ଧର୍ମେନ୍ଦ୍ରଙ୍କ ଲଢ଼ିବା ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା

ଢେଙ୍କାନାଳ,୧ା୧୨ (ରତନ ନାୟାର):ଆସନ୍ତା ସାଧାରଣ ନିର୍ବାଚନରେ ଢେଙ୍କାନାଳ ଲୋକ ସଭା ଆସନରୁ ଭାଜପାର ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ଦଳୀୟ ନେତୃବୃନ୍ଦଙ୍କ ପକ୍ଷରୁ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶେଷକରି ଭାଜପାର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରାର୍ଥତ୍ତ୍ୱକୁ ନେଇ ଭାଜପାର ଦୁଇଗୋଷ୍ଠୀ ମଧ୍ୟରେ ଆକ୍ଷେପ ପ୍ରତି ଆକ୍ଷେପ ରାଜନୀତି ଆରମ୍ଭ ହୋଇଛି। ଭାଜପାର କେତେଜଣ ବରିଷ୍ଠ ନେତା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ସମ୍ବଲପୁର ଲୋକ ସଭା ଆସନରୁ ଲଢ଼ିପାରନ୍ତି ବୋଲି ବିଭିନ୍ନ ସ୍ଥାନରେ ଚର୍ଚ୍ଚା କରୁଥିବା ବେଳେ ଭାଜପାର ଅନ୍ୟତମ ବରିଷ୍ଠ ନେତା ରାମଚନ୍ଦ୍ର ପାତ୍ର ସୋସିଆଲ ମିଡିଆରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଢେଙ୍କାନାଳରୁ ଲଢ଼ିବେ, ଅନ୍ୟ କାହାକଥା ଶୁଣିବା ଦରକାର ନାହିଁ ବୋଲି ନିଜ ଫେସବୁକ୍‌ ଆକାଉଣ୍ଟରେ ପୋଷ୍ଟ କରିବା ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ଭାଜପାର ଦୁଇଗୋଷ୍ଠୀ ନେତାଙ୍କ ମଧ୍ୟରେ ରାଜନୀତି ବାତାବରଣ ବେଶ୍‌ ସରଗରମ ହୋଇଛି। ଅନ୍ୟପଟରେ ଢେଙ୍କାନାଳ ଓ ସମ୍ବଲପୁରକୁ କେନ୍ଦ୍ରମନ୍ତ୍ରୀଙ୍କ ଘନଘନ ଗସ୍ତ ମଧ୍ୟ ଏହି ଆଲୋଚନାକୁ ଅଧିକ ଖୋରାକ ଯୋଗାଉଛି। ଏ ସମ୍ପର୍କରେ ଜିଲା ଭାଜପା ସଭାପତି ନରେନ୍ଦ୍ରଚନ୍ଦ୍ର ମହାପାତ୍ର କହିଛନ୍ତି, କେନ୍ଦ୍ରମନ୍ତ୍ରୀ ସମ୍ବଲପୁର ଓ ଢେଙ୍କାନାଳ ଦୁଇଟି ଯାକ ଲୋକ ସଭା କ୍ଷେତ୍ରକୁ ନଜରରେ ରଖିଛନ୍ତି। ତେଣୁ ଏହାକୁ ନେଇ ବହୁତ ଆଲୋଚନା ହେବ। କିନ୍ତୁ ସେ ଢେଙ୍କାନାଳ ଲୋକ ସଭା ଆସନରୁ ଲଢ଼ନ୍ତୁ ବୋଲି ଆମେ ଆଗ୍ରହ ପ୍ରକାଶ କରୁଛୁ। ଭାଜପାର ବରିଷ୍ଠ ନେତା ରାମଚନ୍ଦ୍ର ପାତ୍ର କହିଛନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଲୋକ ସଭା ଆସନରୁ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାର ଦାୟିତ୍ୱ ନେଇଛନ୍ତି। ସେଥିପାଇଁ ସମ୍ବଲପୁର ମଧ୍ୟ ଗସ୍ତ କରୁଛନ୍ତି। କିନ୍ତୁ ଏହାକୁ ନେଇ କେତେଜଣ ଦଳୀୟ ଲୋକ ଓ ବିରୋଧୀ ଧର୍ମେନ୍ଦ୍ର ସମ୍ବଲପୁରରୁ ଲଢ଼ିବେ ବୋଲି କହି ଦ୍ୱନ୍ଦ୍ୱ ସୃଷ୍ଟି କରୁଛନ୍ତି। କେନ୍ଦ୍ରମନ୍ତ୍ରୀ ନିଜ ଜନ୍ମମାଟି ଢେଙ୍କାନାଳ ଲୋକ ସଭା କ୍ଷେତ୍ରରୁ ଲଢ଼ିବେ ବୋଲି ରାମପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri