ଦାଦନ ସମସ୍ୟା ଦୂର ସହ ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଆଲୋଚନା

ଦାରିଙ୍ଗବାଡ଼ି,୯ା୯(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଦାଦନ ସମସ୍ୟା ଦୂର କରିବା ସହ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି କରି ଯୁବପିଢ଼ିଙ୍କୁ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ଦାରିଙ୍ଗବାଡ଼ି ଜାଗୃତି ସଭାଗୃହରେ ବୁଧବାର ବ୍ଲକସ୍ତରୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ଏଥିରେ ସୋସିଆଲ ଓ୍ବାର୍କର୍ସ ଆସୋସିଏଶନ ଅଫ୍‌ କନ୍ଧମାଳ (ସ୍ବାକ)ର ସଭାପତି ଆମନ ଚନ୍ଦ୍ର ନାୟକ ବୈଠକରେ ଅଧ୍ୟକ୍ଷତା କରିଥିବାବେଳେ ଜାଗୃତିର ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟ ସ୍ବାଗତ ଭାଷଣ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

ଏହି ବୈଠକରେ ସାମାଜିକ କର୍ମୀ, ସ୍ବେଚ୍ଛାସେବୀ ସଂଗଠନର ପ୍ରତିନିଧି,ବୁଦ୍ଧିଜୀବୀ, ଜନପ୍ରତିନିଧି ଯୋଗଦେଇଥିଲେ। ସ୍ବାକ୍‌ର ସମ୍ପାଦକ ହୃଷୀକେଶ ପ୍ରଧାନ ବୈଠକର ଉଦ୍ଦେଶ୍ୟ ଓ ଦାଦନ ଶ୍ରମିକଙ୍କ ସମସ୍ୟା ସମ୍ପର୍କରେ ଆଲୋକପାତ କରିଥିଲେ।ବୈଠକ ଆରମ୍ଭରେ ଦାଦନ ଖଟିବାକୁ ଯାଇ ବାହାର ରାଜ୍ୟରେ ମୃତ୍ୟୁବରଣ କରିଥିବା ୧୧ ଜଣ ଶ୍ରମିକଙ୍କ ଆତ୍ମାର ସଦ୍ଗତି କାମନା କରି ଦୁଇ ମିନିଟ୍‌ ନୀରବ ପ୍ରାର୍ଥନା କରାଯାଇଥିଲା।
ଆଲୋଚନାରେ କୁହାଯାଇଥିଲା ଯେ, କନ୍ଧମାଳର ଅନେକ ଅଞ୍ଚଳରେ ପର୍ଯ୍ୟାପ୍ତ ରୋଜଗାର ସୁଯୋଗର ଅଭାବ ଯୋଗୁ ପ୍ରତିବର୍ଷ ଶହଶହ ଶ୍ରମିକ କାମ ଅନ୍ବେଷଣରେ ରାଜ୍ୟ ବାହାରକୁ ଯାଉଛନ୍ତି। ଦଲାଲଙ୍କ ମାଧ୍ୟମରେ ପ୍ରବାସ କରୁଥିବା ଅନେକ ଶ୍ରମିକ ଠକେଇ, ନିର୍ଯାତନା, ଦୁର୍ଘଟଣା ଓ ଅନ୍ୟାନ୍ୟ ସମସ୍ୟାର ଶିକାର ହେଉଛନ୍ତି। ତେଣୁ ଦାଦନ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ ଅଞ୍ଚଳରେ ରୋଜଗାର ଓ ଜୀବିକାର ସୁଯୋଗ ସୃଷ୍ଟି ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ‘ଏକ ଜିଲା, ଏକ ସଙ୍କଳ୍ପ’ ନୀତି ଆଧାରରେ କନ୍ଧମାଳର ପ୍ରାକୃତିକ ଓ ମାନବ ସମ୍ବଳର ସଠିକ ଉପଯୋଗ କରି ଯୁବପିଢ଼ିଙ୍କ ପାଇଁ ସ୍ଥାୟୀ ରୋଜଗାର, ଆତ୍ମନିଯୁକ୍ତି ଓ କ୍ଷୁଦ୍ର ଉଦ୍ୟୋଗ ସୃଷ୍ଟି କରିବା ନେଇ ବିଭିନ୍ନ ମତ ପ୍ରକାଶ ପାଇଥିଲା।
ବୈଠକରେ ଦାରିଙ୍ଗବାଡ଼ି ଅଞ୍ଚଳର ହଳଦୀ ଚାଷ ଓ ଚାଷୀଙ୍କ ସମସ୍ୟା ନେଇ ମଧ୍ୟ ଆଲୋଚନା ହୋଇଥିଲା। ହଳଦୀକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଥିଲେ ମଧ୍ୟ ଚାଷୀମାନେ ଉତ୍ପାଦର ଉଚିତ୍‌ ମୂଲ୍ୟ ପାଉ ନ ଥିବା ନେଇ ଅଭିଯୋଗ ହୋଇଥିଲା। ହଳଦୀ ପାଇଁ ନିୟମିତ ମଣ୍ଡି ବ୍ୟବସ୍ଥା ଓ ଉଚିତ୍‌ ବଜାର ସଂଯୋଗ କରାଗଲେ ଚାଷୀମାନେ ଉତ୍ପାଦର ଉଚିତ୍‌ ମୂଲ୍ୟ ପାଇପାରିବେ ବୋଲି ମତ ପ୍ରକାଶ ପାଇଥିଲା। ସେହିପରି ଜଙ୍ଗଲଜାତ ଦ୍ରବ୍ୟ, ଅଁଳା, ପଣସ, ମାଣ୍ଡିଆ, ବିରି, ବିଭିନ୍ନ ମସଲାଜାତୀୟ ଫସଲ ଓ କୁଟୀର ଶିଳ୍ପର ପ୍ରକ୍ରିୟାକରଣ, ମୂଲ୍ୟବୃଦ୍ଧି ଏବଂ ବଜାର ସଂଯୋଗ ଉପରେ ଗୁରୁତ୍ୱ ଦିଆଯାଇଥିଲା। ସ୍ଥାନୀୟ ସମ୍ବଳକୁ ଆଧାର କରି ଛୋଟ ଓ ମଧ୍ୟମ ଉଦ୍ୟୋଗ ଗଢ଼ି ତୋଳିବା ମାଧ୍ୟମରେ ଅଧିକ ରୋଜଗାର ସୃଷ୍ଟି କରିବା ପାଇଁ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରାଯିବ ବୋଲି ବୈଠକରେ ସ୍ଥିର ହୋଇଥିଲା।
କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟସଭ୍ୟା, ପ୍ରଦାନ, ଗ୍ରାମ ବିକାଶ, ଅନ୍ତରଙ୍ଗ, ନାରୀ ମହାସଂଘର ପ୍ରତିନିଧି, ଗଣମାଧ୍ୟମ ପ୍ରତିନିଧି, ସମାଜସେବୀ, ବୁଦ୍ଧିଜୀବୀ ଓ ପୂର୍ବତନ ସରପଞ୍ଚମାନେ ଯୋଗଦେଇଥିଲେ। ସ୍ବାକ୍‌ର କୋଷାଧ୍ୟକ୍ଷ ସାମନ୍ତ ଶେଖର ନାୟକ, ସଦସ୍ୟା ମିନାକ୍ଷୀ ପ୍ରଧାନ, ବିବେକାନନ୍ଦ ପ୍ରଧାନଙ୍କ ସମେତ ଜାଗୃତି ଅନୁଷ୍ଠାନର କର୍ମକର୍ତ୍ତାମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।
ବୈଠକ ଶେଷ ରେ ସନ୍ତୋଷ ଦିଗାଲ ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକରେ ଉପସ୍ଥିତ ସମସ୍ତେ ଦାରିଙ୍ଗବାଡ଼ିର ପିଲା ଦାରିଙ୍ଗବାଡ଼ିରେ ରୋଜଗାର ପାଉ ବୋଲି ସଂକଳ୍ପ ନେଇ ସ୍ଥାନୀୟ ସମ୍ବଳର ସଦୁପଯୋଗ ମାଧ୍ୟମରେ ସ୍ବାବଲମ୍ବୀ, ବିକଶିତ ଓ ଦାଦନମୁକ୍ତ କନ୍ଧମାଳ ଗଠନ ପାଇଁ ମିଳିତ ପ୍ରୟାସ ଜାରି ରଖିବାକୁ ଶପଥ ନେଇଥିଲେ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

ଏଣିକି ATM ରୁ ଟଙ୍କା ସହ ନୂଆ ଡେବିଟ କାର୍ଡ ବି ମିଳିବ, ଜାଣନ୍ତୁ କେମିତି?

ନୂଆଦିଲ୍‌ଲୀ,୯।୯: ଯେତେବେଳେ କୌଣସି ବ୍ୟକ୍ତି ବ୍ୟାଙ୍କ ଖାତା ଖୋଲନ୍ତି, ତେବେ ତାହାର ୧ ସପ୍ତାହ ପରେ ଘରେ ଏଟିଏମ କାର୍ଡ (ଡେବିଟ କାର୍ଡ) ପହଞ୍ଚିଥାଏ। ତେବେ ନୂତନ…

KBC କୁ ବାଏ ବାଏ କରିବେ ଅମିତାଭ! କୋଟି କୋଟି ପ୍ରଶଂସକଙ୍କୁ ଝଟ୍‌କା…

ମୁମ୍ବାଇ: ହିନ୍ଦୀ ସିନେମାର ମହାନାୟକ ଅମିତାଭ ବଚ୍ଚନ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଦର୍ଶକଙ୍କ ମନୋରଞ୍ଜନ କରିଆସୁଛନ୍ତି। କେବଳ ଜଣେ ଅଭିନେତା ଭାବରେ ନୁହେଁ, ବରଂ…

ଗଣେଶ ପୂଜାକୁ ନେଇ ପୋଲିସର କଡ଼ା ଆଭିମୁଖ୍ୟ: ଡିଜେ ଶୋଭାଯାତ୍ରା ସମ୍ପୂର୍ଣ୍ଣ ନିଷେଧ

ଗଞ୍ଜାମ,୯ା୯(ବିଦ୍ୟାଧର ସାହୁ): ଚଳିତ ମାସ ୧୪ରେ ପାଳିତ ହେବ ଅଗ୍ର୍ୟ ପୂଜ୍ୟ ମହାବିନାୟକ ଗଣେଶ ପୂଜା l ଚଳିତ ବର୍ଷ ଗଣେଶ ପୂଜା ନିମନ୍ତେ କଡା ଆଭିମୁଖ୍ୟ…

କଳାହାଣ୍ଡିରେ ନୂଆ ଡିଆଇପିଆର୍‌ଓଙ୍କ ଯୋଗଦାନ

ଭବାନୀପାଟଣା,୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ନୂତନ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆର୍‌ଓ) ଭାବେ ମନୋଜ କୁମାର ବେହେରା ଯୋଗଦେଇଛନ୍ତି। ଭବାନୀପାଟଣାସ୍ଥିତ ଡିଆଇପିଆରଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ…

ଚାକିରିଆ କର୍ମଚାରୀଙ୍କ ପାଇଁ ଜରୁରୀ ଖବର, ଶୀଘ୍ର ଲିଙ୍କ୍‌ କରନ୍ତୁ ଆଧାରକାର୍ଡ ନହେଲେ…

ନୂଆଦିଲ୍ଲୀ,୯।୯: ଚାକିରିଆ କର୍ମଚାରୀ ଏବଂ ଇଏସଆଇସି (ESIC) ହିତାଧିକାରୀଙ୍କ ପାଇଁ ଏକ ଅତ୍ୟନ୍ତ ଜରୁରୀ ସୂଚନା ଆସିଛି। ଏବେ ସମସ୍ତ ଇଏସଆଇସି କାର୍ଡଧାରୀଙ୍କ ପାଇଁ ନିଜ ପରିଚୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri