Posted inଖେଳ

ଭାରତୀୟଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ: ବଟଲର, ମୋର୍ଗାନଙ୍କ ବିରୋଧରେ ଇସିବିର ତଦନ୍ତ

ଲଣ୍ଡନ,୧୦।୬(ପି.ଟି.): ଭାରତୀୟଙ୍କ ବିରୋଧରେ ବର୍ଣ୍ଣବୈଷମ୍ୟ ଆକ୍ଷେପ କରି ଇଂଲଣ୍ଡ ସୀମିତ ଓଭର ଅଧିନାୟକ ଇଅନ ମୋର୍ଗାନ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ବଟଲର ଏବେ ହରଡ଼ଘଣାରେ ପଡିଛନ୍ତି। ବିଭିନ୍ନ ସୋସିଆଲ ମିଡିଆରେ ଭାରତୀୟମାନଙ୍କୁ ପରିହାସ କରି ଏହି ଦୁଇ କ୍ରିକେଟର ଟୁଇଟ୍‌ କରିଥିଲେ। ଏହି ଟୁଇଟ୍‌ରେ ବର୍ଣ୍ଣବୈଷମ୍ୟ ଆକ୍ଷେପ କରାଯାଇଥିବାର ଅଭିଯୋଗ ହୋଇଛି। ଏବେ ଏହି ଦୁଇ ତାରକା କ୍ରିକେଟର ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)ର ତଦନ୍ତ ପରିସରଭୁକ୍ତ ହୋଇଛନ୍ତି। ଏମାନଙ୍କ ବିରୋଧରେ ଉଚିତ ତଥା ପ୍ରାସଙ୍ଗିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଓ ପ୍ରତ୍ୟେକ ମାମଲା ବ୍ୟକ୍ତିଗତ ଅଧାରରେ ବିଚାର କରାଯିବ ବୋଲି ଇସିବି ସ୍ପଷ୍ଟ କରିଛି।
ଭାରତୀୟଙ୍କୁ ପରିହାସ କରି ବଟଲର ଓ ମୋର୍ଗାନ ‘ସାର’ ଶବ୍ଦ ବ୍ୟବହାର କରିଥିଲେ। ୨୦୧୨-୧୩ରେ ଦ୍ରୁତ ବୋଲର ଓଲି ରବିନଶନ ଆପତ୍ତିଜନକ ଟୁଇଟ୍‌ କରିଥିଲେ। ଫଳରେ ଇସିବ ତାଙ୍କୁ ସସ୍‌ପେଣ୍ଡ କରିଥିଲା। ଏହାକୁ ଭିତ୍ତିକରି ଏହି ଦୁଇ କ୍ରିକେଟର ଟୁଇଟ୍‌ କରି ଭାରତୀୟଙ୍କୁ ପରିହାସ କରିବାକୁ ପ୍ରୟାସ କରିଥିଲେ। ବଟଲର ଓ ମୋର୍ଗାନ ଉଭୟ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଖେଳିଛନ୍ତି। ମୋର୍ଗାନ କୋଲକାତା ନାଇଟ୍‌ ରାଇଡର୍ସ ଓ ବଟଲର ରାଜସ୍ଥାନ ରୟାଲ୍ସ ତରଫରୁ ଏଥର ଆଇପିଏଲ୍‌ରେ ପ୍ରତିନିଧିତ୍ୱ କରିଥିଲେ। ଇତିମଧ୍ୟରେ ୨୦୧୦ରେ ଅଭିଜ୍ଞ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ସମଲିଙ୍ଗୀକୁ ନେଇ କରିଥିବା ଏକ ଟୁଇଟ୍‌କୁ ନେଇ ମଧ୍ୟ ଚର୍ଚ୍ଚା ସୃଷ୍ଟି ହୋଇଛି। ସେତେବେଳେ ସେ ଯୁବ ଦ୍ରୁତ ବୋଲର ଷ୍ଟୁଆର୍ଟ ବ୍ରଡ୍‌ଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। କ୍ରୀଡ଼ାରେ କୌଣସି ପ୍ରକାର ବର୍ଣ୍ଣବୈଷମ୍ୟବାଦକୁ ବରଦାସ୍ତ କରାଯିବ ନାହିଁ ବୋଲି ଇସିବି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

୪ ବର୍ଷ ପୂର୍ବେ ତିଳକଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଥିଲେ ରୋହିତ, ଏବେ ହେଉଛି ସତ!

ନୂଆଦିଲ୍ଲୀ,୪।୯: ପ୍ରାୟ ଚାରି ବର୍ଷ ପୂର୍ବେ ତିଳକ ବର୍ମା ମାତ୍ର ୧୯ ବର୍ଷର ଥିଲେ। ସେତେବେଳେ ତାଙ୍କ ଖେଳ ଦେଖି ଭାରତୀୟ ଅଧିନାୟକ ରୋହିତ ଶର୍ମା ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri