ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରାଯିବ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୬ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କର ପ୍ରସ୍ତୁତି ଓ ଜନସାଧାରଣଙ୍କ ସହଯୋଗ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ସର୍ବଦା ସଫଳତା ଦେଇଆସିଛି। ଆଗାମୀ ଦିନରେ ରାଜ୍ୟର ବିପର୍ଯ୍ୟୟ ପରିଚାଳନା ଭିତ୍ତିଭୂମିକୁ ଆହୁରି ଅଧିକ ସୁଦୃଢ କରାଯିବ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି। ରେଳ ଦୁର୍ଘଟଣା ଉଦ୍ଧାର ପରବର୍ତ୍ତୀ ସହାୟତା ସମ୍ପର୍କରେ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟ ଶାସନ କହିଛନ୍ତି ଯେ, ଏହି ଦୁର୍ଘଟଣାରେ ୧୭୬ ଟି ମୃତଦେହ ଚିହ୍ନଟ କରାଯାଇ ସେମାନଙ୍କର ସମ୍ପର୍କୀୟମାନଙ୍କୁ ହସ୍ତାନ୍ତର କରାଯାଇଛି। ସେଥିମଧ୍ୟରୁ ପୂର୍ବରୁ ବାଲେଶ୍ୱରରେ ୮୫ଟି ମୃତଦେହ ଚିହ୍ନଟ କରାଯାଇଥିବା ବେଳେ ଭୁବନେଶ୍ୱର ଆସିଥିବା ୧୯୩ ମୃତଦେହ ମଧ୍ୟରୁ ମୋଟ ୧୭୬ ଟିର ଚିହ୍ନଟ କରାଯାଇଛି। ବିଭିନ୍ନ ହସ୍ପିଟାଲରେ ରଖାଯାଇଥିବା ମୃତଦେହକୁ ସେମାନଙ୍କର ସମ୍ପର୍କୀୟମାନେ ଚିହ୍ନଟ ପାଇଁ ଆସୁଛନ୍ତି। ମୃତକଙ୍କ ପରିଜନମାନଙ୍କର ଯେପରି କୌଣସି ଅସୁବିଧା ନହୁଏ, ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୃତଦେହ ଚିହ୍ନଟକରଣ ପରେ ସେସବୁକୁ ଓଡିଶା ସରକାରଙ୍କ ଖର୍ଚ୍ଚରେ ସେମାନଙ୍କ ଗନ୍ତବ୍ୟ ସ୍ଥାନରେ ପହଞ୍ଚାଇବା ବ୍ୟବସ୍ଥା କରାଯାଇଛି। ମୃତକଙ୍କ ଚିହ୍ନଟ ପ୍ରକ୍ରିୟା ପରେ ମୃତ୍ୟୁ ପ୍ରମାଣ ପତ୍ର ଖୁବ୍‌ଶୀଘ୍ର ସେମାନଙ୍କ ପରିବାରଙ୍କୁ ପ୍ରଦାନ ପାଇଁ ରାଜ୍ୟ ସରକାର ବ୍ୟବସ୍ଥା ଗ୍ରହଣ କରିବେ। ଅନ୍‌ ଲାଇନ୍‌ ଏବଂ ଆବଶ୍ୟକସ୍ଥଳେ ସ୍ପିଡପୋଷ୍ଟ ଜରିଆରେ ପଠାଇଦିଆଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ମୃତଦେହ ସବୁର ଚିହ୍ନଟ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ନିଃଶୁଳ୍ପ ଟେଲିଫୋନ୍‌ ନମ୍ବର ୧୮୦୦୩୪୫୦୦୬୧ ଓ ୧୯୨୯ ଜାରି କରାଯାଇଛି। ଏହି ନମ୍ବରକୁ ଦେଶର ଯେ କୌଣସି ସ୍ଥାନରୁ ବ୍ୟବହାର କରି ଆହତ ବା ମୃତକଙ୍କ ସମ୍ପର୍କରେ ଅନୁସନ୍ଧାନ କରାଯାଇପାରିବ। ସେହିପରି ମୃତକଙ୍କ ସମ୍ପର୍କରେ ଜାଣିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ତିନୋଟି ୱେବ୍‌ ସାଇଟ୍‌ www.osdma.org, www.srcodisha.nic.in ଏବଂ www.bmc.gov.in ଜାରି କରାଯାଇଛି। ସବୁଠୁ ଅଧିକ ମୃତଦେହ ରହିଥିବା ଏମ୍ସ ହସ୍ପିଟାଲଠାରେ ଏକ ବଡ ଏଲ୍‌ଇଡି ସ୍କ୍ରିନ୍‌ ଲଗାଯାଇ ମୃତକଙ୍କ ଫଟୋ ପ୍ରଦର୍ଶନ କରାଯାଉଛି। ସେଥିପାଇଁ ସମସ୍ତଙ୍କୁ ଶବ ସଂରକ୍ଷଣ ଗୃହକୁ ଯିବାକୁ ଆବଶ୍ୟକ ପଡୁନାହିଁ। ସେଠାରେ ଅଭିଜ୍ଞ ଅଧିକାରୀ ଓ ପୋଲିସ୍‌ ଷ୍ଟାଫ୍‌ ମାନେ ଉପସ୍ଥିତ ରହି ଏହି ପ୍ରକ୍ରିୟାକୁ ସୁଗମ କରୁଛନ୍ତି। ମୁଖ୍ୟମନ୍ତ୍ରୀ ସର୍ବଦା ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି କହିଛନ୍ତି। ଚିକିତ୍ସିତ ହେଉଥିବା ପ୍ରତ୍ୟେକ ବ୍ୟକ୍ତି ହେଉ କିମ୍ବା ମୃତଦେହ ଚିହ୍ନଟ କରି ସେମାନଙ୍କର ସମ୍ପର୍କୀୟମାନଙ୍କୁ ହସ୍ତାନ୍ତର କରିବା ହେଉ, ମୁଖ୍ୟମନ୍ତ୍ରୀ ଏହାକୁ ଗୁରୁତ୍ୱ ଦେଇ କାର୍ଯ୍ୟ କରିବାକୁ ସମସ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ଘଟଣାଗ୍ରସ୍ତଙ୍କ ଚିକିତ୍ସା ପାଇଁ ରକ୍ତର ଆବଶ୍ୟକତା ପୂରଣ ନିମନ୍ତେ ବାଲେଶ୍ୱର, ଭଦ୍ରକ, ସ୍ଥାନୀୟ ଏବଂ ଓଡିଶାର ଜନସାଧାରଣ ଆଗେଇ ଆସିଛନ୍ତି। ସ୍ବତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ କହିଛନ୍ତି ଯେ, ଦୁର୍ଘଟଣାରେ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି, ତାହା ସବୁଠାରୁ ଦୁଃଖଦ ବିଷୟ। ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଦ୍ୱାରା ଏଭଳି ସମୟରେ ତ୍ୱରିତ ପଦକ୍ଷେପ ନିଆଯିବା ଯୋଗୁ ବହୁ ମୁଲ୍ୟବାନ ଜୀବନ ରକ୍ଷା ପାଇଯାଇଛି। ପ୍ରକାଶ ଥାଉକି, ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ନିୟନ୍ତ୍ରଣ କକ୍ଷରେ ମୁଖ୍ୟ ଶାସନ ସଚିବଙ୍କ ସମେତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଦୁର୍ଘଟଣା ପରବର୍ତ୍ତୀ ଚିକିତ୍ସା ଓ ମୃତହେହ ଚିହ୍ନଟୀକରଣ ଆଦି କାର୍ଯ୍ୟକୁ ସୁଚାରୁରୂପେ ପରିଚାଳନା କରିବା ସହିତ ଆବଶ୍ୟକ ସ୍ଥଳେ କ୍ଷେତ୍ର ପରିଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?