗୃହକୁ ଯିବାକୁ ଆବଶ୍ୟକ ପଡୁନାହିଁ। ସେଠାରେ ଅଭିଜ୍ଞ ଅଧିକାରୀ ଓ ପୋଲିସ୍‌ ଷ୍ଟାଫ୍‌ ମାନେ ଉପସ୍ଥିତ ରହି ଏହି ପ୍ରକ୍ରିୟାକୁ ସୁଗମ କରୁଛନ୍ତି। ମୁଖ୍ୟମନ୍ତ୍ରୀ ସର୍ବଦା ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି କହିଛନ୍ତି। ଚିକିତ୍ସିତ ହେଉଥିବା ପ୍ରତ୍ୟେକ ବ୍ୟକ୍ତି ହେଉ କିମ୍ବା ମୃତଦେହ ଚିହ୍ନଟ କରି ସେମାନଙ୍କର ସମ୍ପର୍କୀୟମାନଙ୍କୁ ହସ୍ତାନ୍ତର କରିବା ହେଉ, ମୁଖ୍ୟମନ୍ତ୍ରୀ ଏହାକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ଘଟଣାଗ୍ରସ୍ତଙ୍କ ଚିକିତ୍ସା ପାଇଁ ରକ୍ତର ଆବଶ୍ୟକତା ପୂରଣ ନିମନ୍ତେ ବାଲେଶ୍ୱର, ଭଦ୍ରକ, ସ୍ଥାନୀୟ ଏବଂ ଓଡିଶାର ଜନସାଧାରଣ ଆଗେଇ ଆସିଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ କହିଛନ୍ତି ଯେ, ଦୁର୍ଘଟଣାରେ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି, ତାହା ସବୁଠାରୁ ଦୁଃଖଦ ବିଷୟ। ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଦ୍ୱାରା ଏଭଳି ସମୟରେ ତ୍ୱରିତ ପଦକ୍ଷେପ ନିଆଯିବା ଯୋଗୁ ବହୁ ମୁଲ୍ୟବାନ ଜୀବନ ରକ୍ଷା ପାଇଯାଇଛି। ପ୍ରକାଶ ଥାଉକି, ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ନିୟନ୍ତ୍ରଣ କକ୍ଷରେ ମୁଖ୍ୟ ଶାସନ ସଚିବଙ୍କ ସମେତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଦୁର୍ଘଟଣା ପରବର୍ତ୍ତୀ ଚିକିତ୍ସା ଓ ମୃତହେହ ଚିହ୍ନଟୀକରଣ ଆଦି କାର୍ଯ୍ୟକୁ ସୁଚାରୁରୂପେ ପରିଚାଳନା କରିବା ସହିତ ଆବଶ୍ୟକ ସ୍ଥଳେ କ୍ଷେତ୍ର ପରିଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୨ା୪: ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ ଘୋଷଣା କରିବାର ୧୧ ଦିନ ପରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଶ୍ରୀଧର ଦେବଙ୍କ ସ୍ଥାନରେ ସାକା...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri