ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସବୁ ଜିଲାପାଳଙ୍କୁ ନିକଟରେ ଚିଠି କରାଯାଇଛି। ଏହି ଖବର ପ୍ରକାଶିତ ହେବା ପରେ ରାଜ୍ୟରେ ଯଥା ସମୟରେ ପଞ୍ଚାୟତ ନିର୍ବାଚନ ହେବ ନା ନାହିଁ ତାକୁ ନେଇ ଚର୍ଚ୍ଚା ଚାଲିଛି। ଏହା ଭିତରେ ମେଣ୍ଟ କଥାକୁ ନେଇ ଆଲୋଚନା ଜୋର୍‌ ଧରିବାରେ ଲାଗିଛି। ଆଗକୁ ହେବାକୁ ଥିବା ପଞ୍ଚାୟତ ନିର୍ବାଚନରେ ବିଜେଡି ଏବଂ କଂଗ୍ରେସ ଭିତରେ ମେଣ୍ଟ ବୁଝାମଣା ହେବ ନା ଅଲଗା ରାସ୍ତାରେ ଯିବେ ତାହା ବର୍ତ୍ତମାନ ଆଲୋଚନାର ବିଷୟବସ୍ତୁ ପାଲଟିଛି। ଏଭଳି ସ୍ଥିତିରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି , ରାଜ୍ୟରେ ସଶକ୍ତ ବିରୋଧୀ ଦଳ ରହିବା ଦରକାର। ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ କହିଛନ୍ତି, ବିଜେଡି ଏବଂ କଂଗ୍ରେସ ଭିତରେ ପଞ୍ଚାୟତ ଭୋଟ ସମୟରେ ମେଣ୍ଟ ହେବ କି ନାହିଁ ସେକଥା ଦଳର ବଡ଼ ନେତାମାନେ ସ୍ପଷ୍ଟୀକରଣ କରିବେ। ସେକଥା ସେ ଏବେଠାରୁ କହିପାରିବେ ନାହିଁ। ଦିନକ ପୂର୍ବରୁ ମଧ୍ୟ ଭକ୍ତ ଦଳର ହାଇକମାଣ୍ଡ ନିଷ୍ପତ୍ତି ନେବେ ବୋଲି କହିଛନ୍ତି।
ବିଜେଡିର ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର କହିଛନ୍ତି, ମେଣ୍ଟ ବାବଦରେ କେବଳ ଚର୍ଚ୍ଚା ହେଉଛି। ରାଜନୀତିରେ ସବୁବେଳେ ଚର୍ଚ୍ଚା ହୋଇଥାଏ। କିନ୍ତୁ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇନାହିଁ। ବର୍ତ୍ତମାନ ସ୍ଥିତିରେ ନଈ ନ ଦେଖୁଣୁ ଲଙ୍ଗଳା ହେବାର ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି। ମନମୋହନ ସାମଲ ଏହି ପ୍ରସଙ୍ଗରେ ନିଜର ପ୍ରତିକ୍ରିୟା ରଖି କହିଛନ୍ତି, ସବୁ ବିରୋଧୀ ଦଳ ଏକାଠି ହୋଇ ଦଳ ଗଢ଼ନ୍ତୁ। ବିଜେଡି-କଂଗ୍ରେସ ମଧ୍ୟରେ ମେଣ୍ଟକୁ ନେଇ କିଛି କହିବା ଠିକ୍‌ ନୁହେଁ। ଗଣତନ୍ତ୍ର ପାଇଁ ଏକ ଶକ୍ତିଶାଳୀ ବିରୋଧୀ ଦଳ ସବୁବେଳେ ଶୁଭଙ୍କର। ସବୁ ବିରୋଧୀ ଏକାଠି ହୋଇ ରାଜ୍ୟର ବିକାଶ ଦିଗରେ କାର୍ଯ୍ୟ କରନ୍ତୁ। ବିରୋଧ ପାଇଁ ବିରୋଧ ନ କରି ଗଠନମୂଳକ ପ୍ରସ୍ତାବ ଦିଅନ୍ତୁ ବୋଲି ମନମୋହନ କହିଛନ୍ତି। ସୂଚନାଯୋଗ୍ୟ, ଗତ ରାଜ୍ୟ ସଭା ନିର୍ବାଚନ ସମୟରେ ବିଜେଡି ଏବଂ କଂଗ୍ରେସ ମିଳିତ ଭାବେ ପ୍ରାର୍ଥୀ ଦେଇଥିଲେ। ଏହାପରେ ବିଧାନସଭାର ବଜେଟ ଅଧିବେଶନ ସମୟରେ ଉଭୟେ ଏକାଠି ହୋଇ ଶାସକ ଦଳ ବିରୋଧରେ ବିଭିନ୍ନ ପ୍ରସଙ୍ଗରେ ବିରୋଧ ଜାରି ରଖିଥିଲେ। ଉଭୟ ବିଜେଡି ଏବଂ କଂଗ୍ରେସର ନେତାମାନଙ୍କ ମତକୁ ଦେଖିଲେ ମେଣ୍ଟ କଥାକୁ ଉଭୟ ଦଳର ନେତା ସମ୍ପୂର୍ଣ୍ଣ ଖଣ୍ଡନ କରିପାରିନାହାନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍, ଆରବିଆଇ ଜାରି କଲା….

ନୂଆଦିଲ୍ଲୀ,୧୭।୭: ଦେଶରେ ଖୁବ୍‌ଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ହେବାକୁ ଯାଉଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ମୁଦ୍ରା ବ୍ୟବସ୍ଥାରେ ଏହି ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ…

ଦ୍ୱିତୀୟ ଦିନରେ ଶ୍ରୀଜୀଉଙ୍କ ରଥ ଟଣା, ଶରଧାବାଲିରେ ତାଳଧ୍ବଜ ରଥ

ପୁରୀ,୬।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୁରୀ ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଯାଇଛି। ରଥଯାତ୍ରାର ଦ୍ୱିତୀୟ ଦିନରେ ଭକ୍ତ ଶ୍ରଦ୍ଧାର ସହିତ ରଥ ଟାଣିଛନ୍ତି।…

ଇରାନ ବିରୋଧରେ ଯୁଦ୍ଧରେ ଯୋଗଦେବ ପାକିସ୍ତାନ? ସାଉଦି ଆରବ ଉପରେ ହୁଥିଙ୍କ କ୍ଷେପଣାସ୍ତ୍ର ମାଡ଼ ପରେ ରାଗିଲା ଇସଲାମାବାଦ

ଇସଲାମାବାଦ,୧୭।୭: ଇରାନ ଏବଂ ଆମେରିକା ମଧ୍ୟରେ ଏକ ଚୁକ୍ତି ପାଇଁ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରୁଥିବା ପାକିସ୍ତାନ ଏବେ ନିଜକୁ ଏକ ସଂଘର୍ଷରେ ଫସାଇପାରେ। ୟେମେନର ହୁଥି…

ଜିଲା କୋର୍ଟକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, କୋର୍ଟ ପରିସର ଖାଲି କରିବାକୁ ନିର୍ଦ୍ଦେଶ, ଖେଳିଗଲା ଆତଙ୍କ

ଝାରସୁଗୁଡ଼ା, ୧୭।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲା ଓ ଦୌରା ଜଜ୍‌ଙ୍କ ଅଦାଲତ ପରିସରକୁ ବୋମା ମାଡ଼ କରି ଉଡ଼ାଇ ଦେବା ପାଇଁ ଏକ ସମ୍ବେଦନଶୀଳ…

IIC ବିୟୁଟି ମହାନ୍ତିଙ୍କ ମୃତ୍ୟୁର କିଛି ପ୍ରମାଣ ମିଳିଛି, ଡିସିପି କହିଲେ ମୋବାଇଲରୁ…

କଟକ,୧୭ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ମାମଲାରେ କଟକ ଡିସିପି ଖିଲାରୀ ଋଷିକେଶ ଆଉ ଏକ ପ୍ରତିକ୍ରିୟା ଦେଇଛନ୍ତି। ଡିସିପି କହିଛନ୍ତି, ଡିଜିଟାଲ ପ୍ରମାଣ…

ବଡ଼ ରେକର୍ଡ କଲେ ରୋହିତ-କୋହଲି ଯୋଡ଼ି: ୯୪ ବର୍ଷ ଦିନିକିଆ କ୍ରିକେଟ୍‌ ଇତିହାସରେ…

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟର ଦୁଇ ମହାନ ଖେଳାଳି, ରୋହିତ ଶର୍ମା ଏବଂ ବିରାଟ କୋହଲି, ଅନ୍ତର୍ଜାତୀୟ କ୍ରିକେଟରେ ଏକ ଏପରି ସଫଳତା ହାସଲ କରିଛନ୍ତି ଯାହା ପ୍ରତ୍ୟେକ…

ଅବସର ନେବେ ନାହିଁ ରୋହିତ ଶର୍ମା! ‘ହିଟମ୍ୟାନ’ଙ୍କୁ ନେଇ ଏମିତି କହିଦେଲେ କୋଚ

ନୂଆଦିଲ୍ଲୀ,୧୭।୭: ଦ୍ୱିତୀୟ ଦିନିକିଆରେ ପୁଣି ଥରେ ବିଫଳ ହେବା ପରେ, ତୃତୀୟ ମ୍ୟାଚ ରୋହିତ ଶର୍ମାଙ୍କ ଶେଷ ହୋଇପାରେ ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଛି। ଅନେକ ଗଣମାଧ୍ୟମ…

ଦେଶରେ ପ୍ରଥମ ହାଇଡ୍ରୋଜେନ୍‌ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କେତେ ଖାସ୍‌ ଏହି ଟ୍ରେନ୍‌

ନୂଆଦିଲ୍ଲୀ,୧୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶରେ ନିର୍ମିିତ ପ୍ରଥମ ହାଇଡ୍ରୋଜେନ୍‌ ଫ୍ୟୁଏଲ ସେଲ ଟ୍ରେନ୍‌କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ସହିତ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri