ବିପର୍ଯ୍ୟୟ ଭୟ: ଉପକୂଳ ପାଇଁ ୫ ବର୍ଷିଆ ଯୋଜନା

ଭୁବନେଶ୍ବର,୨୦ା୯(ବ୍ୟୁରୋ):ରାଜ୍ୟକୁ ସବୁ ସମୟରେ ପ୍ରାକୃତିକ ବିପତ୍ତିର ଭୟ ରହିଛି। ଅନେକ ସମୟରେ ବାତ୍ୟା, ବନ୍ୟା, ବଜ୍ରପାତ, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟର ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗିଦେଉଛି। ଲୋକମାନଙ୍କୁ ଏପରି ବିପର୍ଯ୍ୟୟ ସମୟରେ ବଞ୍ଚାଇବା ସରକାରଙ୍କ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ହୋଇଛି। ସୁନାମି ଆଉ ଏକ ବିପତ୍ତି ଭାବେ ଉଭା ହେଲାଣି। ସୁନାମି ପ୍ରଭାବରେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ସମୁଦ୍ରକୂଳିଆ ଲୋକମାନଙ୍କ ପାଇଁ ଏକ ବିଷମ ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା ପ୍ରକାଶ ପାଇଛି। ବିଶେଷକରି ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, କଟକ, ପୁରୀ, ଜଗତ୍‌ସିଂହପୁର ଏବଂ କେନ୍ଦ୍ରାପଡ଼ା ଆଦି ଜିଲା ଅତିଶୟ ବିପର୍ଯ୍ୟୟପ୍ରବଣ ଭାବେ ଚିହ୍ନଟ କରାଯାଇଛି। ବିପର୍ଯ୍ୟୟରୁ କିପରି ଉପକୂଳବର୍ତ୍ତୀ ଲୋକମାନଙ୍କୁ ରକ୍ଷା କରାଯାଇପାରିବ ଏବଂ ସେମାନଙ୍କ ଜୀବନ ଜୀବିକାକୁ ସୁରକ୍ଷିତ ରଖାଯାଇପାରିବ ସେନେଇ ରାଜ୍ୟ ସରକାର ଇଣ୍ଟିଗ୍ରେଟେଡ୍‌ କୋଷ୍ଟାଲ ଜୋନ୍‌ ମ୍ୟାନେଜ୍‌ମେଣ୍ଟ ସିଷ୍ଟମ (ଆଇସିଜେଡ୍‌ଏମ୍‌ଏସ୍‌) କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି। ଏହି ଯୋଜନା ଆସନ୍ତା ୫ ବର୍ଷ ଲାଗି କାର୍ଯ୍ୟକାରୀ ହେବ। ଏଥିପାଇଁ ୨୬୧.୫୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏହାକୁ ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମନ୍ବିତ ଉପକୂଳ ପରିଚାଳନା ସମିତି ଷ୍ଟିୟରିଂ କମିଟି ବୈଠକରେ ଅନୁମୋଦନ କରାଯାଇଛି।
ବୈଠକରେ ଯୋଗଦେଇ ସୋସାଇଟିର ପ୍ରକଳ୍ପ ନିର୍ଦ୍ଦେଶକ ସୁଶାନ୍ତ ନନ୍ଦ କହିଛନ୍ତି, ଏହି ଯୋଜନା ଚଳିତ ବର୍ଷରୁ ଆରମ୍ଭ ହୋଇ ୨୦୨୬-୨୭ରେ ଶେଷ ହେବ। ଏଥିରେ ମୁଖ୍ୟତଃ ବାଲେଶ୍ୱର ଜିଲାର ତଳସାରୀ, କେନ୍ଦ୍ରାପଡ଼ାର ଭିତରକନିକା, ଗଞ୍ଜାମର ବାହୁଡ଼ା ଓ ଚିଲିକା ଏବଂ ପୁରୀ ଜିଲାର ଦେବୀ ମୁହାଣ ଓ ଚିଲିକା ଆଦି ଅଞ୍ଚଳ ସାମିଲ କରାଯିବ। ୩୩୯ ଗ୍ରାମପଞ୍ଚାୟତ ଏବଂ ୫ ବନଖଣ୍ଡ ଅନ୍ତର୍ଗତ ପ୍ରାୟ ୩,୭୫,୩୨୧ ହେକ୍ଟର ଉପକୂଳ ଅଞ୍ଚଳକୁ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସକାଶେ ପ୍ରସ୍ତୁତ କରାଯିବ। ଏଥିରେ ପ୍ରାକୃତିକ ବିପର୍ଯ୍ୟୟ ସହନଶୀଳ କୃଷି ଏବଂ ନୂଆ ଜୀବିକା ପନ୍ଥା ସୃଷ୍ଟିକରି ଲୋକଙ୍କୁ ବାତ୍ୟା ଓ ଜଳବାୟୁ ପରିବର୍ତ୍ତନର ମୁକାବିଲା ଲାଗି ପ୍ରସ୍ତୁତ କରାଯିବ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ନୂତନ ଯୋଜନା ଆରମ୍ଭ କରାଯାଇଛି। ବୈଠକରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ କାର୍ଯ୍ୟ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ। ବୈଠକରେ ଉପକୂଳ ଅଞ୍ଚଳରେ ଜୈବବିବିଧତା ବଜାୟ ରଖିବା ସହ ବିପର୍ଯ୍ୟୟ ସହନଶୀଳ ଜୀବିକା ନିର୍ବାହ ପନ୍ଥାଗୁଡିକ ଉପରେ ଗୁରୁତ୍ୱାରୋପ କରାଯାଇଛି। ଏଥିପାଇଁ ଲକ୍ଷ୍ୟଭିତ୍ତିକ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଯୋଜନା କାର୍ଯ୍ୟକାରୀ କରିବା ପୂର୍ବରୁ ଗ୍ରାମ୍ୟ ଗୋଷ୍ଠୀ ସହ ସିଧାସଳଖ ଆଲୋଚନା କରି ଲୋକଙ୍କ ଆବଶ୍ୟକତା ଓ ସମ୍ପୃକ୍ତ ଅଞ୍ଚଳର ନିରନ୍ତର ଜୀବିକା ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଲଗାତର ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଗ୍ରାମଗୁଡିକୁ ଅଗ୍ରାଧିକାର ଭିତ୍ତିରେ ଏଥିରେ ସାମିଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଉପକୂଳ ଅଞ୍ଚଳଗୁଡ଼ିକରେ ମଙ୍ଗଳାଯୋଡ଼ି ଓ ଭିତରକନିକା ଭଳି ଇକୋ ପର୍ଯ୍ୟଟନ ସ୍ଥଳକୁ ଚିହ୍ନଟ କରି ସ୍ଥାନୀୟ ଲୋକଙ୍କ ମାଧ୍ୟମରେ ସେଗୁଡ଼ିକର ବିକାଶ କରିବା ପାଇଁ ଜଙ୍ଗଲ ଓ ପରିବେଶ ଏବଂ ପର୍ଯ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଉପକୂଳ ଅଞ୍ଚଳରେ ହେନ୍ତାଳ ବଣର ଘନତା ଏବଂ ସମୁଦ୍ର ଘାସ ଆଦି ବୃଦ୍ଧି କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ଏହା ବାତ୍ୟା ଓ ସୁନାମି ପ୍ରଭାବକୁ ପ୍ରତିହତ କରିବାରେ ସହାୟକ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri