ସହରବାସୀଙ୍କ ଉତ୍ତମ ଚିକିତ୍ସା ସମ୍ପର୍କରେ ଆଲୋଚନା

ଅନୁଗୋଳ ଅଫିସ, ୨୫ା୩: ଅନୁଗୋଳ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ନ୍ୟାଶନାଲ ଅର୍ବାନ ହେଲ୍‌ଥ ମିଶନ୍‌ ସମ୍ପର୍କରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ସହରୀ ଲୋକଙ୍କୁ କିଭଳି ଉତ୍ତମମାନର ସ୍ବାସ୍ଥ୍ୟସେବା ପ୍ରଦାନ କରାଯିବ ସେ ନେଇ ଏହି କର୍ମଶାଳାରେ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମରେ ଅନୁଗୋଳ ନଗରପାଳ ଅକ୍ଷୟ କୁମାର ସାମନ୍ତଙ୍କ ସହ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ତ୍ରିଲୋଚନ ପ୍ରଧାନ, ଅନୁଗୋଳ ପୌର ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକଙ୍କ ସହ କେତେଜଣ କାଉନ୍‌ସିଲର ଉପସ୍ଥିତ ଥିଲେ।
ସହରାଞ୍ଚଳର ପ୍ରତ୍ୟେକ ୱାର୍ଡରେ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ। ଏ ନେଇ ଆଶାକର୍ମୀଙ୍କ ସହ ସ୍ବାସ୍ଥ୍ୟ କର୍ମୀମାନେ ଲୋକଙ୍କୁ ସଚେତନ କରିବେ। ସେହିଭଳି ସରକାରଙ୍କ ସ୍ବାସ୍ଥ୍ୟ ଯୋଜନା ସମ୍ପର୍କରେ ମଧ୍ୟ ଲୋକଙ୍କୁ ଅବଗତ କରିବେ। ପ୍ରତ୍ୟେକ ୱାର୍ଡରେ କଲ୍ୟାଣ ସମିତି ଓ ମହିଳା ଆରୋଗ୍ୟ ସମିତି ଗଢ଼ାହେବ। ଲୋକଙ୍କୁ ବିଭିନ୍ନ ସ୍ବାସ୍ଥ୍ୟ କର୍ମଶାଳା କରାଯାଇ ସଚେତନ କରାଯିବ। ଅନ୍ୟପକ୍ଷରେ ମିଶ୍ରପଡ଼ାରେ ଚାଲିଥିବା ସହରାଞ୍ଚଳର ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରର ସ୍ଥାୟୀ ଗୃହ ହୁଲୁରିସିଂହାଠାରେ ନିର୍ମାଣ ଚାଲିଛି। ଏହାକୁ ତୁରନ୍ତ କାର୍ଯ୍ୟକାରୀ କରାଯିବ ବୋଲି ଆଲୋଚନା ହୋଇଥିଲା। ଏଥିସହ ଅନ୍ୟ ଏକ ସ୍ବାସ୍ଥ୍ୟକେନ୍ଦ୍ର ପାଇଁ ସହରରେ ଜାଗା ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ମେଡିକାଲ ନିର୍ମାଣ ହେବା ପରେ ଲୋକଙ୍କୁ ସୁବିଧା ପ୍ରଦାନ କରାଯିବ। ଆସନ୍ତା ବର୍ଷକୁ ଏହି ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣ କରାଯିବ ବୋଲି ଆଲୋଚନା ହୋଇଛି। ଅନୁଗୋଳ ସହରରେ ଏବେ ଶହେରେ ୭୦ ଜଣଙ୍କ ନିକଟରେ ମେଦବହୁଳତା ଓ ଉଚ୍ଚ ରକ୍ତଚାପ ରୋଗ ଦେଖିବାକୁ ମିଳୁଛି। ତେଣୁ ଏହାର ମୂଳୋତ୍ପାଟନ କରିବାକୁ ଲକ୍ଷ୍ୟ ରଖାଯାଇଛି। ତେଣୁ ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ମେଦବହୁଳତା ଓ ରକ୍ତଚାପ ପରୀକ୍ଷା କରାଯିବାକୁ ସୁବିଧା ପ୍ରଦାନ କରାଯିବ। ଏଥିସହ ପ୍ରତ୍ୟକ ୱାର୍ଡର କାଉନସିଲରମାନଙ୍କୁ ଲୋକଙ୍କୁ ସ୍ବାସ୍ଥ୍ୟ ସମ୍ପର୍କରେ ସଚେତନ କରିବାକୁ ଗୁରୁଦାୟିତ୍ୱ ମଧ୍ୟ ପ୍ରଦାନ କରାଯାଇଛି। ଏହି ବୈଠକରେ ବିଭିନ୍ନ ଯୋଜନା ଓ କାର୍ଯ୍ୟକାରିତା ସହ ଲୋକଙ୍କୁ କିଭଳି ସୁବିଧା ପ୍ରଦାନ କରାଯିବ ସେ ନେଇ ଅବଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନୁ ଝଟକା ଦେଲା ଭାରତର ‘ବନ୍ଧୁ’, ଭାରତକୁ ହେବ ଲାଭ!

ନୂଆଦିଲ୍ଲୀ/କାବୁଲ,୧୦।୨: ପାକିସ୍ତାନ ଆଉ ଏକ ବଡ଼ ଆର୍ଥିକ ଏବଂ କୂଟନୈତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପଡ଼ୋଶୀ ଆଫଗାନିସ୍ତାନରେ କ୍ଷମତାସୀନ ତାଲିବାନ ପାକିସ୍ତାନରୁ ଔଷଧ ଆମଦାନୀକୁ ସମ୍ପୂର୍ଣ୍ଣ ନିଷିଦ୍ଧ…

ଦାରିଙ୍ଗବାଡି ଇକୋ ରିଟ୍ରିଟରେ ରାତ୍ରିଯାପନ କଲେ ଉପମୁଖ୍ୟମନ୍ତ୍ରୀ: ପ୍ରଶଂସାରେ ପୋତିଲେ

ଦାରିଙ୍ଗବାଡି,୧୦।୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ସୋମବାର ବିଳମ୍ବିତ ରାତ୍ରିରେ ଦାରିଙ୍ଗବାଡି ଇକୋ ରିଟ୍ରିଟ…

୧୨ ଘାଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

ବାଂଲାଦେଶକୁ ନେଇ ICC ନେଲା ବଡ଼ ନିଷ୍ପତ୍ତି: କ୍ରିକେଟ୍‌ ଜଗତରେ ଖେଳିଗଲା…

ନୂଆଦିଲ୍ଲୀ,୧୦।୨: ଭାରତରେ T20 ବିଶ୍ୱକପ ମ୍ୟାଚ ଖେଳିବାକୁ ମନା କରିବା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ ଉପରେ କୌଣସି ଦଣ୍ଡ ଲାଗୁ କରାଯିବ ନାହିଁ। ICC ଘୋଷଣା…

ହାତୀ ପାଇଁ ବିକଳ୍ପ ଚାଷ କରାଯାଉ: ଘୋଡା ନାଚ ମାଧ୍ୟମରେ ହାତୀ ସୁରକ୍ଷା ସଚେତନତା

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ, ଟାଟା ପାୱାର ଏବଂ ସ୍ନେହା ସ୍ବେଚ୍ଛାସେବୀ ଅନୁଷ୍ଠାନର ମିଳିତ ସହଯୋଗରେ ଚାଲିଥିବା ହାତୀ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ…

କାହାକୁ ଡରୁଥିଲା ପାକିସ୍ତାନ, କେମିତି ନଇଁଲା ଆଉ କିଏ ବୁଝାଇଲା? ଜାଣନ୍ତୁ ଭାରତ-ପାକିସ୍ତାନ ମ୍ୟାଚର ଇନସାଇଡ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୨: ପାକିସ୍ତାନ ସରକାର ମ୍ୟାଚ ବର୍ଜନ କରିବାର ନିଷ୍ପତ୍ତି ପ୍ରତ୍ୟାହାର କରିନେଇଛି। ପାକିସ୍ତାନର ଏହି ନିଷ୍ପତ୍ତି ଟୁର୍ଣ୍ଣାମେଣ୍ଟରେ ଚାଲିଥିବା ଅଚଳାବସ୍ଥାର ଅନ୍ତ ଘଟାଇଛି। ୨୦୨୬ ଟି-୨୦ ବିଶ୍ୱକପର…

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri