ଆଜି ଆଲୋଚନା, ବାହାରିପାରେ ନିଷ୍କର୍ଷ

ଭୁବନେଶ୍ୱର,୨୩।୯(ଅସମାପିକା ସାହୁ): ପ୍ରାଥମିକ ଶିକ୍ଷକଙ୍କ ୩ଦଫା ଦାବି ସମ୍ପର୍କରେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଲୋଚନା ହେବ। ପୂର୍ବରୁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ବୈଠକରେ ଆଲୋଚନା ହୋଇଥିଲେ ମଧ୍ୟ ଶିକ୍ଷକମାନେ ଜିଦ୍‌ରେ ଅଟଳ ରହିଥିଲେ। ତେଣୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଲୋଚନା ହେବା ପରେ ଶିକ୍ଷକମାନେ ଆନ୍ଦୋଳନରୁ ଓହରିପାରନ୍ତି ବୋଲି ଆଶା କରାଯାଉଛି।
ଗତ ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ଶିକ୍ଷକ ଆନ୍ଦୋଳନ ଶୁକ୍ରବାର ୧୫ଦିନରେ ପହଞ୍ଚତ୍ଛି। ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରାଥମିକ ଶିକ୍ଷକମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଦାବି ପୂରଣ ନ ହେବା ଯାଏ ଆମେ ଉଠିବୁ ନାହିଁ ବୋଲି ସେମାନେ କହିଛନ୍ତି। ଆନ୍ଦୋଳନ ଯୋଗୁ ରାଜ୍ୟରେ ପ୍ରାଥମିକ ଶିକ୍ଷା ଠପ୍‌ ହୋଇଯାଇଛି। ଅଧିକାଂଶ ସ୍କୁଲରେ ଏବେ ବି ତାଲା ପଡ଼ିଛି। ତେଣୁ ପିଲାଙ୍କ ଭବିଷ୍ୟତ ପ୍ରଭାବିତ ହେଉଥିବାରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଶନିବାର ଆଲୋଚନା ପାଇଁ ଶିକ୍ଷକ ସଂଘକୁ ଡକରା ଆସିଥିଲା। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅପରାହ୍ନ ୫ଟାରେ ଶିକ୍ଷକମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଆଲୋଚନା ହେବା ନେଇ ସୂଚନା ମିଳିଛି।
ଠିକା ନିଯୁକ୍ତି ଉଚ୍ଛେଦ, ପୁରୁଣା ପେନ୍‌ସନ ସହ କେନ୍ଦ୍ରୀୟ ହାରରେ ଦରମା ଅନୁସାରେ ୪୨୦୦ ଟଙ୍କା ଗ୍ରେଡ୍‌ ପେ’ ଲାଗୁ କରିବା ଦାବିରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଆହ୍ବାନରେ ପ୍ରାଥମିକ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇଥିଲେ। ତେବେ ଗତ ୧୮ତାରିଖରେ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ବୈଠକ ପରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନ ସମେତ ଦୁଇଟି ଶିକ୍ଷକ ସଂଘ ଆନ୍ଦୋଳନରୁ ଓହରି ଯାଇଥିଲେ ମଧ୍ୟ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ନେତୃତ୍ୱରେ ୯ଟି ସଂଘ ପକ୍ଷରୁ ଆନ୍ଦୋଳନ ଜାରି ରହିଛି।
ମିଳିତ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବ୍ରହ୍ମାନନ୍ଦ ମହାରଣା କହିଛନ୍ତି, ୨୩ତାରିଖ ଦିନ ବ୍ଲକ ସ୍ତରରେ ବୈଠକ ଅନୁଷ୍ଠିତ ହେବ। ୨୪ରେ ଭୁବନେଶ୍ୱରରେ ଏକ ରାଜ୍ୟସ୍ତରୀୟ ସମ୍ମିଳନୀ ଏବଂ ୨୬ରେ ମହାସମାବେଶ ହେବ। ଶନିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଲୋଚନା ହେବ। ଆମେ ପୂର୍ବରୁ ବି ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଥିଲୁ। ତେଣୁ ଆଲୋଚନା ସଫଳ ହେଲେ ଆମେ ଆମ କାର୍ଯ୍ୟ ସମ୍ପର୍କରେ ପରବର୍ତ୍ତୀ ନିଷ୍ପତ୍ତି ନେବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri