ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ ନେଇ ଜନଅସନ୍ତୋଷ ତେଜିବାରେ ଲାଗିଛି। ମଦ ଦୋକାନ ସ୍ଥାପନ ପାଇଁ ସରକାରୀ ନିର୍ଦ୍ଧାରିତ ୨୦ ହଜାରରୁ କମ୍‌ ଜନସଂଖ୍ୟା ଥିବା ଅଞ୍ଚଳରେ ରାଜପଥଠାରୁ ୨୨୦ ମିଟର ଦୂରତା ଆବଶ୍ୟକ ଥିବାବେଳେ ଏଠାରେ ପ୍ରାୟ ୫ରୁ ୭ ମିଟର ଦୂରରେ ନୂତନ ଦୋକାନ ନିର୍ମାଣ ହୋଇ ମଦ ବିକ୍ରି ଚାଲିଛି। ଅବକାରୀ ନିୟମ ଅନୁସାରେ ଜାତୀୟ ରାଜପଥ, ଶିକ୍ଷାନୁଷ୍ଠାନ, ଧାର୍ମିକ ସ୍ଥାନ ଓ ଜନବସତି ନିକଟରେ ମଦ ଦୋକାନ ଖୋଲିବା ଉପରେ କଟକଣା ରହିଛି। କିନ୍ତୁ ଏହି ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେହି ରାସ୍ତା ଦେଇ ଛାତ୍ରୀଛାତ୍ର ସ୍କୁଲ କଲେଜ ଯାଉଥିବାବେଳେ କାରଖାନାକୁ କର୍ମଚାରୀମାନେ ଯିବାଆସିବା କରୁଛନ୍ତି। ମୁଖ୍ୟରାସ୍ତା ନିକଟରେ ମଦ ଦୋକାନ ରହିଲେ ସଡ଼କ ଦୁର୍ଘଟଣା ବଢ଼ିବା ସହ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାଘାତ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାକୁ ନେଇ ସ୍ଥାନୀୟ ଲୋକେ ତୁରନ୍ତ ତଦନ୍ତ ସହ ଦୋକାନ ସ୍ଥାନାନ୍ତର କରିବାକୁ ଦାବି କରିଛନ୍ତି। ଯଦି ସ୍ଥାନାନ୍ତର କରା ନ ଯାଏ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ସତର୍କ କରିଛନ୍ତି। ଏହାକୁ ନେଇ କଳାହାଣ୍ଡି ଅବକାରୀ ଅଧୀକ୍ଷକ ରଞ୍ଜନ କୁମାର ନାଏକଙ୍କୁ ପଚାରିବାରୁ ଆମ ପାଖକୁ ଅଭିଯୋଗ ଆସିଛି, ଗ୍ରାମାଞ୍ଚଳ ପାଇଁ ସେମିତି କିଛି କଟକଣା ନାହିଁ। ତଥାପି ଏହାର ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ ବୋଲି ପ୍ରକାଶ କରିଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….

ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ…

‘ରକ୍ତ ଜମାଟ ବାନ୍ଧିବା ସମସ୍ୟା’: ନାନା ପାଟେକରଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି…

ମୁମ୍ବାଇ: ବିଶିଷ୍ଟ ବଲିଉଡ ଅଭିନେତା ନାନା ପାଟେକରଙ୍କର ଅକ୍ଟୋବର ୮,୨୦୨୬ ରେ ଗୋଆରେ ଦେହାନ୍ତ ହୋଇଛି। ତାଙ୍କ ମୃତ୍ୟୁ ପରେ, ଗୋଆର ପଣାଜୀ ପୋଲିସ ଏକ ଅସ୍ବାଭାବିକ…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ମାସିକ ୧୮ ହଜାର ଦରମାରେ କୋଟିପତି ହେବାକୁ ଚାହୁଁଛନ୍ତି କି? ୨୬ ବର୍ଷୀୟ ଯୁବକଙ୍କ କମାଲକୁ ନେଇ ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୧।୧୦: ଦୃଢ଼ ଇଚ୍ଛାଶକ୍ତି, ନୂଆ କୌଶଳ ଶିଖିବାର ଆଗ୍ରହ ଏବଂ ନିୟମିତ ସଞ୍ଚୟ-ନିବେଶର ଅଭ୍ୟାସ ଜଣେ ଯୁବକଙ୍କ ଜୀବନକୁ କିପରି ବଦଳାଇପାରେ, ତାହାର ଉଦାହରଣ ହେଉଛନ୍ତି ମଧ୍ୟପ୍ରଦେଶ…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

Amitabh Bachchan Networth: କେତେ ଧନୀ ବିଗ ବି, ଗୋଟିଏ ବର୍ଷରେ ଆୟର ପରିମାଣ ଜାଣିଲେ…

ମୁମ୍ବାଇ: ବଲିଉଡର ମେଗାଷ୍ଟାର୍‌ ଅମିତାଭ ବଚ୍ଚନ ଅକ୍ଟୋବର ୧୧ ରେ ନିଜର ୮୪ତମ ଜନ୍ମଦିନ ପାଳନ କରୁଛନ୍ତି। ପାଞ୍ଚ ଦଶନ୍ଧିରୁ ଅଧିକ ସମୟ ଧରି ଚଳଚ୍ଚିତ୍ର ଜଗତରେ…

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?