Posted inଜାତୀୟ

ସମଲିଙ୍ଗୀ ବିବାହର ନିଷ୍ପତ୍ତି ବିବେକ ଅନୁଯାୟୀ ନେଇଛି: ପ୍ରଧାନ ବିଚାରପତି…

ନୂଆଦିଲ୍ଲୀ,୨୪।୧୦: ସମଲିଙ୍ଗୀ ବିବାହର ନିଷ୍ପତ୍ତି ବିବେକ ଅନୁଯାୟୀ ନେଇଛି ବୋଲି ସୁପ୍ରିମ୍‌କୋର୍ଟର ପ୍ରଧାନ ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ଼ ଜର୍ଜିଆ ଟାଉନ ୟୁନିଭରସିଟି ଆଇନ କେନ୍ଦ୍ର, ୱାଶିଂଟନ ଡିସି ଏବଂ ସୋସାଇଟି ଫର୍‌ ଡେମୋକ୍ରାଟିକ ରାଇଟ୍ସ ଦ୍ୱାରା ଆୟୋଜିତ ହୋଇଥିବା ‘ତୃତୀୟ ତୁଳନାତ୍ମକ ସାମ୍ବିଧାନିକ ଆଇନ ଆଲୋଚନା’ରେ ତାଙ୍କ ଅଭିଭାଷଣରେ ଏହା କହିଛନ୍ତି।

ସାମ୍ବିଧାନିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଦିଆଯାଇଥିବା ନିଷ୍ପତ୍ତି ବିବେକର ସ୍ବର ଏବଂ ସମଲିଙ୍ଗୀ ବିବାହ ପ୍ରସଙ୍ଗରେ ମୋର ନିଷ୍ପତ୍ତି ଊପରେ ମୁଁ କାଏମ ରହିଛି। ସମ୍ବିଧାନର ପାଞ୍ଚଜଣ ବିଚାରପତିଙ୍କ ଏକ ବେଞ୍ଚ ସମଲିଙ୍ଗୀ ବିବାହ ଉପରେ ବିଚାର କରି ଏହାକୁ ଭାରତୀୟ ସମାଜ ଆଧାରରେ ବେଆଇନ ବୋଲି ରାୟ ଦେଇଥିଲେ। ତେବେ ବେଞ୍ଚର ତିନିଜଣ ବିଚାରପତି ଏହାକୁ ବିରୋଧ କରିଥିଲେ। ସୁପ୍ରିମକୋର୍ଟ ତାଙ୍କ ନିଷ୍ପତ୍ତିରେ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ନ ଦେଇ ସଂସଦ ଉପରେ ଏହି ପ୍ରସଙ୍ଗରେ ଆଇନ ପ୍ରସ୍ତୁତ କରିବାକୁ ଛାଡି ଦେଇଛନ୍ତି।

ସମଲିଙ୍ଗୀ ବିବାହ ଉପରେ ରାୟ ଦେବାବେଳେ ସମ୍ବିଧାନ ବେଞ୍ଚର ସମସ୍ତ ବିଚାରପତି ସହମତ ହୋଇଥିଲେ ବିବାହ ସମାନତା ଆଣିବା ପାଇଁ ଆଇନ ପରିବର୍ତ୍ତନ କରିବା ବିଧାନସଭାର ଅଧିକାରରେ ହସ୍ତକ୍ଷେପ ହେବ। ତେବେ ସମାନ ନାଗରିକ ଅଧିକାର ଏବଂ ପୋଷ୍ୟ ସନ୍ତାନ ଅଧିକାରକୁ ନେଇ ବିଚାରପତିଙ୍କ ମଧ୍ୟରେ ମତଭେଦ ରହିଥିଲା। ପ୍ରଧାନ ବିଚାରପତଏବଂ ଜଷ୍ଟିସ ଏସ.କେ କୌଲ ସମଲିଙ୍ଗୀ ସମ୍ପର୍କକୁ ସ୍ବୀକୃତି ଦେବା ସପକ୍ଷରେ ଥିଲେ କିନ୍ତୁ ଅନ୍ୟ ତିନିଜଣ ବିଚାରପତି ଏହାକୁ ବିରୋଧ କରିଥିଲେ।

ରାୟରେ ସୁପ୍ରିମକୋର୍ଟ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ କହିଛନ୍ତି ବିବାହ ଏକ ମୌଳିକ ଅଧିକାର ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri