ବିପର୍ଯ୍ୟୟ ମୁକାବିଲା ଶିକ୍ଷା ଘୋଷଣାରେ ସୀମିତ

ଭୁବନେଶ୍ୱର,୬।୩(ବ୍ୟୁରୋ): ପ୍ରତ୍ୟେକ ବର୍ଷ ଓଡ଼ିଶା ବନ୍ୟା, ବାତ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଗତ ୨ ବର୍ଷ ହେବ ସମଗ୍ର ବିଶ୍ୱ ସହିତ ଓଡ଼ିଶା କୋଭିଡ୍‌-୧୯ ମହାମାରୀ ସଂକ୍ରମଣରେ ଅଣନିଃଶ୍ୱାସୀ ହୋଇଛି। ପ୍ରାକୃତିକ ବିପର୍ଯ୍ୟୟଠାରୁ ଏହି ମହାମାରୀର ପ୍ରକୋପ ଅତି ଭୟଙ୍କର। ତେଣୁ ପ୍ରାକୃତିକ ବିପର୍ଯ୍ୟୟ ସହ ମହାମାରୀ ମୁକାବିଲା ନେଇ ଛାତ୍ରୀଛାତ୍ରଙ୍କୁ ଶିକ୍ଷା ଦିଆଯିବ। ସ୍କୁଲ, କଲେଜ ପାଠ୍ୟକ୍ରମରେ ଏହାକୁ ସାମିଲ କରାଯିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏପରି କି ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭ କରି ୱାର୍ଡମେମ୍ବର ପର୍ଯ୍ୟନ୍ତ ସମସ୍ତ ନିର୍ବାଚିତ ପ୍ରତିନିଧି, ମିଶନ ଶକ୍ତି ଗୋଷ୍ଠୀ, ବନ ସୁରକ୍ଷା ସମିତି ଓ ଅନ୍ୟ ଗୋଷ୍ଠୀଭିତ୍ତିକ ସଂଗଠନଗୁଡ଼ିକୁ ଏ ସମ୍ପର୍କିତ ତାଲିମ ଦିଆଯିବାକୁ ଯୋଜନା ରଖାଯାଇଛି। ତଦନୁଯାୟୀ ମହାବାତ୍ୟା ପୂର୍ତ୍ତି ଅବସରରେ ୨୦୨୧ ମେ’ ୨୯ରେ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା ନେଇ ଏକ ସଙ୍କଳ୍ପ ପାରିତ କରାଯାଇଥିଲା। ଏହି ନିଷ୍ପତ୍ତିକୁ ୯ ମାସ ବିତିବାକୁ ବସିଲାଣି । ମାତ୍ର ଏ ନେଇ ସେଭଳି କିଛି ଆଖିଦୃଶିଆ ପଦକ୍ଷେପ ନିଆଯାଇପାରିନାହିଁ। ଫଳରେ ଏହା କାର୍ଯ୍ୟକାରୀ ହେବା ନେଇ ଆଶଙ୍କା ଦେଖାଦେଇଛି।
ପ୍ରାଥମିକ ସ୍କୁଲଠାରୁ ଆରମ୍ଭ କରି କଲେଜ ଛାତ୍ରୀଛାତ୍ରମାନେ ମହାମାରୀ ପରିଚାଳନା ଓ ପ୍ରାକୃତିକ ବିପର୍ଯ୍ୟୟ ବିଷୟରେ ଜ୍ଞାନ ଆହରଣ କରିବେ। ଏହାଛଡ଼ା ମହାମାରୀ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାର ବିଭିନ୍ନ ମୌଳିକ ଦିଗ ଉପରେ ପ୍ରତ୍ୟେକ ସରକାରୀ କର୍ମଚାରୀଙ୍କୁ ତାଲିମ ଦିଆଯିବ। ଜରୁରୀ ପରିସ୍ଥିତିର କିପରି ମୁକାବିଲା କରିବାକୁ ହେବ ସେ ବିଷୟରେ ଲୋକମାନଙ୍କୁ ପ୍ରସ୍ତୁତ କରାଯିବ। ଏହି ଲକ୍ଷ୍ୟ ପୂରଣ କରିବା ସହ ଓଡ଼ିଶାକୁ ବିପର୍ଯ୍ୟୟ ପରିଚାଳନାରେ ଏକ ଅଗ୍ରଣୀ ରାଜ୍ୟ ଭାବେ ଗଢ଼ିତୋଳିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ବିପର୍ଯ୍ୟୟର ସମ୍ମୁଖୀନ ହେବା ପାଇଁ ଓଡ଼ିଶାର ଘରେ ଘରେ ଯୋଦ୍ଧା ସୃଷ୍ଟି କରାଯିବ। ଏହି ମିଶନକୁ ଆଗେଇ ନେଇ ଓଡ଼ିଶାକୁ ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ନିରୋଧୀ ରାଜ୍ୟ ଭାବେ ଗଢ଼ିତୋଳିବା ସକାଶେ ଏକ ଟାସ୍କଫୋର୍ସ ଗଠନ କରାଯିବ। ଭବିଷ୍ୟତରେ ଯେକୌଣସି ଜରୁରୀ ପରିସ୍ଥିତି ପାଇଁ ଏହା ସର୍ବବୃହତ୍‌ ପ୍ରସ୍ତୁତି ହେବ ବୋଲି ସରକାର ଲକ୍ଷ୍ୟ ରଖିଛନ୍ତି। ମହାମାରୀ ଭଳି ସଙ୍କଟ କେତେବେଳେ ଆସିବ, କେତେବେଳେ ଯିବ, ତାହା କେହି କହିପାରିବେ ନାହିଁ । ଏହି ସଙ୍କଟ କେତେବେଳେ କି ପ୍ରକାର ରୂପ ନେବ, ତାହା ମଧ୍ୟ ଆକଳନ କରିବା ଅସମ୍ଭବ। ତେବେ ବିଭାଗୀୟ ଉଦାସୀନତା ଯୋଗୁ ରାଜ୍ୟ ସରକାରଙ୍କ ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କେବଳ ଘୋଷଣାରେ ସୀମିତ ରହିଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ ଏ ନେଇ ପ୍ରସ୍ତୁତି ଚାଲିଛି। ୨୦୨୩-୨୪ରୁ ପିଲାଙ୍କ ପାଠ୍ୟକ୍ରମରେ ଏହାକୁ ସାମିଲ କରାଯିବ। ଅନ୍ୟପକ୍ଷରେ ବିଭାଗର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ସ୍କୁଲ ପାଠ୍ୟକ୍ରମରେ ବିପର୍ଯ୍ୟୟ ବିଷୟ ପ୍ରସ୍ତୁତ କରିବାକୁ ଟିଚର୍ସ ଏଜୁକେଶନ ଓ ଏସ୍‌ସିଇଆର୍‌ଟିକୁ ନିର୍ଦ୍ଦେଶ ଦିଆଯାଇଛି। ପାଠ୍ୟକ୍ରମ ପ୍ରସ୍ତୁତ ଚାଲିଛି। ପ୍ରାଥମିକ ଶିକ୍ଷା ପାଇଁ ୨୦୨୨-୨୩ ବର୍ଷରେ ଏହାକୁ ସାମିଲ କରାଯିବ। ୨୦୨୩-୨୪ରୁ ଉଚ୍ଚ ମାଧ୍ୟମିକ, ହାଇସ୍କୁଲ ଓ ଅନ୍ୟାନ୍ୟ ପାଠ୍ୟକ୍ରମରେ ସାମିଲ କରାଯିବ।
ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଓଏସ୍‌ଡିଏମ୍‌ଏ)ର ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ, ପଞ୍ଚାୟତିରାଜ ବିଭାଗ ଅଧୀନରେ ଥିବା ଓଡ଼ିଶା ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ(ଏସ୍‌ଆଇଆର୍‌ଡି ଆଣ୍ଡ ପିଆର) ଜରିଆରେ ଜନପ୍ରତିନିଧିମାନଙ୍କୁ ତାଲିମ ଦିଆଯିବ। ଓଏସ୍‌ଡିଏମ୍‌ଏ ପକ୍ଷରୁ ମାଷ୍ଟର ଟ୍ରେନରଙ୍କୁ ତାଲିମ ଦିଆଯିବ। ସେମାନେ ଏସ୍‌ଆଇଆର୍‌ଡି ଜରିଆରେ ଜନପ୍ରତିନିଧିଙ୍କୁ ତାଲିମ ଦେବେ। ପଞ୍ଚାୟତ ନିର୍ବାଚନ ଯୋଗୁ ତାଲିମ ବିଳମ୍ବ ହୋଇଛି। କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଏସ୍‌ଆଇଆର୍‌ଡିକୁ ପ୍ରସ୍ତାବ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri