ଆଲୋଚନା ହୋଇଛି, ସମସ୍ୟା ସମାଧାନ ହେବ: ବିଡିଓ

ପଟ୍ଟାଙ୍ଗି,୧୨।୧୦(ଶରତ ଧଳ): ରାଜ୍ୟରେ କିପରି ଶିକ୍ଷା ଓ ସ୍ବାସ୍ଥ୍ୟସେବାରେ ସୁଧାର ଆସିବ ଏନେଇ ରାଜ୍ୟ ସରକାର ସର୍ବଦା ଗୁରୁତ୍ୱ ଦେଉଛନ୍ତି। ତେବେ ପ୍ରଶାସନିକ କ୍ଷେତ୍ରରେ ତତ୍ପରତା ଅଭାବରୁ ଏଥିରେ ସୁଫଳ ମିଳୁନାହିଁ। ଦିନକୁ ଦିନ ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥା ଦୁର୍ବଳ ହୋଇପଡୁଛି। ଏନେଇ ଅଭିଭାବକମାନେ ଚିନ୍ତାରେ ଥିବା ବେଳେ ଛାତ୍ରୀଛାତ୍ରମାନେ ଉପଯୁକ୍ତ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ଏପରି ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାରୁ ୪ କି.ମି. ଦୂରରେ ଥିବା ଗାଙ୍ଗରାଜପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟ କ୍ଷେତ୍ରରେ। ଏହି ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୨୨୫ ଛାତ୍ରୀଛାତ୍ର ପଢୁଥିବା ବେଳେ ସେମାନଙ୍କ ମଧ୍ୟରୁ ୪୦ ଛାତ୍ର ହଷ୍ଟେଲରେ ରହି ପଢୁଛନ୍ତି । ହଷ୍ଟେଲରେ ରହୁଥିବା ଛାତ୍ରମାନେ ପ୍ରାୟତଃ ପ୍ରଥମରୁ ପଞ୍ଚମ ଶ୍ରେଣୀର। ତେବେ ସେମାନେ ରହୁଥିବା ହଷ୍ଟେଲଟି ବିପଦସଙ୍କୁଳ ଅବସ୍ଥାରେ ରହିଛି। ଦୀର୍ଘ ବର୍ଷର ଏହି ପୁରୁଣା ହଷ୍ଟେଲର କୌଣସି ମରାମତି ହେଉନାହିଁ। ହଷ୍ଟେଲରେ ପାଇଖାନା ସୁବିଧା ନ ଥିବାରୁ ଅନ୍ତେବାସୀ ଶୌଚ ପାଇଁ ବାହାରକୁ ଯାଇଥାନ୍ତି। ଏପରି ଅବ୍ୟବସ୍ଥା ସମ୍ପର୍କରେ ବିଦ୍ୟାଳୟ ପକ୍ଷରୁ ବ୍ଲକଠାରୁ ଆରମ୍ଭକରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ଅବଗତ କରାଯାଇଥିଲେ ମଧ୍ୟ କେହି ଗୁରୁତ୍ୱ ଦେଉ ନ ଥିବା ପରିଚାଳନା କମିଟି ସଦସ୍ୟ ଅଭିଯୋଗ କରିଛନ୍ତି। ତତ୍କାଳୀନ ବିଡିଓ ସୌମ୍ୟସାର୍ଥକ ମିଶ୍ର ବ୍ଲକରେ କାର୍ଯ୍ୟରତ ଥିବା ବେଳେ ଉକ୍ତ ବିଦ୍ୟାଳୟକୁ ପରିଦର୍ଶନକରି ବିଦ୍ୟାଳୟ ସମସ୍ୟା ସୁଧାରିବାକୁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇନାହିଁ। ଗ୍ରାମର ରାସ୍ତାକଡ଼ରେ ଏହି ବିଦ୍ୟାଳୟର ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ପୁରୁଣା ଶ୍ରେଣୀଗୃହରେ ପାଠ ପଢୁଛନ୍ତି । ଅଷ୍ଟମ, ନବମ ଏବଂ ଦଶମ ଶ୍ରେଣୀର ଛାତ୍ରୀଛାତ୍ର ବିଦ୍ୟାଳୟଠାରୁ ୬୦୦ ମିଟର ଦୂରରେ ଏକ ପାହାଡ଼ ଉପରେ ଥିବା ଶ୍ରେଣୀଗୃହରେ ପାଠ ପଢୁଥିବା ଦେଖିବାକୁ ମିଳୁଛି। ଏହି ଛାତ୍ରୀଛାତ୍ରଙ୍କ ଲାଗି ପାନୀୟ ଜଳ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଏ ଯାଏ କାର୍ଯ୍ୟକ୍ଷମ ହୋଇନାହିଁ। ବିଦ୍ୟାଳୟରେ ଶିକ୍ଷାଦାନ ପାଇଁ ୮ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ରହିଥିବା ବେଳେ ଦୀର୍ଘ ବର୍ଷ ହେଲା ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡିଛି। ଏନେଇ ବିଡିଓ ସୁକାନ୍ତ ପଟ୍ଟନାୟକଙ୍କୁ ପଚାରିବାରୁ ସେ କହିଲେ, ଉକ୍ତ ବିଦ୍ୟାଳୟ ସମସ୍ୟା ପ୍ରତି ଅବଗତ ଅଛି। ଏ ସମ୍ପର୍କରେ ପିଏ ଆଇଟିଡିଏଙ୍କ ସହ ଆଲୋଚନା କରିଛି। ଖୁବ୍‌ ଶୀଘ୍ର ବିଦ୍ୟାଳୟରେ ରହିଥିବା ସମସ୍ୟା ସମାଧାନ କରାଯିବ ବୋଲି ପଟ୍ଟନାୟକ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri