‘ଶୃଙ୍ଖଳା, ତ୍ୟାଗ ସଫଳତାର ଚାବିକାଠି’

ଭୁବନେଶ୍ୱର, ୧।୫(ବ୍ୟୁରୋ): ଶୃଙ୍ଖଳା, ତ୍ୟାଗ ଓ ଉତ୍ସର୍ଗୀକୃତ ମନୋଭାବ ହିଁ ସଫଳତାର ଚାବିକାଠି। ଶ୍ରେଷ୍ଠ ପ୍ରଦର୍ଶନ ସହ ନିଜର ପ୍ରତିଭା ଓ ଦକ୍ଷତା ବିକାଶ ପାଇଁ ଛାତ୍ରୀଛାତ୍ର ଏହି ୩ଟି ସୂତ୍ର ଉପରେ ଗୁରୁତ୍ୱ ଦେବା ଉଚିତ। ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନରେ ଶିକ୍ଷକମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାନ୍ତି। ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ପ୍ରତିଭାକୁ ଚିହ୍ନଟ କରି ସେହି କ୍ଷେତ୍ରରେ କିଭଳି ସେମାନେ ପାରଦର୍ଶିତା ହାସଲ କରିପାରିବେ ସେଥିପାଇଁ ପ୍ରୟାସ ଜାରି ରଖିବାକୁ ଶିକ୍ଷକମାନେ ପରାମର୍ଶ ଦେବା ଆବଶ୍ୟକ ବୋଲି ଓଡ଼ିଶା ହାଇକୋର୍ଟର ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ କହିଛନ୍ତି। ଶନିବାର ଉତ୍କଳ ବିଶ୍ୱବିଦ୍ୟାଳୟର ୫୧ତମ ସମାବର୍ତ୍ତନ ଉତ୍ସବ ତଥା ଉପାଧି ପ୍ରଦାନ ସମାବେଶରେ ବିଚାରପତି ଡ. ଷଡ଼ଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ଦେଇଥିଲେ। ସେ କହିଲେ, ଶିକ୍ଷାର ଅର୍ଥ ହେଉଛି ଆହ୍ବାନକୁ ସମ୍ମୁଖୀନ ହେବା। ଯଦି ପ୍ରତିଟି ଆହ୍ବାନକୁ ସଫଳତାର ସହ ମୁକାବିଲା କରାଯାଇପାରିବ, ତା’ହେଲେ ସବୁ ସମସ୍ୟାର ସମାଧାନ ହୋଇପାରିବ। ଜଣେ ନିଜର ରୁଚି ଥିବା କ୍ଷେତ୍ରରେ ପାରଦର୍ଶିତା ହାସଲ ସହ ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରିପାରିବ। ନିଜର ସ୍ବପ୍ନକୁ ପୂରଣ ପାଇଁ ଶିକ୍ଷାଗ୍ରହଣ ପରେ ଦାୟିତ୍ୱ ବଢ଼ିଯିବ। ଚାକିରି, ବ୍ୟବସାୟ କିମ୍ବା ଆତ୍ମନିର୍ଭରଶୀଳ କ୍ଷେତ୍ରରେ କିଭଳି ଉତ୍କର୍ଷ ହାସଲ କରିପାରିବେ ସେଥିପାଇଁ କଠିନ ଅଧ୍ୟବସାୟ ଜାରି ରଖିବାକୁ ଡ. ଷଡ଼ଙ୍ଗୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇଥିଲେ।
ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇ କହିଲେ, ଉତ୍କଳ ବିଶ୍ୱବିଦ୍ୟାଳୟ ହେଉଛି ଅନ୍ୟମାନଙ୍କ ପାଇଁ ମାର୍ଗଦର୍ଶକ ଓ ଏହା ସମଗ୍ର ବିଶ୍ୱରେ ବିଦିତ। ବିଶ୍ୱବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ଅନୁଦାନ ଯୋଗାଇ ଦେବାରେ କେବେ ଅବହେଳା କରିନାହାନ୍ତି। ଏହାର ଉନ୍ନତୀକରଣ ପାଇଁ ସରକାର ୬୦ କୋଟି ଟଙ୍କା ଦେଇଛନ୍ତି। ସବୁ ବିଭାଗରେ ସ୍ମାର୍ଟ କ୍ଲାସ୍‌ ରୁମ୍‌ ବ୍ୟବସ୍ଥା କରିବାକୁ ସରକାର ପାଣ୍ଠି ଯୋଗାଇଦେବେ ବୋଲି ମନ୍ତ୍ରୀ ସାହୁ ଘୋଷଣା କରିଥିଲେ।
କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ସ୍ବାଗତ ଭାଷଣ ଦେଇ କହିଲେ, ନୂତନ ଶିକ୍ଷା ନୀତି ଓ ଗବେଷଣାରେ ଅନ୍ତଃଶୃଙ୍ଖଳା ବିଦ୍ୟାର ଅନୁମୋଦନ ଏବଂ ନବନିର୍ମିତ ବିଭିନ୍ନ କେନ୍ଦ୍ର ମାଧ୍ୟମରେ ଉତ୍ସାହଜନକ ପ୍ରକଳ୍ପ ଓ ଗବେଷଣା କାର୍ଯ୍ୟରେ ନୂତନତ୍ତ୍ୱ, ବୈଷୟିକ ବିକାଶ ତଥା ଡିଜିଟାଲାଇଜେଶନ ପ୍ରକ୍ରିୟା ଆମ ବିଶ୍ୱବିଦ୍ୟାଳୟର ଗୌରବକୁ ସମ୍ପ୍ରସାରିତ କରିବାରେ ସହାୟକ ହୋଇପାରିବ। ଏହି ଅବସରରେ ବିଭିନ୍ନ ବିଷୟରେ ସର୍ବୋଚ୍ଚ ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଥିବା ୯୮ ଛାତ୍ରୀଛାତ୍ରଙ୍କୁ ସ୍ବର୍ଣ୍ଣପଦକ ଏବଂ ୧୮୯ ଛାତ୍ରୀଛାତ୍ରଙ୍କୁ ପିଏଚ୍‌ଡି ଡିଗ୍ରୀ ଉପାଧି ପ୍ରଦାନ କରାଯାଇଥିଲା। କୁଳସଚିବ ଡ. ଅଭୟ କୁମାର ନାୟକ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri