ପ୍ରଧାନମନ୍ତ୍ରୀଙ୍କ ଜନସଭା ପାଇଁ ପୋଲିସ ପକ୍ଷରୁ ଦିଶା ନିର୍ଦ୍ଦେଶ ଜାରି

ସମ୍ବଲପୁର,୩ା୨(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ରେମେଡ ପଡିଆରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ଗ୍ୟାରେଣ୍ଟି ସମାବେଶ ଆୟୋଜିତ ହେବ। ଏଥିରେ ପଶ୍ଚିମ ଓଡିଶାର ୧୧ ଜିଲାର ଲକ୍ଷାଧିକ ଲୋକଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେବେ ଏତେ ସଂଖ୍ୟାରେ ଲୋକଙ୍କ ଆଗମନକୁ ଦୃଷ୍ଟିରେ ରଖି ସମ୍ବଲପୁର ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯିବା ସହ ଜନସାଧାରଣଙ୍କ ପାଇଁ ଦିଶା ନିର୍ଦ୍ଦେଶ ଜାରି କରାଯାଇଛି। ଏଥିରେ ଦର୍ଶାଯାଇଛି, ସହର ଭିତରୁ ଅଇଁଠାପାଲି ରାସ୍ତାରେ ସଭାସ୍ଥଳକୁ ଯିବା ପାଇଁ ୫୩ ନମ୍ବର ଜାତୀୟ ରାଜପଥ ଦେଇ ରେମେଡ ପଡିଆକୁ ଯାଇପାରିବ।

ସେହିପରି କେନ୍ଦ୍ରୀୟ ବିଦ୍ୟାଳୟ ରୋଡ ଓ କ୍ଷେତରାଜପୁର ରୋଡ ଦେଇ ମଧ୍ୟ ଜନସାଧାରଣ ସଭାସ୍ଥଳରେ ପହଞ୍ଚି ପାରିବେ। ଲୋକଙ୍କ ସୁବିଧା ପାଇଁ ପଡିଆ ନିକଟରେ ଚାରିଚକିଆ ଓ ଦୁଇଚକିଆ ଯାନ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯାଇଛି। କ୍ଷେତରାଜପୁର ରାସ୍ତା ଦେଇ ଆସୁଥିବା ଚାରିଚକିଆ ଯାନ ପାଇଁ ସଭାସ୍ଥଳର ଡାହାଣ ପଟରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ଏହି ସ୍ଥାନରେ ଝାରସୁଗୁଡା, ରାଉରକେଲା, ସୁନ୍ଦରଗଡ, ଦେବଗଡ ଏବଂ ଅନୁଗୋଳରୁ ଆସୁଥିବା ବସ୍‌ଗୁଡିକ ପାର୍କିଂ କରାଯିବାର ଯୋଜନା ରହିଛି। ସଭାସ୍ଥଳର ବାମ ପାର୍ଶ୍ୱରେ ଭିଆଇପି କାର ପାର୍କିଂ ସୁବିଧା କରାଯାଇଛି। ଅପରାହ୍ନ୧ଟା ୩୦ ସୁଦ୍ଧା ଜନସାଧାରଣଙ୍କୁ ସଭାସ୍ଥଳରେ ପହଞ୍ଚିବାକୁ କୁହାଯାଇଛି।

ସେହିପରି ଆଇଆଇଏମ୍‌ରେ ହେବାକୁ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରିତ ଅତିଥିମାନଙ୍କୁ ସେମାନଙ୍କ ପାସ୍‌ ସହ ନିଜର ପରିଚୟପତ୍ର ଦେଖାଇ ୧୧ଟା ସୁଦ୍ଧା ନାମ ପଞ୍ଜୀକରଣ କରାଇନେବାକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ବନ କର୍ମଚାରୀଙ୍କୁ ଆକ୍ରମଣ କରି ବନ୍ଧା ହେଲେ ୩

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜର ନୟାକୋଟ ବିଟ୍‌ର ଫରେଷ୍ଟର ଏବଂ ସ୍କ୍ବାଡ କର୍ମଚାରୀଙ୍କୁ ଆକ୍ରମଣ କରିବା ଘଟଣାରେ ବନ ବିଭାଗ ୩ଜଣଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri