କଳାବାଘ ‘କାଳିଆ’କୁ ନେଇ ଚର୍ଚ୍ଚା: ଶିମିଳିପାଳ ପାଇଁ ଆଣିଲେ ଗୌରବ

ବାରିପଦା,୨୦ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ମହାବଳ ବାଘ କାଳିଆକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ପୂର୍ବତନ ପିସିସିଏଫ୍‌ ସୁଶାନ୍ତ ନନ୍ଦ ଶିମିଳିପାଳର ହିରୋ ‘କାଳିଆ’କୁ ନେଇ ରୋଚକ ତଥ୍ୟ ଉପସ୍ଥାପନ କରିଛନ୍ତି। ଶିମିଳିପାଳରେ ବାଘବଂଶ ଲୋପ ପାଇବାକୁ ବସିଥିବା ବେଳେ ଏହି ‘କାଳିଆ’ ମହାବଳ ବାଘ (ମିଲେନାଷ୍ଟିକ ଟାଇଗର) ବଂଶ ବୃଦ୍ଧି କରିବାରେ ସହାୟକ ହୋଇଥିଲା, ଯାହାକି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପାଇଁ ଗର୍ବ ଓ ଗୌରବ ଆଣିପାରିଛି। ଏବେ ବନ୍ୟଜୀବ ସୁରକ୍ଷା ଇତିହାସରେ ମହାବଳ କଳାବାଘ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଅଧିକାର କରିଛି ା ଯାହାକୁ ‘ବ୍ଲାକ୍‌ ବିଉଟି’ ବୋଲି ପୂର୍ବତନ ପିସିସିଏଫ ନନ୍ଦ ସୋସିଆଲ ମିଡିଆ (ଏକ୍ସ)ରେ ପୋଷ୍ଟ କରିଛନ୍ତି।
୨୦୧୪ରେ ଶିମିଳିପାଳରେ ବାଘସଂଖ୍ୟା ହ୍ରାସ ପାଇ ୪କୁ ଖସିଆସିଥିଲା। ସେଥିମଧ୍ୟରେ ୩ଟି ମାଈ ବାଘ ଥିବା ବେଳେ ଗୋଟିଏ ମିଲେନାଷ୍ଟିକ ଟାଇଗର ‘କାଳିଆ’ ଯୋଗୁ ମହାବଳ ବାଘସଂଖ୍ୟା ଏବେ ୩୯ରେ ପହଞ୍ଚତ୍ଛି। ଏହି ବାଘଙ୍କ ମଧ୍ୟରେ ୧୪ଟି କଳାବାଘ ରହିଛନ୍ତି। ତେବେ ବାଘବଂଶ ବୃଦ୍ଧିର ଶ୍ରେୟ ‘କାଳିଆ’କୁ ଯାଉଛି ବୋଲି ପୂର୍ବତନ ପିସିସିଏଫ ନନ୍ଦ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିବା ସହ ମହାବଳ ବାଘ କାଳିଆର ଭିଡିଓ ପୋଷ୍ଟ କରି କହିଛନ୍ତି। ଏହି ଅଣ୍ଡିରା ବାଘ ଅନେକ ଶାବକର ପିତା ହୋଇଥିବାରୁ ଶିମିଳିପାଳରେ ବାଘବଂଶ ବୃଦ୍ଧି ପାଇଛି। ଏଣୁ ‘କାଳିଆ’ ଶିମିଳିପାଳର ଗର୍ବ ଗୌରବ ବୋଲି ନନ୍ଦ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର

ଭବାନୀପାଟଣା,୨୦ା୧(ଉତ୍ତମ କୁମାର ଦାଶ):ବନ୍ଦେ ମାତରମ୍‌ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା...

ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…

ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) – ​ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ...

ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍‌ପିଙ୍କୁ…

କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର...

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା...

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ...

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର...

ବିଡିଓଙ୍କୁ ଶକ୍ତ ଚାପୁଡା ମାରିଥିଲେ ହେମନାଥ, ବାନ୍ଧିଲା ପୋଲିସ

ନୂଆପଡ଼ା,୨୦ା୧ (ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ବ୍ଲକ ବିଡିଓ ରୋହିତ ଭୋଇଙ୍କୁ ସୋମବାର ଜଣେ ଯୁବକ ମାଡ଼ ମାରିଥିବା ସଦର ଥାନାରେ ଅଭିଯୋଗ ହୋଇଛି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri