ପ୍ରାଚୀନ ଐତିହାସିକ ଲେଖନୀ ସମ୍ବନ୍ଧରେ ଆଲୋଚନା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟରେ ଶୁକ୍ରବାର ‘ଐତିହାସିକ କୃଷ୍ଣଚନ୍ଦ୍ର ପାଣିଗ୍ରାହୀଙ୍କ ଲେଖନୀରେ ସ୍ବାଧୀନତା ସଂଗ୍ରାମୀ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।
ବିଭିନ୍ନ ପ୍ରାଚୀନ ଐତିହାସିକ ଲେଖନୀ ସମ୍ବନ୍ଧରେ ଆଲୋଚନା କରାଯାଇଥିଲା। ସଂଜୟ ମିଶ୍ର ଉଦ୍‌ଘାଟକ ଭାବେ ଯୋଗଦେଇ ଐତିହାସିକ ପାଣିଗ୍ରାହୀଙ୍କ ଲେଖା ସମ୍ପର୍କରେ ଆଲୋକପାତ କରିଥିଲେ। ବକ୍ତା ଭାବେ ଲେଖକ ଡ. ଜୟନ୍ତୀ ରଥ ଯୋଗଦେଇ ଐତିହାସିକ କୃଷ୍ଣଚନ୍ଦ୍ରଙ୍କ ଲେଖନୀରେ ସ୍ବାଧୀନତା ସଂଗ୍ରାମୀ ଯୋଗଦାନ ସମ୍ପର୍କିତ ଏକ ସମ୍ୟକ ସୂଚନା ପ୍ରଦାନ କରିବା ସହ ତାଙ୍କର କୀର୍ତ୍ତି ଓ କୃତି ସମ୍ବନ୍ଧରେ କହିଥିଲେ। ପଦ୍ମଶ୍ରୀ କୃଷ୍ଣଚନ୍ଦ୍ର ପାଣିଗ୍ରାହୀ ଓଡ଼ିଶା ଇତିହାସର ଅନେକ ଲୁକ୍କାୟିତ ଅଧ୍ୟାୟକୁ ଗବେଷଣା ମାଧ୍ୟମରେ କିପରି ଲୋକଲୋଚନକୁ ଆଣିପାରିଥିଲେ ସେ ସମ୍ବନ୍ଧରେ ଡ. ରଥ ବର୍ଣ୍ଣନା କରିଥିଲେ। ଏହି ଅବସରରେ କଣ୍ଠଶିଳ୍ପୀ ଅନିନ୍ଦିତା ଦାସ ସଂଗୀତ ପରିବେଷଣ କରିଥିଲେ। ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲ ଅତିଥିଙ୍କୁ ସ୍ବାଗତ କରିଥିଲେ। କାର୍ଯ୍ୟକ୍ରମକୁ ସଂଗ୍ରହାଳୟର ସଂଗ୍ରହାଧ୍ୟକ୍ଷା ଶୁଚିସ୍ମିତା ମନ୍ତ୍ରୀ ସଂଯୋଜନା କରିଥିବା ବେଳେ ଡ. ଭାରତୀ ପାଲ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସମେତ ଛାତ୍ରୀଛାତ୍ର ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜର୍ସଙ୍କୁ ବଡ଼ ଝଟ୍‌କା: ରିଚାର୍ଜ ପ୍ଲାନ ହେଲା ମହଙ୍ଗା, ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍ଲୀ,୭।୧୦: ଏୟାରଟେଲ (Airtel) ନିଜର ପୋଷ୍ଟପେଡ ଗ୍ରାହକମାନଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ କରିଛି। କମ୍ପାନୀ ୮ ଅକ୍ଟୋବର ୨୦୨୬ରୁ ତାର ସମସ୍ତ ପୋଷ୍ଟପେଡ ପ୍ଲାନ ପୋର୍ଟଫୋଲିଓର…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?