ଓଡ଼ିଆ ଶିଶୁ ସାହିତ୍ୟର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋଚନା

ଭୁବନେଶ୍ୱର,୯ା୯: ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ବଉଳଫୁଲ ଶିଶୁ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ଶିଶୁ ସାହିତି୍ୟକ ତଥା ‘ଗାଁ ଭୂଇଁ’ ପତ୍ରିକାର ସମ୍ପାଦକ ସ୍ବର୍ଗତ ବୀରକିଶୋର ପାଢ଼ୀଙ୍କ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି।

ଓଡ଼ିଶା ସାହିତ୍ୟ ଏକାଡେମୀର ସହ ସଚିବ ସଞ୍ଜୟ କୁମାର ଛୁଆଳସିଂହ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ସମ୍ମାନାର୍ଥେ ତାଙ୍କୁ ’ବ୍ୟାସଭାରତୀ’ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା।

କେନ୍ଦ୍ର ବାଲ୍‌ ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତି୍ୟକ ଡ. ରାଜକିଶୋର ପାଢ଼ୀ ସଭାପତିତ୍ୱ କରି ଓଡ଼ିଆ ଶିଶୁ ସାହିତ୍ୟର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋକପାତ କରିଥିଲେ।

ମୁଖ୍ୟ ଅତିଥି ଡ. କୃତ୍ତିବାସ ନାୟକ, ସମ୍ମାନିତ ଅତିଥି ବିମଳା ସିଂହ, ମୁଖ୍ୟବକ୍ତା ଡ. ଚକ୍ରଧର ଦାଶ ପ୍ରମୁଖ ଯୋଗଦେଇ ସ୍ବର୍ଗତ ପାଢ଼ୀଙ୍କ ସାହିତ୍ୟ କୃତି, ଗ୍ରାମୀଣ ସଂସ୍କୃତି ଓ ଶିକ୍ଷାଜଗତକୁ ତାଙ୍କର ଯୋଗଦାନ ବିଷୟରେ ଆଲୋଚନା କରିଥିଲେ।

କବୟିତ୍ରୀ ବ୍ରଜେଶ୍ୱରୀ ସିଂହଙ୍କ ସମ୍ପାଦକୀୟ ବିବରଣୀ ପାଠ ସହ ତାଙ୍କ ରଚିତ ଶିଶୁ କବିତା ପୁସ୍ତକ ‘କୋଇଲି ଗାଉଛି ଗୀତ’ ଉନ୍ମୋଚିତ ହୋଇଥିଲା। ସାହିତି୍ୟକ ଚନ୍ଦ୍ରକାନ୍ତ ପଣ୍ଡା ମଞ୍ଚ ପରିଚାଳନା କରିଥିଲେ।

ପ୍ରଥମ ଅଧିବେଶନରେ ମନୋଜ କୁମାର ଜେନାଙ୍କ ସଭାପତିତ୍ୱ, ଡ. ପ୍ରଶାନ୍ତ ସ୍ବାଇଁ ଓ ବସନ୍ତ ମାଝୀଙ୍କ ଆତିଥ୍ୟ ଏବଂ ପ୍ରଦ୍ୟୁମ୍ନ ପଟ୍ଟନାୟକଙ୍କ ସଂଯୋଜନାରେ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ଗାୟତ୍ରୀ ଦାଶ, ଡ.ପ୍ରବୀଣା ପରିଡା, ଉମାକାନ୍ତ ପୃଷ୍ଟି, ଜୟଶ୍ରୀ ପଟ୍ଟନାୟକ, ଅସୀମ ପାଢ଼ୀ, ଶକୁନ୍ତଳା ଦାଶ, ବିନୋଦ ବିହାରୀ ମହାରଣା ମହାରଣାଙ୍କ ସମେତ ୬୦ରୁ ଊର୍ଦ୍ଧ୍ୱ କବି/କବୟିତ୍ରୀ ଶିଶୁ କବିତା ପାଠ କରିଥିଲେ। ଶେଷରେ ଗାୟତ୍ରୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…

ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି।…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri