ଆଲୋଚନା ହୋଇଛି, ସମସ୍ୟା ସମାଧାନ ହେବ: ବିଡିଓ

ପଟ୍ଟାଙ୍ଗି,୧୨।୧୦(ଶରତ ଧଳ): ରାଜ୍ୟରେ କିପରି ଶିକ୍ଷା ଓ ସ୍ବାସ୍ଥ୍ୟସେବାରେ ସୁଧାର ଆସିବ ଏନେଇ ରାଜ୍ୟ ସରକାର ସର୍ବଦା ଗୁରୁତ୍ୱ ଦେଉଛନ୍ତି। ତେବେ ପ୍ରଶାସନିକ କ୍ଷେତ୍ରରେ ତତ୍ପରତା ଅଭାବରୁ ଏଥିରେ ସୁଫଳ ମିଳୁନାହିଁ। ଦିନକୁ ଦିନ ବିଦ୍ୟାଳୟ ଶିକ୍ଷା ବ୍ୟବସ୍ଥା ଦୁର୍ବଳ ହୋଇପଡୁଛି। ଏନେଇ ଅଭିଭାବକମାନେ ଚିନ୍ତାରେ ଥିବା ବେଳେ ଛାତ୍ରୀଛାତ୍ରମାନେ ଉପଯୁକ୍ତ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ଏପରି ଦେଖିବାକୁ ମିଳିଛି କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାରୁ ୪ କି.ମି. ଦୂରରେ ଥିବା ଗାଙ୍ଗରାଜପୁର ଉନ୍ନୀତ ଉଚ୍ଚ ବିଦ୍ୟାଳୟ କ୍ଷେତ୍ରରେ। ଏହି ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ୨୨୫ ଛାତ୍ରୀଛାତ୍ର ପଢୁଥିବା ବେଳେ ସେମାନଙ୍କ ମଧ୍ୟରୁ ୪୦ ଛାତ୍ର ହଷ୍ଟେଲରେ ରହି ପଢୁଛନ୍ତି । ହଷ୍ଟେଲରେ ରହୁଥିବା ଛାତ୍ରମାନେ ପ୍ରାୟତଃ ପ୍ରଥମରୁ ପଞ୍ଚମ ଶ୍ରେଣୀର। ତେବେ ସେମାନେ ରହୁଥିବା ହଷ୍ଟେଲଟି ବିପଦସଙ୍କୁଳ ଅବସ୍ଥାରେ ରହିଛି। ଦୀର୍ଘ ବର୍ଷର ଏହି ପୁରୁଣା ହଷ୍ଟେଲର କୌଣସି ମରାମତି ହେଉନାହିଁ। ହଷ୍ଟେଲରେ ପାଇଖାନା ସୁବିଧା ନ ଥିବାରୁ ଅନ୍ତେବାସୀ ଶୌଚ ପାଇଁ ବାହାରକୁ ଯାଇଥାନ୍ତି। ଏପରି ଅବ୍ୟବସ୍ଥା ସମ୍ପର୍କରେ ବିଦ୍ୟାଳୟ ପକ୍ଷରୁ ବ୍ଲକଠାରୁ ଆରମ୍ଭକରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ଅବଗତ କରାଯାଇଥିଲେ ମଧ୍ୟ କେହି ଗୁରୁତ୍ୱ ଦେଉ ନ ଥିବା ପରିଚାଳନା କମିଟି ସଦସ୍ୟ ଅଭିଯୋଗ କରିଛନ୍ତି। ତତ୍କାଳୀନ ବିଡିଓ ସୌମ୍ୟସାର୍ଥକ ମିଶ୍ର ବ୍ଲକରେ କାର୍ଯ୍ୟରତ ଥିବା ବେଳେ ଉକ୍ତ ବିଦ୍ୟାଳୟକୁ ପରିଦର୍ଶନକରି ବିଦ୍ୟାଳୟ ସମସ୍ୟା ସୁଧାରିବାକୁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ ହୋଇନାହିଁ। ଗ୍ରାମର ରାସ୍ତାକଡ଼ରେ ଏହି ବିଦ୍ୟାଳୟର ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ପୁରୁଣା ଶ୍ରେଣୀଗୃହରେ ପାଠ ପଢୁଛନ୍ତି । ଅଷ୍ଟମ, ନବମ ଏବଂ ଦଶମ ଶ୍ରେଣୀର ଛାତ୍ରୀଛାତ୍ର ବିଦ୍ୟାଳୟଠାରୁ ୬୦୦ ମିଟର ଦୂରରେ ଏକ ପାହାଡ଼ ଉପରେ ଥିବା ଶ୍ରେଣୀଗୃହରେ ପାଠ ପଢୁଥିବା ଦେଖିବାକୁ ମିଳୁଛି। ଏହି ଛାତ୍ରୀଛାତ୍ରଙ୍କ ଲାଗି ପାନୀୟ ଜଳ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ତାହା ଏ ଯାଏ କାର୍ଯ୍ୟକ୍ଷମ ହୋଇନାହିଁ। ବିଦ୍ୟାଳୟରେ ଶିକ୍ଷାଦାନ ପାଇଁ ୮ ଜଣ ଶିକ୍ଷୟିତ୍ରୀ ଶିକ୍ଷକ ରହିଥିବା ବେଳେ ଦୀର୍ଘ ବର୍ଷ ହେଲା ପ୍ରଧାନ ଶିକ୍ଷକ ପଦବୀ ଖାଲି ପଡିଛି। ଏନେଇ ବିଡିଓ ସୁକାନ୍ତ ପଟ୍ଟନାୟକଙ୍କୁ ପଚାରିବାରୁ ସେ କହିଲେ, ଉକ୍ତ ବିଦ୍ୟାଳୟ ସମସ୍ୟା ପ୍ରତି ଅବଗତ ଅଛି। ଏ ସମ୍ପର୍କରେ ପିଏ ଆଇଟିଡିଏଙ୍କ ସହ ଆଲୋଚନା କରିଛି। ଖୁବ୍‌ ଶୀଘ୍ର ବିଦ୍ୟାଳୟରେ ରହିଥିବା ସମସ୍ୟା ସମାଧାନ କରାଯିବ ବୋଲି ପଟ୍ଟନାୟକ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?