ଫଳକରେ ନାଁ ନ ଥିବାରୁ ତେଜିଲା ଅସନ୍ତୋଷ

କେସିଙ୍ଗା,୨୧ା୧୧ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା କେନ୍ଦ୍ରୀୟ କେନ୍ଦୁପତ୍ର କାର୍ଯ୍ୟାଳୟ ନିକଟରେ ଆଦିବାସୀ କନ୍ଧ ସମାଜ ଭବନକୁ ଶୁକ୍ରବାର ଜିଲାପାଳ ପାୱାର ସଚିନ ପ୍ରକାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଏହାସହ ତିନିକୋଣିଆ ଛକଠାରୁ ଆଦର୍ଶ ବିଦ୍ୟାଳୟକୁ ସଂଯୋଗ କରୁଥିବା ୪୦୦ମିଟର ପିଚୁ ରାସ୍ତା ଓ ଶ୍ରୀଜଗନ୍ନାଥଙ୍କ ମନ୍ଦିର ନିକଟରେ ଥିବା ଋଷି ସାହା ସଂସ୍କୃତ କେନ୍ଦ୍ରକୁ ଜିଲାପାଳ ଉଦ୍‌ଘାଟନ କରିଥିଲେ।

କନ୍ଧ ସମାଜ ଭବନ ବ୍ଲକ୍‌ର ସିଏମ୍‌ଏସ୍‌ଏ ଓ ଆନ୍ୟନ ଫଣ୍ଡରୁ ୧୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ କରାଯିବ ବୋଲି ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି ଘୋଷଣା କରିଥିଲେ। ବିଡିଓ ଓ ଜେଇଙ୍କ ଦ୍ୱାରା କାମ ହେବାକୁ ଥିବାବେଳେ ଫଳକରେ ବ୍ଲକ୍‌ ଅଧ୍ୟକ୍ଷ, ବିଡିଓଙ୍କ ନାମ ଉଲ୍ଲେଖ ନାହିଁ। ସେହିପରି ଜମି ଚିହ୍ନଟ କରିଥିବା ତହସିଲଦାରଙ୍କ ନାମ ମଧ୍ୟ ଉଲ୍ଲେଖ କରାଯାଇ ନାହିଁ। ଏହାକୁ ନେଇ କେସିଙ୍ଗା ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।

ଫଳକରେ ଜିଲାପାଳ, ପ୍ରଶାସନିକ ସେବା ଅଧିକାରୀ ଅମିମେଶ ପ୍ରଧାନ, ସିଟିଜେନ୍‌ ଫୋରମର ସଭାପତି ଡ. ହେମସାଗର ଶାହା, ଆଦିବାସୀ କନ୍ଧ ସମାଜର ବ୍ଲକ୍‌ ସଭାପତି ଶେଷଦେବ ମାଝୀ, ନଗର ସଭାପତି ସଦା ମାଝୀଙ୍କ ନାମ ଉଲ୍ଲେଖ ଥିବା ଜଣାପଡ଼ିଛି। ଏହି ସଂକ୍ରାନ୍ତରେ ଅନୁଷ୍ଠାନର ସମ୍ପାଦକ ବିକ୍ରମ ମାଝୀଙ୍କୁ ପଚାରିବାରୁ ଜଣେ ବିଶିଷ୍ଟ ବ୍ୟକ୍ତି ବ୍ଲକ ପ୍ରଶାସନିକ ଅଧିକାରୀଙ୍କ ନାମ ଫଳକରେ ଦେବା ପାଇଁ ମନା କରିବାରୁ ଦିଆଗଲା ନାହିଁ ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri