ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି ଯାଇ ରାସ୍ତା ଉପରେ ପଡ଼ିଛି। ତୋରଣ ଭାଙ୍ଗି ପଡିବାରୁ ସେଠାରେ ରହିଥିବା ୨ ରିକ୍ସା ଚାଳକ ଗୁରୁତର ଆହତ ହୋଇଛନ୍ତି । ତେବେ ଏହି ଘଟଣା ପରେ ସହରରେ ଚାପା ଅସନ୍ତୋଷ ଲାଗି ରହିଛି। ବରଗଡ଼ ପୌରାଧ୍ୟକ୍ଷା କଳ୍ପନା ମାଝୀ ବରଗଡ଼ ଟାଉନ ଥାନାରେ ଏତଲା ଦେଇଛନ୍ତି। ତୋରଣ ନିର୍ମାଣ ହୋଇଥିବା ସ୍ଥାନଟି ପୌର ପରିଷଦ ଅଞ୍ଚଳରେ ରହିଛି । ମାତ୍ର ତୋରଣ ନିର୍ମାଣ ନେଇ ପୌର ପରିଷଦର ଅନୁମତି ନିଆଯାଇ ନ ଥିଲା। ତୋରଣ ନିର୍ମାଣରେ ନିମ୍ନମାନର କାମ ହୋଇଥିବା ଯୋଗୁ ତାହା ସାମାନ୍ୟ ଝଡବତାସରେ ଭାଙ୍ଗି ଯାଇଛି ଏବଂ ୨ ରିକ୍ସା ଚାଳକ ଆହତ ହୋଇଛନ୍ତି। ଏଥିରେ ପୌରାଧ୍ୟକ୍ଷା ମାଝୀ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଅରୁଣ ପାଣ୍ଡେଙ୍କୁ ଦାୟୀ କରି ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଭେଟିଲେ ରଶ୍ମିକା-ବିଜୟ; ଫଟୋ ଶେୟାର କରି ପ୍ରକାଶ କଲେ ହୃଦୟସ୍ପର୍ଶୀ ଭାବନା

ଚେନ୍ନାଇ,୧୩।୧୦: ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଅଭିନେତ୍ରୀ ରଶ୍ମିକା ମନ୍ଧାନାଙ୍କ ସହ ଅଭିନେତା ତଥା ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କୁ ଭେଟିଛନ୍ତି।…

ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ: ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ ଏଯାଏ…

ଏସ୍‌ଆଇଆର୍‌ ଜନସାଧାରଣଙ୍କ ଆସ୍ଥାକୁ ସୁଦୃଢ଼ କରିବାର ଅତ୍ୟାବଶ୍ୟକ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୦(ସୁନିତ୍‌ ମିଶ୍ର): ଗଣତନ୍ତ୍ରର ବିଶ୍ୱସନୀୟତା ମୁକ୍ତ ଓ ଅବାଧ ନିର୍ବାଚନ ସହ ପ୍ରତ୍ୟେକ ଯୋଗ୍ୟ ନାଗରିକଙ୍କ ମତଦାନ ଅଧିକାରର ସୁରକ୍ଷା ଉପରେ ନିର୍ଭରକରେ । ଏଥିପାଇଁ ସ୍ବଚ୍ଛ…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

ଏଇ ଭାରତରେ

ବ୍ରିହନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ (ବିଏମ୍‌ସି) ଦ୍ୱାରା ପ୍ରସାଦରୁ ପାଓ୍ବାର ଉତ୍ପାଦନ କରାଯାଇଛି । ଲାଲବାଗ୍‌ଚା ବାଗ୍‌ରେ ବିଭିନ୍ନ ଗଣେଶ ପୂଜା ମଣ୍ଡପରେ ବର୍ଜ୍ୟ ଭାବେ ୩୦ ଟନ…

ଓଡ଼ିଶା ନିନ୍ଦିତ ନ ହେଉ

ଅତୀତରେ କଳିଙ୍ଗ ନିଜର ସାହସ ଓ ସମୃଦ୍ଧି ପାଇଁ ସମଗ୍ର ବିଶ୍ୱରେ ପରିଚିତ ଥିଲା। ସେଥିପାଇଁ ମୌର୍ଯ୍ୟ ସମ୍ରାଟ୍‌ ସମେତ ଅନେକ ରାଜ୍ୟ କଳିଙ୍ଗ ଜୟ କରିବାର…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ରାଜନୈତିକ ଦୁର୍ବଳତାର ସଂଜ୍ଞା

୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌- ୨୦୨୬ ଗତ ଏପ୍ରିଲ ମାସରେ ଲୋକ ସଭାରେ କାଟ ଖାଇଛି। କାରଣ ଏହି ବିଲ୍‌ ପାଇଁ ଆବଶ୍ୟକ ଦୁଇ ତୃତୀୟାଂଶ ସମର୍ଥନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?