ଶୃଙ୍ଖଳା, ପରିଶ୍ରମର ବିକଳ୍ପ ନାହିଁ: କିଶୋର

ଭୁବନେଶ୍ବର, ୧୮ା ୧: କଳିଙ୍ଗ ଷ୍ଟାଡିୟମର ଟେନିସ ସେଣ୍ଟର ପରିସରରେ ବୁଧବାର ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)ର ୭ମ ବାର୍ଷିକ କ୍ରୀଡ଼ା ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଜାଭେଲିନ୍‌ ଥ୍ରୋ ତାରକା କିଶୋର ଜେନାଙ୍କୁ ୨୦୨୩ର ଶ୍ରେଷ୍ଠ କ୍ରୀଡ଼ାବିତ୍‌ ପୁରସ୍କାର ପ୍ରଦାନ କରାଯାଇଛି। ଅର୍ଜୁନ ପୁରସ୍କାର ବିଜେତା ଭାରୋତ୍ତୋଳକ ତଥା ଓଡ଼ିଶା ଭାରୋତ୍ତୋଳନର ପିତାମହ ବିଜୟ ଶତପଥୀଙ୍କୁ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରାଯାଇଛି। ”ଶୃଙ୍ଖଳା ସହ କଠିନ ପରିଶ୍ରମର କିଛି ବିକଳ୍ପ ନାହିଁ। ଏହା ହିଁ ସଫଳତାର ମାପକାଠି। ଏଥିସହ ପ୍ରଶିକ୍ଷକଙ୍କ ନିର୍ଦ୍ଦେଶାବଳୀକୁ ମାନି ଖେଳିଲେ ଦିନେ ସଫଳତା ନିଶ୍ଚିତ ଆସିବ“ ବୋଲି ଏସିଆଡ୍‌ କ୍ରୀଡ଼ା ପଦକ ବିଜେତା କିଶୋର ପ୍ରକାଶ କରିଛନ୍ତି। ଓସ୍‌ଜା ସଭାପତି ସନ୍ଦୀପ ମିଶ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉତ୍ସବରେ ଅଲିମ୍ପିଆନ ଆଥ୍‌ଲେଟ ଅନୁରାଧା ବିଶ୍ବାଳ ମୁଖ୍ୟ ଅତିଥି ଓ ଅର୍ଜୁନ ପୁରସ୍କାରପ୍ରାପ୍ତ ଭାରୋତ୍ତୋଳକ କାଟୁଲୁ ରବି କୁମାର ସମ୍ମାନିତ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ବିଜୟ ଶତପଥୀ ଅସୁସ୍ଥ ଥବାରୁ ରବି କୁମାର ତାଙ୍କ ଲାଗି ପୁରସ୍କାର ଗ୍ରହଣ କରିଥିଲେ। ପୁରସ୍କାର ବାବଦରେ ଟ୍ରଫି, ଉତ୍ତରୀୟ, ମାନପତ୍ର ଓ ୨୫,୦୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। ଏହି ଅବସରରେ କିଶୋରଙ୍କ ପ୍ରଶିକ୍ଷକ ସମରଜିତ୍‌ ମଲ୍ଲୀ ମଧ୍ୟ ସମ୍ବର୍ଦ୍ଧିତ ହୋଇଥିଲେ। ଓସ୍‌ଜା କାର୍ଯ୍ୟକାରୀ ସଭାପତି କେ. ରବି ସ୍ବାଗତ ଭାଷଣ ପ୍ରଦାନ କରିଥିଲାବେଳେ ଯୁଗ୍ମ ସମ୍ପାଦକ ସୁରେଶ ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ। କୁମାର ବିମଲ ସଂଯୋଜନା କରିଥିଲେ। ଓସ୍‌ଜାର ଏଭଳି କାର୍ଯ୍ୟକ୍ରମକୁ ପୁରସ୍କାର ବିଜେତା କିଶୋର ଜେନା ଓ ରବି କୁମାର ଭୂୟସୀ ପ୍ରଶଂସା କରିଥିଲେ। ଏହି ଉତ୍ସବରେ ଅନେକ ପ୍ରଶିକ୍ଷକ, କ୍ରୀଡ଼ାବିତ୍‌ ଏବଂ ଓସ୍‌ଜାର ସଦସ୍ୟମାନେ ଉପସ୍ଥିତ ଥଲେ। ଏହି ଅବସରରେ କିଶୋରଙ୍କୁ ପ୍ୟାରିସ୍‌ ଅଲିମ୍ପିକ୍ସ ଲାଗି ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା। ପ୍ରକାଶଯୋଗ୍ୟ, ପୂର୍ବରୁ ଏହି ପୁରସ୍କାର ପୂର୍ଣ୍ଣିମା ହେମ୍ବ୍ରମ୍‌ ଓ ଦେବପ୍ରସାଦ ସିଂ, ସ୍ବସ୍ତି ସିଂ ଓ ପିଟର ତିର୍କୀ, ଅମିତ୍‌ ରୋହିଦାସ ଓ ବ୍ରଜଭୂଷଣ ମହାନ୍ତି, ପ୍ରମୋଦ ଭଗତ ଓ ପଞ୍ଚାନନ ଗନ୍ତାୟତ, ସ୍ବୟମ୍ସ ମିଶ୍ର ଓ ଅରୁଣ ଦାସ, ବୀରେନ୍ଦ୍ର ଲାକ୍ରା ଓ ଅରୂପାନନ୍ଦ ରାଉତରାୟଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ ହାତେଇଲା ଟାଇଟଲ

ଅହମଦାବାଦ, ୩୧।୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ରେ ଇତିହାସ ରଚିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)।…

ବିସ୍ଫୋରକ ଗଚ୍ଛିତ ଥିବା ଗୋଦାମରେ ଭୟଙ୍କର ବିସ୍ଫୋରଣ, ୫୦ରୁ ଅଧିକ ମୃତ

ମିଆଁମାରର ନମଖାମର ଏକ ଗୋଳାବାରୁଦ ଡିପୋରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏଥିରେ ପ୍ରାୟ ୫୦ରୁ ଉର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଅନୁମାନ କରାଯାଉଛି ।…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ମମତା ବାନାର୍ଜୀଙ୍କ ବୈଠକରେ ୮୦ରୁ ୬୦ ବିଧାୟକ ଗାୟବ, ଟିଏମସିରେ ହେବକି…..

କୋଲକାତା,୩୧ା୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ​​ଏକ ବଡ଼ ପରାଜୟ ପରେ, ତୃଣମୂଳ କଂଗ୍ରେସ (ଟିଏମସି) ଏକ ନୂତନ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri