ସ୍ବାସ୍ଥ୍ୟ ଉପଯୋଗୀ ପ୍ରୋବାୟୋଟିକ ଆବିଷ୍କାର

ଭୁବନେଶ୍ୱର,୫।୫(ବ୍ୟୁରୋ): ଓଡ଼ିଶାର ଆଦିବାସୀ ସମ୍ପ୍ରଦାୟର ସ୍ବାସ୍ଥ୍ୟ ଏବଂ ପୁଷ୍ଟିକୁ ଦୃଷ୍ଟିରେ ରଖି ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଲାଇଫ୍‌ ସାଇନ୍ସେସ ଭୁବନେଶ୍ୱର (ଆଇଏଲ୍‌ଏସ୍‌) ପକ୍ଷରୁ ଏକ ନୂଆ ପ୍ରୋବାୟୋଟିକ୍‌ ଆବିଷ୍କାର କରାଯାଇଛି। ଏହା ସ୍ବାସ୍ଥ୍ୟ ପାଇଁ ହିତୋଯୋଗୀ ବୋଲି ଦାବି କରାଯାଇଛି। ପ୍ରାୟ ୩ ବର୍ଷ ପୂର୍ବେ ଏହା ଉପରେ ଗବେଷଣା ଆରମ୍ଭ ହୋଇଥିଲା। ପ୍ରତିଷ୍ଠାନର ପୂର୍ବତନ ନିର୍ଦ୍ଦେଶକ ସ୍ବର୍ଗତ ଡ. ଅଜୟ ପରିଡାଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ବାୟୋଟେକ୍ନୋଲୋଜି ବିଭାଗ ଆଦିବାସୀଙ୍କ ସ୍ବାସ୍ଥ୍ୟ ଏବଂ ପୁଷ୍ଟି ସମ୍ବନ୍ଧିତ ଏହି ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମକୁ ସମର୍ଥନ କରିଥିଲେ। ଏହି କାର୍ଯ୍ୟକ୍ରମ ଅଧୀନରେ ଆଇଏଲ୍‌ଏସ୍‌ର ଏକାଧିକ ବୈଜ୍ଞାନିକ ଏହି ପ୍ରକଳ୍ପର ବିଭିନ୍ନ ଦିଗରେ ଗବେଷଣା କରୁଛନ୍ତି, ଯାହାକି ଓଡିଶାର ଜନଜାତିର ସ୍ବାସ୍ଥ୍ୟରେ ଉନ୍ନତି ଆଣିବ। ଏହାର ଏକ ଅଧ୍ୟୟନରେ ଗବେଷକମାନେ ଆଦିବାସୀ ଲୋକଙ୍କ ସ୍ବାସ୍ଥ୍ୟ ସ୍ଥିତିରେ ଉନ୍ନତି ଆଣିବା ପାଇଁ ଉପକାରୀ ଜୀବାଣୁକୁ ଅନୁସନ୍ଧାନ କରିବାକୁ ଯୋଜନା କରିଥିଲେ, ଯାହା ଏବେ ଫଳପ୍ରଦ ହୋଇଛି। ପ୍ରୋବାୟୋଟିକ ହେଉଛି ଏକ ପ୍ରକାର ଉପକାରୀ ଅଣୁଜୀବ, ଯାହା ଜୀବନ୍ତ ଅବସ୍ଥାରେ ପର୍ଯ୍ୟାପ୍ତ ପରିମାଣରେ ସେବନ କଲେ ମଣିଷ ଓ ପଶୁମାନଙ୍କୁ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମ୍ବନ୍ଧିତ ଉପକାର ଯୋଗାଇଥାଏ। ଏହି ସହାୟକ ପ୍ରୋବାୟୋଟିକମାନେ ତରଳ ଝାଡ଼ା, ମେଦବହୁଳତା ଏବଂ ଅନେକ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାର ପ୍ରତିରୋଧ ଏବଂ ନିୟନ୍ତ୍ରଣରେ ଉପଯୋଗୀ ଭାବେ ଜଣାଶୁଣା। ଆଇଏଲ୍‌ଏସ୍‌ର ବୈଜ୍ଞାନିକ ଡ. ଶାନ୍ତିଭୂଷଣ ସେନାପତିଙ୍କ ଗବେଷଣା ଟିମ୍‌ ଏଭଳି ଏକାଧିକ ପ୍ରୋବାୟୋଟିକକୁ ଚିହ୍ନଟକରି ପୃଥକ୍‌ କରିଛନ୍ତି।
ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ଡ. ପୁଲୋକ କୁମାର ମୁଖାର୍ଜୀ ଏହି ସଫଳତା ଉପରେ ନିଜର ଖୁସି ବ୍ୟକ୍ତ କରିଛନ୍ତି। ଭବିଷ୍ୟତରେ ଏହି ପ୍ରୋବାୟୋଟିକଯୁକ୍ତ ଖାଦ୍ୟର ବିକାଶ ପାଇଁ ହେଉଥିବା ପ୍ରୟାସକୁ ଅଧିକ ଦିଗନ୍ତକାରୀ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri