ଭୀଷ୍ମଗିରି କଲେଜରେ ଶକ୍ତିଶ୍ରୀ ଯୋଜନା ସମ୍ପର୍କିତ ଆଲୋଚନା: ଛାତ୍ରୀଛାତ୍ରମାନଙ୍କୁ ଦିଆଗଲା…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଗୁରୁବାର ନବସୃଜନ ,ଷ୍ଟାର୍ଟଅପ କାର୍ଯ୍ୟକ୍ରମ ଓ “ଶକ୍ତିଶ୍ରୀ” ଯୋଜନା ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଶକ୍ତିଶ୍ରୀ କାର୍ଯ୍ୟକ୍ରମର ସଂଯୋଜିକା ଅଧ୍ୟାପିକା ସସ୍ମିତା ପ୍ରଧାନ, ସହସଂଯୋଜିକା ଅଧ୍ୟାପିକା ଇତିପ୍ରଭା, ସଂଯୋଜକ ରଞ୍ଜନ ଗୌଡ ଉପସ୍ଥିତ ଛାତ୍ରୀଛାତ୍ରମାନଙ୍କୁ ଏନେଇ ସଚେତନ କରାଇଥିଲେ। ପ୍ରଥମ ପର୍ଯ୍ୟାୟରେ ଶକ୍ତିଶ୍ରୀ କାର୍ଯ୍ୟକ୍ରମ ଆଧାରରେ ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ସମ୍ପର୍କରେ ସୂଚନା ଦେବାସହ ସବୁକ୍ଷେତ୍ରରେ ଛାତ୍ରୀ ତଥା କର୍ମଜୀବୀ ମହିଳାମାନେ କେମିତି ନିଜକୁ ସୁରକ୍ଷିତ ରଖିପାରିବେ ସେ ସମ୍ପର୍କରେ ସଚେତନ କରାଯାଇଥିଲା । ପରବର୍ତ୍ତୀ ପର୍ଯ୍ୟାୟରେ “ନବସୃଜନ ଓ ଷ୍ଟାର୍ଟଅପ” ଯୋଜନା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଛାତ୍ରୀଛାତ୍ରମାନେ କିଭଳି ସରକାରଙ୍କ ଆତ୍ମନିର୍ଭରଶୀଳ ଯୋଜନା ମାଧ୍ୟମରେ ନିଜକୁ ସ୍ବାବଲମ୍ବୀ କରିପାରିବେ ସେ ନେଇ ମଧ୍ୟ ସୂଚନା ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ଭାରତ ସ୍କାଉଟ ଓ ଗାଇଡର ପ୍ରଶିକ୍ଷକ ଅଧ୍ୟାପକ ପ୍ରଶାନ୍ତ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?