Posted inଜାତୀୟ

ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ସରକାର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ ଆନ୍ଦୋଳନରତ ଜୁନିୟର ଡାକ୍ତରମାନଙ୍କ ପ୍ରତିନିଧି ପଶ୍ଚିମବଙ୍ଗ ସରକାରଙ୍କର ୨ ଘଣ୍ଟା ଆଲୋଚନା ହୋଇଛି। ଡାକ୍ତରମାନଙ୍କ ଅନ୍ୟତମ ମୁଖ୍ୟ ଦାବି ରାଜ୍ୟର ସମସ୍ତ ସରକାରୀ ହସ୍ପଟାଲର ଭିତ୍ତିଭୂମି ବିକାଶକୁ ସରକାର ଗ୍ରହଣ କରିଥିବା ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୂର୍ବରୁ ୪ ଥର ଡାକ୍ତରମାନଙ୍କୁ ବୈଠକ ପାଇଁ ଡାକିଥିଲେ ମଧ୍ୟ ଆଲୋଚନା ହୋଇପାରି ନ ଥିଲା। ସୋମବାର ପଞ୍ଚମ ଥର ପାଇଁ ଡାକ୍ତରଙ୍କୁ ଆଲୋଚନା ପାଇଁ ଡକାଯାଇଥିଲା। ପ୍ରାୟ ୩୦ ଜଣ ଡାକ୍ତର ସନ୍ଧ୍ୟା ୬ଟା ୨୦ରେ ମମତାଙ୍କ କାଳୀଘାଟସ୍ଥିତ ବାସଭବନରେ ପହଞ୍ଚି ଥିଲେ। ଡାକ୍ତରମାନଙ୍କୁ କାର୍ଯ୍ୟବନ୍ଦ ଆନ୍ଦୋଳନ ପ୍ରତ୍ୟାହାର କରିନେବା ପାଇଁ ମମତା ନିବେଦନ କରିବା ସହ ଆଲୋଚନା ମାଧ୍ୟମରେ ପ୍ରତ୍ୟେକ ପ୍ରସଙ୍ଗର ସମାଧାନ ହୋଇପାରିବ ବୋଲି କହିଥିଲେ। ପୂର୍ବରୁ ଡାକ୍ତରମାନେ ଆଲୋଚନାର ସିଧା ପ୍ରସାରଣ ଦାବିରେ ଅଟଳ ରହିଥିବାବେଳେ ସୋମବାର ଉକ୍ତ ଦାବିରୁ ଓହରିଯାଇଥିଲେ। ତେବେ ସେମାନେ ରାଜ୍ୟ ସ୍ବାସ୍ଥ୍ୟ ସଚିବ ଏବଂ କୋଲକାତା ପୋଲିସ କମିଶନରଙ୍କ ବହିଷ୍କାର ଦାବିକୁ ଦୋହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri