ଡିସ୍‌ଚାର୍ଜ ପିଟିଶନ ଖାରଜ, ଚାର୍ଜଫ୍ରେମ ଦାଖଲ

ସମ୍ବଲପୁର,୧୫ା୯(ଶୁଭାଶିଷ ପାଢ଼ୀ):ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ଗୁରୁବାର ଝାରସୁଗୁଡ଼ା ଅତିରିକ୍ତ ଜିଲା ଜଜ୍‌କୋର୍ଟରେ ଅଭିଯୁକ୍ତ ବହିଷ୍କୃତ ପୋଲିସ ଏଏସ୍‌ଆଇ ଗୋପାଳ ଦାସଙ୍କୁ ହାଜର କରାଯାଇଥିଲା। କୋର୍ଟରେ ପୂର୍ବରୁ ଆବେଦନ କରାଯାଇଥିବା ଡିସ୍‌ଚାର୍ଜ ପିଟିଶନ ଉପରେ ଶୁଣାଣି ହୋଇଥିଲା। ଅଭିଯୁକ୍ତଙ୍କ ଓକିଲ ଓ ଅନ୍ୟପକ୍ଷ ଓକିଲ ନିଜ ପକ୍ଷ ରଖିଥିଲେ। ଉଭୟ ପକ୍ଷ ଶୁଣିବା ପରେ ଅପରାହ୍ନ ୩ଟାରେ ରାୟ ପ୍ରକାଶ ପାଇଥିଲା। ଡିସ୍‌ଚାର୍ଜ ପିଟିଶନକୁ ବିଚାରପତି ଖାରଜ କରିଦେଇଥିଲେ। ପରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଚାର୍ଜଫ୍ରେମ ଦାଖଲ ହୋଇଥିଲା। ବିଚାରପତିଙ୍କ ପ୍ରଶ୍ନରେ ଅଭିଯୁକ୍ତ ଗୋପାଳ ଦୋଷ ସ୍ବୀକାର କରି ନ ଥିଲେ। ବରଂ ଆଗକୁ ମାମଲା ଲଢିବାକୁ କହିଥିଲେ। ଅକ୍ଟୋବର ୫ରେ ପରବର୍ତ୍ତୀ ଶୁଣାଣି ହୋଇ ସାକ୍ଷ୍ୟ ଗ୍ରହଣ ଆରମ୍ଭ ହେବ।
ଏ ନେଇ ଗୋପାଳଙ୍କ ଓକିଲ ନରେଶ ନାୟକ କହିଛନ୍ତି, ଗୋପାଳ ଜଣେ ମାନସିକ ରୋଗୀ। ସେ ଜେଲ ଭିତରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରୁଛନ୍ତି। ପୂର୍ବରୁ ମଧ୍ୟ ସେ ଏହି ରୋଗରେ ପୀଡିତ ଥିବା ନେଇ ପ୍ରମାଣ ରହିଛି। ବିଚାରପତିଙ୍କ ଆଗରେ ଗୋପାଳ ତାଙ୍କ ବନ୍ଧୁକ ଗୁଳିରେ ମନ୍ତ୍ରୀଙ୍କ ମୃତ୍ୟୁ ଘଟିନାହିଁ ବୋଲି କହିଥିଲେ। କ୍ରାଇମବ୍ରାଞ୍ଚ ଦେଇଥିବା ଚାର୍ଜଫ୍ରେମରେ ଗୋପାଳ ପାଗଳ ନୁହେଁ ବୋଲି କୁହାଯାଉଛି, ଯାହାକି ଡାକ୍ତରୀ ରିପୋର୍ଟକୁ ଚ୍ୟାଲେଞ୍ଜ କରୁଛି ବୋଲି ସେ କହିଥିଲେ।
ସୂଚନାଯୋଗ୍ୟ, ଜାନୁୟାରୀ ୨୯ରେ ମନ୍ତ୍ରୀ ନବ ଦାସ ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଗସ୍ତରେ ଯାଇଥିବା ବେଳେ ଗାନ୍ଧୀ ଛକରେ ତତ୍କାଳୀନ ପୋଲିସ ଏଏସ୍‌ଆଇ ଗୋପାଳ ଦାସ ସର୍ଭିସ ବନ୍ଧୁକରେ ଗୁଳିକରି ହତ୍ୟା କରିଥିଲେ। ଘଟଣାର ତଦନ୍ତଭାର ରାଜ୍ୟ ସରକାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ। ହତ୍ୟାକାଣ୍ଡର ୧୧୮ଦିନ ପରେ କ୍ରାଇମବ୍ରାଞ୍ଚ ୫୩୪ ପୃଷ୍ଠାର ଚାର୍ଜଶିଟ ଦାଖଲ କରିଥିଲା ା ଏଥିରେ ୮୯ ଜଣଙ୍କ ସାକ୍ଷ୍ୟ ଓ ଜେରା କରାଯାଇଥିବା ରିପୋର୍ଟ ରହିଥିଲା। ବ୍ୟକ୍ତିଗତ ଆକ୍ରୋଶ ରଖି ନବଙ୍କୁ ଗୋପାଳ ହତ୍ୟା କରିଥିବା ଚାର୍ଜଶିଟରେ ଉଲ୍ଲେଖ ରହିଥିଲା। ଏପରିକି ଅଭିଯୁକ୍ତ ଗୋପାଳ ସମ୍ପୂର୍ଣ୍ଣ ସୁସ୍ଥ ମସ୍ତିଷ୍କରେ ଏହି ହତ୍ୟାକାଣ୍ଡ ଘଟାଇଥିଲେ। ପୂର୍ବରୁ ଜୁଲାଇ ୨୦ ଓ ୩୦ରେ ଗୋପାଳଙ୍କୁ କଡା ସୁରକ୍ଷା ବଳୟରେ ଝାରସୁଗୁଡା କୋର୍ଟରେ ହାଜର କରାଯାଇଥିଲା। ଘଟଣାର ୭ମାସ ପରେ ମଧ୍ୟ ମନ୍ତ୍ରୀ ଦାସଙ୍କୁ ଜଣେ ପୋଲିସ କର୍ମଚାରୀ କାହିଁକି ସର୍ଭିସ ବନ୍ଧୁକରେ ଗୁଳିକରି ହତ୍ୟା କଲେ ତାହା ସ୍ପଷ୍ଟ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌: ଜାଣନ୍ତୁ ଖେଳାଯିବ ମ୍ୟାଚ୍‌

କଟକ,୯ା୧୨(ଅନାଦି କର):ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମଙ୍ଗଳବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ପ୍ରଥମf ଟି୨୦ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କଠାରୁ ଆରମ୍ଭ...

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri