କନ୍ୟାସନ୍ତାନଙ୍କ ସୁରକ୍ଷା ନେଇ ଆଲୋଚନା

ଅନୁଗୋଳ ଅଫିସ,୨୫ ।୧କନ୍ୟା ସନ୍ତାନର ଗୁରୁତ୍ୱକୁ ଉପଲବ୍ଧି କରିବା ଓ ସେମାନଙ୍କ ସଂଖ୍ୟା ପୁଅମାନଙ୍କ ତୁଳନାରେ କିପରି ଅଧିକ ହେବ, ଏହାକୁ ଦୃଷ୍ଟିରେ ରଖି ଜାତୀୟ ଶିଶୁ କନ୍ୟା ଦିବସ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ସୋମବାର ପାଳିତ ହୋଇଯାଇଛି। କନ୍ୟା ଭ୍ରୂଣ ହତ୍ୟା ଭଳି ଘୃଣ୍ୟ କାର୍ଯ୍ୟକୁ ସମାଜରୁ ବିଲୋପ କରିବା ନିମନ୍ତେ ଉଦ୍ଦିଷ୍ଟ ଆଇନକୁ କଡାକଡି ଭାବେ କାର୍ଯ୍ୟକାରୀ କରିବା ହେଉଛି ଏହି ଦିବସର ମୂଳଲକ୍ଷ୍ୟ। ଏହି ଅବସରରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନଙ୍କ ସଭାପତିତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ କନ୍ୟା ସନ୍ତାନଙ୍କ ସୁରକ୍ଷା ଓ ସେମାନଙ୍କ ଲାଳନ ପାଳନ ସମ୍ପର୍କରେ ଆଲୋଚନା ହୋଇଥିଲା। ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଜାତୀୟ କନ୍ୟା ସନ୍ତାନ ଦିବସ ପାଳନ କରିବାର ଉଦ୍ଦେଶ୍ୟ ଏବଂ ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିବା ସହ ବିଭିନ୍ନ ସମସ୍ୟା ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲା ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ ଡା.ପୂର୍ଣ୍ଣିମା ଉଦ୍‌ଗାତା ସମାଜରେ ଦେଖା ଦେଉଥିବା ଲିଙ୍ଗଗତ ସମସ୍ୟା ଉପରେ ଆଲୋଚନା କରିଥିଲେ। ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡା. ଧନଞ୍ଜୟ ବେହେରା ସମାଜ ଗଠନ ଦିଗରେ ମହିଳାମାନଙ୍କ ଗୁରୁ ଦାୟିତ୍ୱ ରହିଛି ବୋଲି କହିଥିଲେ। ଜିଲା ଅତିରିକ୍ତ ଜନ ସ୍ବାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡା. ଦିଲୀପ ପଟ୍ଟନାୟକ ଶିଶୁ କନ୍ୟାମାନଙ୍କ ସୁରକ୍ଷା, ଯତ୍ନ ଓ ସେମାନଙ୍କ ଅଧିକାର ଉପରେ ଆଲୋକପାତ କରିଥିଲେ। ସହକାରୀ ଜନସ୍ବାସ୍ଥ୍ୟ ସଞ୍ଚାର ଅଧିକାରୀ ଭରତ କୁମାର ସାହୁ ଓ ପିସିପିଏନ୍‌ଟିଡି ପିଏ ପର୍ଶୁରାମ ପଣ୍ଡା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri