ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ ଜଜ୍‌ ଜଗଦୀଶ ପ୍ରସାଦ ମହାନ୍ତି ମାମଲାର ଶୁଣାଣି କରି ସେରଙ୍ଗ ଥାନା ଅନ୍ତର୍ଗତ କୁଡିଙ୍ଗଡ଼ା ଗ୍ରାମର ଇଲାମ ଦଳବେହେରା (୬୨)ଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୧୫ ହଜାର ଟଙ୍କା ଜରିମାନା କରାଯାଇଛି। ଏହା ଅନାଦାୟ ହେଲେ ଅଧିକ ୬ ମାସ କାରାଦଣ୍ଡ ଭୋଗିବାକୁ ବିଚାରପତି ରାୟରେ ଉଲ୍ଲେଖ କରିଛନ୍ତି।
ମାମଲାରୁ ପ୍ରକାଶ, ୨୩ା୧୦ା୨୦୨୨ରେ ଇଲାମଙ୍କ ଝିଅ ଜିନନ୍ତୀ ଦଳବେହେରା (୨୦)ଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନା ନେବାକୁ ସ୍ତ୍ରୀ ବୁଢ଼ୀ ଦଳବେହେରା ଇଲାମଙ୍କୁ କହିଥିଲେ। ଏହାକୁ ନେଇ ଇଲାମ ଓ ବୁଢୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଇଲାମ ସ୍ତ୍ରୀଙ୍କୁ ମାଡ଼ ମାରି ରାସ୍ତା ପର୍ଯ୍ୟନ୍ତ ଘୋଷାରି ନେଇ ପରେ ସେ ଧରିଥିବା କାତିରେ ସ୍ତ୍ରୀ ବୁଢ଼ୀଙ୍କ ବେକ କାଟି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ବୁଢ଼ୀଙ୍କ ମୃତ୍ୟୁ ହୋଇଥିଲା। ପରେ ଇଲାମ ଫେରାର ହୋଇଯାଇଥିଲେ। ଏ ନେଇ ଜିନନ୍ତୀ ବାପା ଇଲାମଙ୍କ ବିରୋଧରେ ସେରଙ୍ଗ ଥାନାରେ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତିକରି ପୋଲିସ ନଂ. ୮୫/୨୨ରେ ମାମଲା ରୁଜୁ କରିଥିଲା। ତତ୍କାଳୀନ ଇନ୍ସପେକ୍ଟର ଅଶୋକ ହାଁସଦା ମାମଲାର ତଦନ୍ତ କରି ଅଭିଯୁକ୍ତ ଇଲାମଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲେ। ସେବେଠାରୁ ଏହି ମାମଲା ଜିଲା ସେସନ୍ସ ଜଜ୍‌ଙ୍କ ଅଦାଲତରେ ବିଚାରାଧୀନ ଥିଲା। ୧୨ ଜଣ ସାକ୍ଷୀଙ୍କ ବୟାନ ଓ ୨୫ଟି ଦସ୍ତାବିଜକୁ ଆଧାର କରି କୋର୍ଟ ଉପରୋକ୍ତ ରାୟ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଭାରପ୍ରାପ୍ତ କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର ରାଜେଶ ମିଶ୍ର ମାମଲା ପରିଚାଳନା କରୁଥିଲେ। ଅତିରିକ୍ତ ପବ୍ଲିକ ପ୍ରସିକ୍ୟୁଟର ମଣ୍ଡଳା ଲୋକନାଦମ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri