Posted inଜାତୀୟ

ମିଶନ ୨୦୨୪କୁ ନେଇ ଚର୍ଚ୍ଚା

ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍‌ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍‌ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍‌ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ କିଶୋର ମଧ୍ୟାହ୍ନଭୋଜନ କରିବା ଘଟଣାରୁ ଏହା ତାଙ୍କର ମିଶନ ୨୦୨୪ ବା ପରବର୍ତ୍ତୀ ଜାତୀୟ ନିର୍ବାଚନ ପାଇଁ ପ୍ରସ୍ତୁତି ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।
ତେବେ ପଶ୍ଚିମବଙ୍ଗ ଏବଂ ତାମିଲନାଡୁ ନିର୍ବାଚନ ବିଜୟ ପରେ ଏହା ଧନ୍ୟବାଦ ପ୍ରଦାନ ଲାଗି ଗସ୍ତ ବୋଲି ପ୍ରଶାନ୍ତଙ୍କ ଘନିଷ୍ଠ ସୂତ୍ରରୁ କୁହାଯାଇଛି। ଅନ୍ୟପକ୍ଷରେ ୨୦୨୪ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧୀ ମିଳିତ ଭାବେ ଚ୍ୟାଲେଞ୍ଜ କରିବା ପାଇଁ ଆଲୋଚନା ଆରମ୍ଭ ହୋଇଥିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳ ଆସିବା ପରେ ନିର୍ବାଚନ ରଣନୀତିକାର ପଦ ଛାଡ଼ିଦେବେ ବୋଲି ପ୍ରଶାନ୍ତ ଘୋଷଣା କରିଥିଲେ। ଦୀର୍ଘଦିନ ହେଲା ସେ ଯେଉଁ କାର୍ଯ୍ୟ କରିଆସୁଥିଲେ, ତାହା ଆଉ କରିବାକୁ ଚାହୁଁନାହାନ୍ତି। ଜୀବନରେ ଅନ୍ୟ କିଛି କରିବା ପାଇଁ ଏବେ ସମୟ ଆସିଛି। ଆଗକୁ କ’ଣ କରିବାକୁ ହେବ ସେ ଚିନ୍ତା କରିବେ ବୋଲି କହିଥିଲେ। ତେବେ ସେ ରାଜନୀତିରେ ବଡ଼ ଭୂମିକା ନେଇପାରନ୍ତି ବୋଲି ଅନେକେ ବିଶ୍ୱାସ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୫ରେ ପାକିସ୍ତାନରେ ହେବ ବଡ଼ ପ୍ରତିବାଦ ରାଲି, କାହିଁକି ଜାଣନ୍ତୁ…

ଲାହୋର,୧୬।୭: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଦଳ ଅଗଷ୍ଟ ୫ତାରିଖରେ ସାରା ଦେଶରେ ପ୍ରତିବାଦ କରିବାକୁ ଡାକରା ଦେଇଛି। ସେହି ଦିନ ସେମାନଙ୍କ…

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ତିନି ରଥରେ ଦର୍ଶନ ଦେଲେ ଶ୍ରୀଜୀଉ

କର୍ଲାମୁଣ୍ଡା,୧୬ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ଗୁରୁବାର ରଥଯାତ୍ରା ଶାନ୍ତିପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। କର୍ଲାମୁଣ୍ଡା ବସ୍ତିଠାରେ ଭକ୍ତଙ୍କ ସମାଗମରେ ମହାପ୍ରଭୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri