ବିପର୍ଯ୍ୟୟ ଭୟ: ଉପକୂଳ ପାଇଁ ୫ ବର୍ଷିଆ ଯୋଜନା

ଭୁବନେଶ୍ବର,୨୦ା୯(ବ୍ୟୁରୋ):ରାଜ୍ୟକୁ ସବୁ ସମୟରେ ପ୍ରାକୃତିକ ବିପତ୍ତିର ଭୟ ରହିଛି। ଅନେକ ସମୟରେ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟର ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗିଦେଉଛି। ଲୋକମାନଙ୍କୁ ଏପରି ବିପର୍ଯ୍ୟୟ ସମୟରେ ବଞ୍ଚାଇବା ସରକାରଙ୍କ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ହୋଇଛି। ସୁନାମି ଆଉ ଏକ ବିପତ୍ତି ଭାବେ ଉଭା ହେଲାଣି। ସୁନାମି ପ୍ରଭାବରେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ସମୁଦ୍ରକୂଳିଆ ଲୋକମାନଙ୍କ ପାଇଁ ଏକ ବିଷମ ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ପ୍ରକାଶ ପାଇଛି। ବିଶେଷକରି ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, କଟକ, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଆଦି ଜିଲା ଅତିଶୟ ବିପର୍ଯ୍ୟୟପ୍ରବଣ ଭାବେ ଚିହ୍ନଟ କରାଯାଇଛି। ବିପର୍ଯ୍ୟୟରୁ କିପରି ଉପକୂଳବର୍ତ୍ତୀ ଲୋକମାନଙ୍କୁ ରକ୍ଷା କରାଯାଇପାରିବ ଏବଂ ସେମାନଙ୍କ ଜୀବନ ଜୀବିକାକୁ ସୁରକ୍ଷିତ ରଖାଯାଇପାରିବ ସେନେଇ ରାଜ୍ୟ ସରକାର ଇଣ୍ଟିଗ୍ରେଟେଡ୍‌ କୋଷ୍ଟାଲ ଜୋନ୍‌ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ (ଆଇସିଜେଡ୍‌ଏମ୍‌ଏସ୍‌) କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ଏହି ଯୋଜନା ଆସନ୍ତା ୫ ବର୍ଷ ଲାଗି କାର୍ଯ୍ୟକାରୀ ହେବ। ଏଥିପାଇଁ ୨୬୧.୫୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହାକୁ ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମନ୍ବିତ ଉପକୂଳ ପରିଚାଳନା ସମିତି ଷ୍ଟିୟରିଂ କମିଟି ବୈଠକରେ ଅନୁମୋଦନ କରାଯାଇଛି।
ବୈଠକରେ ଯୋଗଦେଇ ସୋସାଇଟିର ପ୍ରକଳ୍ପ ନିର୍ଦ୍ଦେଶକ ସୁଶାନ୍ତ ନନ୍ଦ କହିଛନ୍ତି, ଏହି ଯୋଜନା ଚଳିତ ବର୍ଷରୁ ଆରମ୍ଭ ହୋଇ ୨୦୨୬-୨୭ରେ ଶେଷ ହେବ। ଏଥିରେ ମୁଖ୍ୟତଃ ବାଲେଶ୍ୱର ଜିଲାର ତଳସାରୀ, କେନ୍ଦ୍ରାପଡ଼ାର ଭିତରକନିକା, ଗଞ୍ଜାମର ବାହୁଡ଼ା ଓ ଚିଲିକା ଏବଂ ପୁରୀ ଜିଲାର ଦେବୀ ମୁହାଣ ଓ ଚିଲିକା ଆଦି ଅଞ୍ଚଳ ସାମିଲ କରାଯିବ। ୩୩୯ ଗ୍ରାମପଞ୍ଚାୟତ ଏବଂ ୫ ବନଖଣ୍ଡ ଅନ୍ତର୍ଗତ ପ୍ରାୟ ୩,୭୫,୩୨୧ ହେକ୍ଟର ଉପକୂଳ ଅଞ୍ଚଳକୁ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସକାଶେ ପ୍ରସ୍ତୁତ କରାଯିବ। ଏଥିରେ ପ୍ରାକୃତିକ ବିପର୍ଯ୍ୟୟ ସହନଶୀଳ କୃଷି ଏବଂ ନୂଆ ଜୀବିକା ପନ୍ଥା ସୃଷ୍ଟିକରି ଲୋକଙ୍କୁ ବାତ୍ୟା ଓ ଜଳବାୟୁ ପରିବର୍ତ୍ତନର ମୁକାବିଲା ଲାଗି ପ୍ରସ୍ତୁତ କରାଯିବ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ନୂତନ ଯୋଜନା ଆରମ୍ଭ କରାଯାଇଛି। ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ କାର୍ଯ୍ୟ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ। ବୈଠକରେ ଉପକୂଳ ଅଞ୍ଚଳରେ ଜୈବବିବିଧତା ବଜାୟ ରଖିବା ସହ ବିପର୍ଯ୍ୟୟ ସହନଶୀଳ ଜୀବିକା ନିର୍ବାହ ପନ୍ଥାଗୁଡିକ ଉପରେ ଗୁରୁତ୍ୱାରୋପ କରାଯାଇଛି। ଏଥିପାଇଁ ଲକ୍ଷ୍ୟଭିତ୍ତିକ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଯୋଜନା କାର୍ଯ୍ୟକାରୀ କରିବା ପୂର୍ବରୁ ଗ୍ରାମ୍ୟ ଗୋଷ୍ଠୀ ସହ ସିଧାସଳଖ ଆଲୋଚନା କରି ଲୋକଙ୍କ ଆବଶ୍ୟକତା ଓ ସମ୍ପୃକ୍ତ ଅଞ୍ଚଳର ନିରନ୍ତର ଜୀବିକା ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲଗାତର ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଗ୍ରାମଗୁଡିକୁ ଅଗ୍ରାଧିକାର ଭିତ୍ତିରେ ଏଥିରେ ସାମିଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଉପକୂଳ ଅଞ୍ଚଳଗୁଡ଼ିକରେ ମଙ୍ଗଳାଯୋଡ଼ି ଓ ଭିତରକନିକା ଭଳି ଇକୋ ପର୍ଯ୍ୟଟନ ସ୍ଥଳକୁ ଚିହ୍ନଟ କରି ସ୍ଥାନୀୟ ଲୋକଙ୍କ ମାଧ୍ୟମରେ ସେଗୁଡ଼ିକର ବିକାଶ କରିବା ପାଇଁ ଜଙ୍ଗଲ ଓ ପରିବେଶ ଏବଂ ପର୍ଯ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଉପକୂଳ ଅଞ୍ଚଳରେ ହେନ୍ତାଳ ବଣର ଘନତା ଏବଂ ସମୁଦ୍ର ଘାସ ଆଦି ବୃଦ୍ଧି କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ଏହା ବାତ୍ୟା ଓ ସୁନାମି ପ୍ରଭାବକୁ ପ୍ରତିହତ କରିବାରେ ସହାୟକ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri