ଭୀଷ୍ମଗିରି କଲେଜରେ ଶକ୍ତିଶ୍ରୀ ଯୋଜନା ସମ୍ପର୍କିତ ଆଲୋଚନା: ଛାତ୍ରୀଛାତ୍ରମାନଙ୍କୁ ଦିଆଗଲା…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଗୁରୁବାର ନବସୃଜନ ,ଷ୍ଟାର୍ଟଅପ କାର୍ଯ୍ୟକ୍ରମ ଓ “ଶକ୍ତିଶ୍ରୀ” ଯୋଜନା ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଶକ୍ତିଶ୍ରୀ କାର୍ଯ୍ୟକ୍ରମର ସଂଯୋଜିକା ଅଧ୍ୟାପିକା ସସ୍ମିତା ପ୍ରଧାନ, ସହସଂଯୋଜିକା ଅଧ୍ୟାପିକା ଇତିପ୍ରଭା, ସଂଯୋଜକ ରଞ୍ଜନ ଗୌଡ ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ଏନେଇ ସଚେତନ କରାଇଥିଲେ। ପ୍ରଥମ ପର୍ଯ୍ୟାୟରେ ଶକ୍ତିଶ୍ରୀ କାର୍ଯ୍ୟକ୍ରମ ଆଧାରରେ ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ସମ୍ପର୍କରେ ସୂଚନା ଦେବାସହ ସବୁକ୍ଷେତ୍ରରେ ଛାତ୍ରୀ ତଥା କର୍ମଜୀବୀ ମହିଳାମାନେ କେମିତି ନିଜକୁ ସୁରକ୍ଷିତ ରଖିପାରିବେ ସେ ସମ୍ପର୍କରେ ସଚେତନ କରାଯାଇଥିଲା । ପରବର୍ତ୍ତୀ ପର୍ଯ୍ୟାୟରେ “ନବସୃଜନ ଓ ଷ୍ଟାର୍ଟଅପ” ଯୋଜନା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଛାତ୍ରୀଛାତ୍ରମାନେ କିଭଳି ସରକାରଙ୍କ ଆତ୍ମନିର୍ଭରଶୀଳ ଯୋଜନା ମାଧ୍ୟମରେ ନିଜକୁ ସ୍ବାବଲମ୍ବୀ କରିପାରିବେ ସେ ନେଇ ମଧ୍ୟ ସୂଚନା ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ଭାରତ ସ୍କାଉଟ ଓ ଗାଇଡର ପ୍ରଶିକ୍ଷକ ଅଧ୍ୟାପକ ପ୍ରଶାନ୍ତ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ଆଧାରକାର୍ଡ କରିଦେବେ କହି ଦିବ୍ୟାଙ୍ଗଙ୍କ ନାଁରେ ଲୋନ କରି କିଣିନେଲେ ଗାଡ଼ି, ସରକାରୀ ସାହାଯ୍ୟ ଦେବା ଆଶାରେ…

ଧର୍ମଶାଳା,୩୦।୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚାନ୍ଦପୁର ଗ୍ରାମର ଅନଗ୍ରସର ବ୍ୟକ୍ତି ଦୁର୍ଯ୍ୟୋଧନ ମଳିକ ଠକାମିର ଶିକାର ହୋଇଥିବା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri