Posted inରାଜ୍ୟ

ପାଠ୍ୟକ୍ରମରେ ବିପର୍ଯ୍ୟୟ, ମହାମାରୀ ମୁକାବିଲା

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟ ପ୍ରତି ବର୍ଷ ବନ୍ୟା, ବାତ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଗତ ବର୍ଷେରୁ ଊର୍ଦ୍ଧ୍ୱ ହେବ ସମଗ୍ର ବିଶ୍ୱ ସହିତ ଓଡ଼ିଶା ମହାମାରୀ କରୋନା ସଂକ୍ରମଣରେ ଅଣନିଃଶ୍ୱାସୀ ହୋଇପଡ଼ିଛି। ପ୍ରାକୃତିକ ବିପର୍ଯ୍ୟୟଠାରୁ ମହାମାରୀର ପ୍ରକୋପ ଅତି ଭୟଙ୍କର ହୋଇଛି। ଏହାକୁ ଦୃଷ୍ଟିରେ ରଖି ଆମାଗୀ ଦିନରେ ପ୍ରାକୃତିକ ବିପର୍ଯ୍ୟୟ ସହ ମହାମାରୀ ମୁକାବିଲା ପାଇଁ ଛାତ୍ରୀଛାତ୍ରଙ୍କଠୁ ନେଇ ଜନପ୍ରତିନିଧି, ମିଶନ ଶକ୍ତି ଗୋଷ୍ଠୀ, ବିଭିନ୍ନ ସଂଗଠନ ଏପରି କି ସାଧାରଣ ଜନତାଙ୍କୁ ତାଲିମ ଦେବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ପ୍ରତ୍ୟେକ ହାଇସ୍କୁଲ ଓ କଲେଜ ଛାତ୍ରୀଛାତ୍ରମାନେ ମହାମାରୀ ପରିଚାଳନାଠାରୁ ଆରମ୍ଭ କରି ପ୍ରାକୃତିକ ବିପର୍ଯ୍ୟୟ ପର୍ଯ୍ୟନ୍ତ ସବୁ ବିଷୟରେ ଜ୍ଞାନ ଆହରଣ କରିବେ। ଏହା ସେମାନଙ୍କ ପାଠ୍ୟକ୍ରମର ଅଂଶବିଶେଷ ହେବ। ମହାମାରୀ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାର ବିଭିନ୍ନ ମୌଳିକ ଦିଗ ଉପରେ ପ୍ରତ୍ୟେକ ସରକାରୀ କର୍ମଚାରୀଙ୍କୁ ତାଲିମ ଦିଆଯିବ। ସରକାରୀ ଚାକିରି ଓ ନିଯୁକ୍ତି ପାଇଁ ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ଏକ ବାଧ୍ୟତାମୂଳକ ବିଷୟ ହେବ। ବିପର୍ଯ୍ୟୟ ସମୟରେ ନିିର୍ବାଚିତ ପ୍ରତିନିଧିଙ୍କର ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ୱାର୍ଡମେମ୍ବରଠାରୁ ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ସମସ୍ତ ନିର୍ବାଚିତ ପ୍ରତିନିଧି ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ବିଷୟରେ ପ୍ରଶିକ୍ଷଣ ନେବେ। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା ନେଇ ଏଭଳି ଏକ ସଂକଳ୍ପ ପାରିତ କରାଯାଇଛି।

ଜଣାଶୁଣା ଜରୁରୀ ପରିସ୍ଥିତିର କିପରି ସମ୍ମୁଖୀନ ହେବା ଏବଂ ଏଥିସହିତ ଅଜଣାଅଶୁଣା ପରିସ୍ଥିତିକୁ କିପରି ମୁକାବିଲା କରିବାକୁ ହେବ, ସେ ବିଷୟରେ ସବୁ ଲୋକଙ୍କୁ ପ୍ରସ୍ତୁତ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏହି ଲକ୍ଷ୍ୟ ପୂରଣ ସାଙ୍ଗକୁ ଓଡ଼ିଶାକୁ ବିପର୍ଯ୍ୟୟ ପରିଚାଳନାରେ ଏକ ଅଗ୍ରଣୀ ରାଜ୍ୟ ଭାବରେ ଗଢ଼ିତୋଳିବାକୁ ହେବ। ଫଳରେ ଜୈବିକ, ଜଳବାୟୁଜନିତ କିମ୍ବା ଅନ୍ୟ ଯାହା କିଛି ବିପତ୍ତିର ମୁକାବିଲା ପାଇଁ ଓଡ଼ିଶା ପ୍ରସ୍ତୁତ ରହିପାରିବ। ଏଥିପାଇଁ ଓଡ଼ିଶାର ଘରେ ଘରେ ଯୋଦ୍ଧା ସୃଷ୍ଟି କରାଯିବ। ଏହି ମିଶନକୁ ଆଗେଇ ନେବାପାଇଁ ଏକ ଟାସ୍କଫୋର୍ସ ଗଠନ କରାଯିବ। ଭବିଷ୍ୟତରେ ଯେକୌଣସି ଜରୁରୀ ପରିସ୍ଥିତି ପାଇଁ ଏହା ସର୍ବବୃହତ୍‌ ପ୍ରସ୍ତୁତି ହେବ ବୋଲି ବୈଠକରେ ଆଲୋଚନା କରାଯାଇଛି।

ଗତ ଦୁଇ ଦଶନ୍ଧି ମଧ୍ୟରେ ବିପର୍ଯ୍ୟୟ ମୁକାବିଲାରେ ଓଡ଼ିଶାର ଦକ୍ଷତା ସମ୍ପର୍କରେ ସାରା ବିଶ୍ବର ଦୃଷ୍ଟିଭଙ୍ଗୀ ବଦଳିଯାଇଛି। ଦିନ ଥିଲା ଓଡ଼ିଶା ଦୟାର ପାତ୍ର ଥିଲା। ଆଜି ଓଡ଼ିଶା ବିପର୍ଯ୍ୟୟ ପରିଚାଳନାରେ ଏକ ମଡେଲ ହୋଇଛି ଏବଂ ସାରା ବିଶ୍ବରୁ ପ୍ରଶଂସା ସାଉଁଟିଛି। ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’। ଏହା ହେଉଛି ଏହି ପରିବର୍ତ୍ତନର ମୁଖ୍ୟ ଆଧାର। ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀସମ୍ପୃକ୍ତି ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଛି। କୋଭିଡ୍‌-୧୯ ସମସ୍ତଙ୍କ ପାଇଁ ଏକ ନୂଆ ବାସ୍ତବତା। ବାତ୍ୟା ଆସେ ଏବଂ ଯାଏ, କିନ୍ତୁ ଏହି ମହାମାରୀ ମାନବଜାତି ପାଇଁ ସଙ୍କଟର ଦୁଇଟି ନୂଆ ଦିଗ ଆଣିଛି । ଗୋଟିଏ ହେଉଛି, ଏହି ସଙ୍କଟ କେତେବେଳେ ଆସିବ, କେତେବେଳେ ଯିବ ତାହା କେହି କହିପାରିବେ ନାହିଁ । ଦ୍ବିତୀୟଟି ହେଉଛି, ଏହି ସଙ୍କଟଟି କେତେବେଳେ କିପ୍ରକାର ରୂପ ନେବ, ତାହା ମଧ୍ୟ ଆକଳନ କରିବା ଅସମ୍ଭବ। ବର୍ତ୍ତମାନ ସମୟ ଆସିଛି, ରାଜ୍ୟରେ ଜ୍ଞାନର ଏକ ବିସ୍ତୃତ ଭିତ୍ତିଭୂମି ପ୍ରସ୍ତୁତ କରିବାକୁ ହେବ, ଯଦ୍ଦ୍ବାରା କି ସମସ୍ତେ ନିଜକୁ ଜଣେ ଜଣେ ଯୋଦ୍ଧା ଭାବରେ ଗଢ଼ିବା ପାଇଁ ମନ୍ତ୍ରୀ ପରିଷଦ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

ସ୍ତ୍ରୀଙ୍କୁ ଶାବଳରେ ପିଟି ହତ୍ୟା, ସ୍ୱାମୀଙ୍କୁ ଆଜୀବନ

ଵ୍ରହ୍ମପୁର,୩୧।୮(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୪ ମସିହାରେ ସଦର ଥାନା ଅନ୍ତର୍ଗତ ରୋହିଗାଁ’ରେ ନିଜ ସ୍ତ୍ରୀ’ଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିଲେ । ଜିଲା ଦୌରା ଜଜ ଅଶାନ୍ତ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri