Posted inରାଜ୍ୟ

ପ୍ରଧାନମନ୍ତ୍ରୀଙ୍କ ୨ ପ୍ରମୁଖ ସଚିବଙ୍କ ଗସ୍ତକୁ ନେଇ ଚର୍ଚ୍ଚା, ଆସିଛନ୍ତି ଶକ୍ତିକାନ୍ତ, ଆଜି ଆସିବେ ପି.କେ. ମିଶ୍ର

ଭୁବନେଶ୍ୱର,୧୮ା୪(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଗୁରୁବାର ୪ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସିଥିବା ଜଣାପଡ଼ିଛି। ମିଳିଥିବା ସୂଚନା ମୁତାବକ ସେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ହେଲେ ସରକାରୀଭାବେ ଏହି ସମୟ ଭିତରେ ତାଙ୍କର କେଉଁ ସବୁ କାର୍ଯ୍ୟକ୍ରମ ରହିଛି ସେ ନେଇ ବିଧିବଦ୍ଧ ଭାବେ କୌଣସି ସୂଚନା ଦିଆଯାଇ ନାହିଁ। ତାଙ୍କ କାର୍ଯ୍ୟକ୍ରମର ମୁଖ୍ୟାଂଶ ପ୍ରାୟତଃ ଗୋପନୀୟ ରଖାଯାଇଛି। ତେବେ ସେ ଶୁକ୍ରବାର ସକାଳୁ ଘଟଗଁା ତାରିଣୀ ପୀଠକୁ ଯିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।

ଏହାପରେ ରାଜ୍ୟ ସରକାରଙ୍କର ବିଭିନ୍ନ ଅଧିକାରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବା କାର୍ଯ୍ୟକ୍ରମ ଥିବା ଜଣେ ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି। ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ଅନ୍ୟତମ ପ୍ରମୁଖ ସଚିବ ପି.କେ. ମିଶ୍ର ଶୁକ୍ରବାର ଓଡ଼ିଶା ଆସି ଝାରସୁଗୁଡ଼ା ବିମାନବନ୍ଦରରେ ଓହ୍ଲାଇବେ ବୋଲି ଜଣାପଡ଼ିଛି। ହେଲେ ତାଙ୍କ ଓଡ଼ିଶା ଗସ୍ତ ସମ୍ପର୍କିତ କୌଣସି ଖବର ମଧ୍ୟ ସାର୍ବଜନୀନ କରାଯାଇନାହିଁ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ ଅଧିକାରୀ ନିଜ ନାମ ଗୋପନ ରଖିବା ସର୍ତ୍ତରେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଦୁଇ ପ୍ରମୁଖ ସଚିବ ଓଡ଼ିଶା ଆସି ରାଜ୍ୟର ଶାସନ ବ୍ୟବସ୍ଥା ସମ୍ପର୍କରେ ରିପୋର୍ଟ ସଂଗ୍ରହ କରିବେ।

ଏହା ସହ ସରକାରୀ ଅଧିକାରୀମାନେ କିପରି ରାଜ୍ୟ ସରକାର ଆଣିଥିବା ଯୋଜନାଗୁଡ଼ିକୁ ଠିକ୍‌ ଭାବେ କାର୍ଯ୍ୟାନ୍ବୟନ କରିବେ ତା’ର ଏକ ସମୀକ୍ଷା କରିବେ। ଏହି ୨ ବରିଷ୍ଠ ଅଧିକାରୀଙ୍କ ଓଡ଼ିଶା ଗସ୍ତ ଖବର ସରକାରୀ ମହଲରେ ବିଶେଷ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ମିଳିଲା ଢାବା ମାଲିକଙ୍କ ଗାଡ଼ି: ବଡଦେବତାରୁ ଚୋରି ହୋଇଥିବା ଗାଡ଼ି ପଟଙ୍ଗି ଜଙ୍ଗଲରୁ …

ନନ୍ଦପୁର/ପାଡୁଆ,୨୪।୩:(ତୁଷାର କାନ୍ତ ମହାନ୍ତ/ଶଙ୍କର ପୂଜାରୀ): କୋରାପୁଟ ଜିଲା ପାଡୁଆ ପୋଲିସର ବଡ଼ ସଫଳତା। ଗତ ରବିବାର ରାତିରେ ବଡଦେବତା ମନ୍ଦିର ଛକ ଢାବା ମାଲିକଙ୍କ ଚୋରି ହୋଇଥିବା…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନ, ହୋଇଥିଲା କି…

ଭୁବନେଶ୍ୱର,୨୪।୩: ବାଲେଶ୍ବର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭେଟିଲେ ରବୀନ୍ଦ୍ର ଜେନା। ଦିଲ୍ଲୀସ୍ଥିତ ପ୍ରତାପଙ୍କ ବାସଭବନକୁ ଯାଇ ସେ ଭେଟଥିବା ଜଣାପଡ଼ିଛି। ନିକଟରେ ବିଜେଡି ଛାଡ଼ି ବିଜେପିରେ ସାମିଲ…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri