୧୧ଶହରୁ ଊର୍ଦ୍ଧ୍ୱ ଭୋଟର ଥିବା ବୁଥ୍‌ ବିଭାଜନ ନେଇ ଆଲୋଚନା

ନୂଆପଡ଼ା,୮ା୮ (ମକାରୁ ବେମାଲ): ଭାରତର ନିର୍ବାଚନ ଆୟୋଗ ଓ ଓଡ଼ିଶା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ନୂଆପଡ଼ା ଜିଲାପାଳ ତଥା ନିର୍ବାଚନ ଅଧିକାରୀ ଏବଂ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ଜିଲାପାଳ ମଧୁସୂଦନ ଦାଶ ଅଧ୍ୟକ୍ଷତା କରିଥିଲେ। ଅତିରିକ୍ତ ଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ସୁବାସ ଚନ୍ଦ୍ର ରଏତ, ଖଡିଆଳ ବିଧାନସଭା ନିର୍ବାଚନ ମଣ୍ଡଳୀ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଉପଜିଲାପାଳ ସିର୍ମି ସୁରେନ ପ୍ରମୁଖ ଉପସ୍ଥିତ ଥିଲେ। ରାଜନୈତିକ ଦଳର ପ୍ରତିନିଧିଙ୍କ ମଧ୍ୟରୁ କଂଗ୍ରେସ ଦଳରୁ ଅଭୟ ଶଙ୍କର ଜୋଷୀ, ଭାଜପାରୁ ଶିବପ୍ରସାଦ ରଥ, ବିଜେଡିରୁ ରମାକାନ୍ତ ଠାକୁର, ଆପ୍‌ ଦଳରୁ ଲକ୍ଷ୍ମୀ ତାଣ୍ଡି, ବହୁଜନ ସମାଜ ପାର୍ଟିରୁ ଶୁକଦେବ ଦଣ୍ଡସେନା ପ୍ରମୁଖ ଯୋଗଦେଇଥିଲେ। ଜିଲାର ଯେଉଁ ମତଦାନ କେନ୍ଦ୍ରରେ ଭୋଟର ସଂଖା ୧୧ ଶହରୁ ଊର୍ଦ୍ଧ୍ୱ ଅଛନ୍ତି ତାହାକୁ ବିଭାଜନ କରାଯାଇ ସହାୟକ ନିର୍ବାଚନ ଅଧିକାରୀ ତଥା ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦିଆଯାଇଥିବା ପ୍ରସ୍ତାବ ଅନୁଯାୟୀ ମତଦାନ କେନ୍ଦ୍ରର ଯୁକ୍ତିଯୁକ୍ତକରଣ, ନୂତନ ନାମ ସହ ମତଦାନ କେନ୍ଦ୍ରର ସ୍ଥାନ ପରିବର୍ତ୍ତନ ଉପରେ ଆଲୋଚନା କରାଯାଇଥିଲା। ନୂଆପଡ଼ା ଓ ଖଡ଼ିଆଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୩୦୨ ଲେଖାଏ ବୁଥ୍‌ ରହିଛି ା ସେହି ନିର୍ବାଚନ ମଣ୍ଡଳୀରେ ୧୧ ଶହରୁ ଊର୍ଦ୍ଧ୍ୱ ଭୋଟର ଥିବା ବୁଥ୍‌ଗୁଡ଼ିକୁ ବିଭାଜନ କରିବା ପାଇଁ ପ୍ରସ୍ତାବ ଅଣାଯାଇଥିଲା। ଆବଶ୍ୟକତା ଦୃଷ୍ଟିରୁ ନୂଆପଡ଼ା ବ୍ଲକ୍‌ରେ ୨୬, କୋମନାରେ ୩୦, ଖଡ଼ିଆଳରେ ୨୫, ବୋଡେନରେ ୧୧ ଓ ସିନାପାଲି ବ୍ଲକ୍‌ରେ ୨୧ ବୁଥ୍‌ ବଢ଼ାଇବା ପାଇଁ ସର୍ବଦଳୀୟ ବୈଠକର ନିଷ୍ପତ୍ତିକ୍ରମେ ପ୍ରସ୍ତାବ ଆଗତ ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri