୧୬ ଦେଶର ରାଷ୍ଟ୍ରଦୂତଙ୍କ ସହ ହେବ ଆଲୋଚନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି। ଏହି କନ୍‌କ୍ଲେଭରେ ମେଟାଲ, ମେଟାଲ ଡାଉନଷ୍ଟ୍ରିମ୍‌, କେମିକାଲ, ଟେକ୍ସଟାଇଲ, ପେଟ୍ରୋକେମିକାଲ୍ସ କ୍ଷେତ୍ରକୁ ଗୁରୁତ୍ୱ ଦିଆଯିବ। ଆସନ୍ତା ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଗସ୍ତର ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ୧୬ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଜାପାନ, ଦକ୍ଷିଣ କୋରିଆ, ଆମେରିକା, ୟୁଏଇ, କାତାର, ଓମାନ୍‌, ବାହାରିନ୍‌, ସଉଦିଆରବ, ୟୁକେ, ଜର୍ମାନୀ, ଫ୍ରାନ୍ସ, ଇଟାଲୀ, ଲକ୍ସେମ୍‌ବର୍ଗ, ବେଲଜିୟମ, ସିଙ୍ଗାପୁର ଏବଂ ଅଷ୍ଟ୍ରେଲିଆ ଭଳି ଦେଶର ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀ, ରାଜ୍ୟର ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ସିଧାସଳଖ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଏହି କାର୍ଯ୍ୟକ୍ରମରେ ଉପରୋକ୍ତ ଦେଶଗୁଡ଼ିକର ଶିଳ୍ପପତିଙ୍କୁ ଆଗାମୀ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭରେ ଅଂଶଗ୍ରହଣ କରିବାକୁ ଆମନ୍ତ୍ରଣ କରାଯିବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଦୁବାଇରେ ମଧ୍ୟ ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗଦେଇଥିଲେ। ସେହି କାର୍ଯ୍ୟକ୍ରମରେ ରାଜ୍ୟରେ ୨୧,୦୦୦ କୋଟିରୁ ଅଧିକ ଟଙ୍କାର ପୁଞ୍ଜି ନିବେଶ ନେଇ ବାଟ ଫିଟିଥିଲା।
ମଧ୍ୟପ୍ରାଚ୍ୟ ଏବଂ ଅନ୍ତର୍ଜାତୀୟ ଶିଳ୍ପସଂସ୍ଥା ମେକ୍‌ ଇନ୍‌ କନ୍‌କ୍ଲେଭ୍‌ରେ ଅଂଶଗ୍ରହଣ କରିବା ନେଇ ସେ ସମୟରେ ସମ୍ମତି ପ୍ରଦାନ କରିଥିଲେ। ଏଫ୍‌ଆଇସିସିଆଇ (ଫିକି) ଡିଜି ଅରୁଣ ଚାୱଲା, ଇନ୍‌ଭେଷ୍ଟ ଇଣ୍ଡିଆର ସିଇଓ ତଥା ଏମ୍‌ଡି ଦୀପକ ବଗଲା ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଉଥିବା ଜଣାପଡ଼ିଛି। ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ କୁମାର ଶର୍ମା, ଇଡ୍‌କୋ ଏମ୍‌ଡି ଭୂପେନ୍ଦ୍ର ସିଂ ପୁନିଆ ଏବଂ ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସିଦ୍ଦିକ୍‌ ଆଲାମ ପ୍ରମୁଖ ଉପସ୍ଥିତ ରହିବେ।
ମୁଖ୍ୟମନ୍ତ୍ରୀ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ତୃତୀୟ ସଂସ୍କରଣ ସମ୍ପର୍କିତ ଏକ ପ୍ରେଜେଣ୍ଟେଶନ କାର୍ଯ୍ୟକ୍ରମରେ ଉପସ୍ଥାପନ କରିବେ। ଏହା ପରେ ରାଜ୍ୟ ସ୍ବାର୍ଥସମ୍ବଳିତ କେନ୍ଦ୍ର ସରକାରଙ୍କ ନିକଟରେ ପଡ଼ିରହିଥିବା କେତେକ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଏବଂ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି । ସେପ୍ଟେମ୍ବର ୫ରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri