୧ରେ ପରୀକ୍ଷା ପେ’ ଚର୍ଚ୍ଚା

ଢେଙ୍କାନାଳ ଅଫିସ୍‌, ୩୦।୩ – ପରୀକ୍ଷାର୍ଥୀଙ୍କ ମନରେ ଉତ୍ସାହ ଭରିବା, ଚାପ ହ୍ରାସ କରିବା ଲାଗି ଆସନ୍ତା ଏପ୍ରିଲ ପହିଲାରେ କେନ୍ଦ୍ର ସରକାରଙ୍କ ପ୍ରାୟୋଜିତ କାର୍ଯ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ର ୫ମ ସଂସ୍କରଣ ଅନୁଷ୍ଠିତ ହେବ। ନୂଆଦିଲ୍ଲୀର ତାଲକୋଟରା ଷ୍ଟାଡିୟମ୍‌ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫେରନ୍ସ ମାଧ୍ୟମରେ ଅଭିଭାଷଣ ଦେବେ। ଏଥିଲାଗି ଢେଙ୍କାନାଳ କେନ୍ଦ୍ରୀୟ ବିଦ୍ୟାଳୟରେ ବ୍ୟବସ୍ଥା କରାଯାଇଛି। ଶିକ୍ଷାନୁଷ୍ଠାନର ପ୍ରିନ୍ସିପାଲ ଅକ୍ଷୟ କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମରେ ଶିକ୍ଷକ, ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ଅଂଶଗ୍ରହଣ କରିବେ। କୋଭିଡ୍‌ ମହାମାରୀ ସମୟରେ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଚାପରୁ ମୁକ୍ତି ଦେବାକୁ ଏଭଳି ଅଭିନବ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି ଉପଲକ୍ଷେ ଡିସେମ୍ବର ୨୮ରୁ ଫେବୃୟାରୀ ୩ ମଧ୍ୟରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର ଅଂଶଗ୍ରହଣକାରୀଙ୍କୁ ପ୍ରମାଣପତ୍ର ସହିତ ସ୍ବତନ୍ତ୍ର ପରୀକ୍ଷା କିଟ୍‌ ପ୍ରଦାନ କରାଯିବ। ଏହି ଅବସରରେ ପ୍ରିନି୍ସପାଲ୍‌ ମଲ୍ଲିକ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ବାର୍ତ୍ତାପାଠ କରିଥିଲେ। ଖବରଦାତା ସମ୍ମିଳନୀରେ ଶିକ୍ଷକ ରତ୍ନାକର ପ୍ରଧାନ, ରଶ୍ମିରଞ୍ଜନ ରାଉତ, ପୁସ୍ତକାଳୟ ଅଧ୍ୟକ୍ଷ ଶୁଭେନ୍ଦୁ ମହାପାତ୍ର, ହିନ୍ଦୀ ଶକ୍ଷୟିତ୍ରୀ ଅନୁଜା ପଣ୍ଡା, ବିଜ୍ଞାନ ଶିକ୍ଷୟିତ୍ରୀ ଶୁଭଶ୍ରୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ; ଘରଭଡା ଦେଲେ ପୋଲିସକୁ ତଥ୍ୟ ଦେବେ ମାଲିକ, ବାହାର ରାଜ୍ୟର ଲୋକ ଥାନାରୁ…

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ମାସ ମଧ୍ୟରେ ୫ରୁ ଅଧିକ ଲୁଟ୍ ହୋଇଛି । ଏହି ଘଟଣାରେ କନ୍ଧମାଳ ଏସପି ବଡ଼…

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri