Posted inରାଜ୍ୟ

ପାଠ୍ୟକ୍ରମରେ ବିପର୍ଯ୍ୟୟ, ମହାମାରୀ ମୁକାବିଲା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟ ପ୍ରତି ବର୍ଷ ବନ୍ୟା, ବାତ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଗତ ବର୍ଷେରୁ ଊର୍ଦ୍ଧ୍ୱ ହେବ ସମଗ୍ର ବିଶ୍ୱ ସହିତ ଓଡ଼ିଶା ମହାମାରୀ କରୋନା ସଂକ୍ରମଣରେ ଅଣନିଃଶ୍ୱାସୀ ହୋଇପଡ଼ିଛି। ପ୍ରାକୃତିକ ବିପର୍ଯ୍ୟୟଠାରୁ ମହାମାରୀର ପ୍ରକୋପ ଅତି ଭୟଙ୍କର ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆମାଗୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟ ସହ ମହାମାରୀ ମୁକାବିଲା ପାଇଁ ଛାତ୍ରୀଛାତ୍ରଙ୍କଠୁ ନେଇ ଜନପ୍ରତିନିଧି, ମିଶନ ଶକ୍ତି ଗୋଷ୍ଠୀ, ବିଭିନ୍ନ ସଂଗଠନ ଏପରି କି ସାଧାରଣ ଜନତାଙ୍କୁ ତାଲିମ ଦେବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ପ୍ରତ୍ୟେକ ହାଇସ୍କୁଲ ଓ କଲେଜ ଛାତ୍ରୀଛାତ୍ରମାନେ ମହାମାରୀ ପରିଚାଳନାଠାରୁ ଆରମ୍ଭ କରି ପ୍ରାକୃତିକ ବିପର୍ଯ୍ୟୟ ପର୍ଯ୍ୟନ୍ତ ସବୁ ବିଷୟରେ ଜ୍ଞାନ ଆହରଣ କରିବେ। ଏହା ସେମାନଙ୍କ ପାଠ୍ୟକ୍ରମର ଅଂଶବିଶେଷ ହେବ। ମହାମାରୀ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାର ବିଭିନ୍ନ ମୌଳିକ ଦିଗ ଉପରେ ପ୍ରତ୍ୟେକ ସରକାରୀ କର୍ମଚାରୀଙ୍କୁ ତାଲିମ ଦିଆଯିବ। ସରକାରୀ ଚାକିରି ଓ ନିଯୁକ୍ତି ପାଇଁ ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ଏକ ବାଧ୍ୟତାମୂଳକ ବିଷୟ ହେବ। ବିପର୍ଯ୍ୟୟ ସମୟରେ ନିିର୍ବାଚିତ ପ୍ରତିନିଧିଙ୍କର ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ୱାର୍ଡମେମ୍ବରଠାରୁ ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତ ନିର୍ବାଚିତ ପ୍ରତିନିଧି ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ବିଷୟରେ ପ୍ରଶିକ୍ଷଣ ନେବେ। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା ନେଇ ଏଭଳି ଏକ ସଂକଳ୍ପ ପାରିତ କରାଯାଇଛି।

ଜଣାଶୁଣା ଜରୁରୀ ପରିସ୍ଥିତିର କିପରି ସମ୍ମୁଖୀନ ହେବା ଏବଂ ଏଥିସହିତ ଅଜଣାଅଶୁଣା ପରିସ୍ଥିତିକୁ କିପରି ମୁକାବିଲା କରିବାକୁ ହେବ, ସେ ବିଷୟରେ ସବୁ ଲୋକଙ୍କୁ ପ୍ରସ୍ତୁତ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ଲକ୍ଷ୍ୟ ପୂରଣ ସାଙ୍ଗକୁ ଓଡ଼ିଶାକୁ ବିପର୍ଯ୍ୟୟ ପରିଚାଳନାରେ ଏକ ଅଗ୍ରଣୀ ରାଜ୍ୟ ଭାବରେ ଗଢ଼ିତୋଳିବାକୁ ହେବ। ଫଳରେ ଜୈବିକ, ଜଳବାୟୁଜନିତ କିମ୍ବା ଅନ୍ୟ ଯାହା କିଛି ବିପତ୍ତିର ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ ରହିପାରିବ। ଏଥିପାଇଁ ଓଡ଼ିଶାର ଘରେ ଘରେ ଯୋଦ୍ଧା ସୃଷ୍ଟି କରାଯିବ। ଏହି ମିଶନକୁ ଆଗେଇ ନେବାପାଇଁ ଏକ ଟାସ୍କଫୋର୍ସ ଗଠନ କରାଯିବ। ଭବିଷ୍ୟତରେ ଯେକୌଣସି ଜରୁରୀ ପରିସ୍ଥିତି ପାଇଁ ଏହା ସର୍ବବୃହତ୍‌ ପ୍ରସ୍ତୁତି ହେବ ବୋଲି ବୈଠକରେ ଆଲୋଚନା କରାଯାଇଛି।

ଗତ ଦୁଇ ଦଶନ୍ଧି ମଧ୍ୟରେ ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶାର ଦକ୍ଷତା ସମ୍ପର୍କରେ ସାରା ବିଶ୍ବର ଦୃଷ୍ଟିଭଙ୍ଗୀ ବଦଳିଯାଇଛି। ଦିନ ଥିଲା ଓଡ଼ିଶା ଦୟାର ପାତ୍ର ଥିଲା। ଆଜି ଓଡ଼ିଶା ବିପର୍ଯ୍ୟୟ ପରିଚାଳନାରେ ଏକ ମଡେଲ ହୋଇଛି ଏବଂ ସାରା ବିଶ୍ବରୁ ପ୍ରଶଂସା ସାଉଁଟିଛି। ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’। ଏହା ହେଉଛି ଏହି ପରିବର୍ତ୍ତନର ମୁଖ୍ୟ ଆଧାର। ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀସମ୍ପୃକ୍ତି ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଛି। କୋଭିଡ୍‌-୧୯ ସମସ୍ତଙ୍କ ପାଇଁ ଏକ ନୂଆ ବାସ୍ତବତା। ବାତ୍ୟା ଆସେ ଏବଂ ଯାଏ, କିନ୍ତୁ ଏହି ମହାମାରୀ ମାନବଜାତି ପାଇଁ ସଙ୍କଟର ଦୁଇଟି ନୂଆ ଦିଗ ଆଣିଛି । ଗୋଟିଏ ହେଉଛି, ଏହି ସଙ୍କଟ କେତେବେଳେ ଆସିବ, କେତେବେଳେ ଯିବ ତାହା କେହି କହିପାରିବେ ନାହିଁ । ଦ୍ବିତୀୟଟି ହେଉଛି, ଏହି ସଙ୍କଟଟି କେତେବେଳେ କିପ୍ରକାର ରୂପ ନେବ, ତାହା ମଧ୍ୟ ଆକଳନ କରିବା ଅସମ୍ଭବ। ବର୍ତ୍ତମାନ ସମୟ ଆସିଛି, ରାଜ୍ୟରେ ଜ୍ଞାନର ଏକ ବିସ୍ତୃତ ଭିତ୍ତିଭୂମି ପ୍ରସ୍ତୁତ କରିବାକୁ ହେବ, ଯଦ୍ଦ୍ବାରା କି ସମସ୍ତେ ନିଜକୁ ଜଣେ ଜଣେ ଯୋଦ୍ଧା ଭାବରେ ଗଢ଼ିବା ପାଇଁ ମନ୍ତ୍ରୀ ପରିଷଦ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ମୋକିମଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ଭକ୍ତ ଦାସ, କହିଲେ ଯେଉଁମାନେ ଭାଜପା ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri