Posted inଜାତୀୟ

ମିଶନ ୨୦୨୪କୁ ନେଇ ଚର୍ଚ୍ଚା

ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍‌ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍‌ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍‌ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ କିଶୋର ମଧ୍ୟାହ୍ନଭୋଜନ କରିବା ଘଟଣାରୁ ଏହା ତାଙ୍କର ମିଶନ ୨୦୨୪ ବା ପରବର୍ତ୍ତୀ ଜାତୀୟ ନିର୍ବାଚନ ପାଇଁ ପ୍ରସ୍ତୁତି ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।
ତେବେ ପଶ୍ଚିମବଙ୍ଗ ଏବଂ ତାମିଲନାଡୁ ନିର୍ବାଚନ ବିଜୟ ପରେ ଏହା ଧନ୍ୟବାଦ ପ୍ରଦାନ ଲାଗି ଗସ୍ତ ବୋଲି ପ୍ରଶାନ୍ତଙ୍କ ଘନିଷ୍ଠ ସୂତ୍ରରୁ କୁହାଯାଇଛି। ଅନ୍ୟପକ୍ଷରେ ୨୦୨୪ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧୀ ମିଳିତ ଭାବେ ଚ୍ୟାଲେଞ୍ଜ କରିବା ପାଇଁ ଆଲୋଚନା ଆରମ୍ଭ ହୋଇଥିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳ ଆସିବା ପରେ ନିର୍ବାଚନ ରଣନୀତିକାର ପଦ ଛାଡ଼ିଦେବେ ବୋଲି ପ୍ରଶାନ୍ତ ଘୋଷଣା କରିଥିଲେ। ଦୀର୍ଘଦିନ ହେଲା ସେ ଯେଉଁ କାର୍ଯ୍ୟ କରିଆସୁଥିଲେ, ତାହା ଆଉ କରିବାକୁ ଚାହୁଁନାହାନ୍ତି। ଜୀବନରେ ଅନ୍ୟ କିଛି କରିବା ପାଇଁ ଏବେ ସମୟ ଆସିଛି। ଆଗକୁ କ’ଣ କରିବାକୁ ହେବ ସେ ଚିନ୍ତା କରିବେ ବୋଲି କହିଥିଲେ। ତେବେ ସେ ରାଜନୀତିରେ ବଡ଼ ଭୂମିକା ନେଇପାରନ୍ତି ବୋଲି ଅନେକେ ବିଶ୍ୱାସ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?