Posted inଜାତୀୟ

ଛତିଶଗଡ଼ ବିଧାନସଭା ନିର୍ବାଚନ ନେଇ କଂଗ୍ରେସର ରଣନୀତି ଆଲୋଚନା

ନୂଆଦିଲ୍ଲୀ, ୨୯ା୬: ଚଳିତ ବର୍ଷ ଶେଷ ଭାଗରେ ଛତିଶଗଡ଼ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ବୁଧବାର କଂଗ୍ରେସର ଶୀର୍ଷନେତାମାନଙ୍କର ବୈଠକ ବସି ରଣନୀତି ସମ୍ପର୍କରେ ଆଲୋଚନା ହୋଇଛି। ଏଆଇସିସି ମୁଖ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ଛତିଶଗଡ଼ ଦାୟିତ୍ୱରେ ଥିବା ଦଳର ପ୍ରଭାରୀ କୁମାରୀ ସେଲ୍‌ଜା, ସାଧାରଣ ସମ୍ପାଦକ (ସଂଗଠନ) କେ.ସି. ବେଣୁଗୋପାଳ ପ୍ରମୁଖ ଉପସ୍ଥିତ ଥିଲେ। ରାଜ୍ୟବାସୀଙ୍କ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ଦଳୀୟ କର୍ମୀମାନେ ଏକାଠି କାମ କରିବା ଆବଶ୍ୟକ ବୋଲି ଖାର୍ଗେ କହିଥିଲେ। ଦଳ ରଣନୀତି ଉପରେ ବିଚାର ବିମର୍ଶ ହୋଇଥିଲା। ବୈଠକରେ ରାଜ୍ୟ କଂଗ୍ରେସ ସଭାପତି ମୋହନ ମର୍କାମ ଏବଂ ମନ୍ତ୍ରୀ ଟି.ଏସ୍‌. ସିଂଦେଓ ଉପସ୍ଥିତ ଥିଲେ। ତେବେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ପରିବର୍ତ୍ତନ ସମ୍ଭାବନାକୁ ସିଂଦେଓ ଖଣ୍ଡନ କରିଛନ୍ତି। କଂଗ୍ରେସ ଗତ ୫ ବର୍ଷ ମଧ୍ୟରେ କରିଥିବା ବିକାଶମୂଳକ କାର୍ଯ୍ୟ ଆଧାରରେ ଏଥର ନିର୍ବାଚନ ଲଢ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri